-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ସୁବର୍ଣ୍ଣପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବିତରଣ, ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

25-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ମାନ୍ୟବର ମୁଖ୍ୟ ମନ୍ତ୍ର ନବୀନ  ପଟ୍ଟନାୟକ ଆଭାସୀ ଜରିଆରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୁଆଁ ସ୍ମାର୍ଟ କାର୍ଡ ବିତରଣ  ଏବଂ ବିଭିନ୍ନ ବିଭାଗ ର ୬୭ ଗୋଟି ଜନକଲ୍ୟାଣକାରୀ ଯୋଜନାର ଶୁଭଉଦଘାଟନ କରିବା ସହିତ ୩୫ ଟି ନୂତନ ପ୍ରକଳ୍ପ ର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି l ଏହି ଉପଲକ୍ଷେ ଆଜି ସହର ଉପକଣ୍ଠରେ ନୂତନ ଭାବରେ ନିର୍ମିତ ହୋଇଥିବା ଟାଉନ ହଲରେ କରୋନା

କଟକଣା ଅନୁସାରେ ଏକ ସଭା ଅନୁଷ୍ଠିତ ହୋଇଥିଲା l ଏଥିରେ  ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ , ଶ୍ରୀଯୁକ୍ତ ପଦ୍ମନାଭ ବେହେରା ଏବଂ ସୁଶାନ୍ତ ସିଂ ଅତିଥି ଭାବେ ଯୋଗଦାନ କରିଥିଲେ l ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାରେ ୧୫୩୯୦୨ ଜଣ ହିତାଧିକାରୀ ନୁଆଁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ପାଇବେ l ଏମାନଙ୍କ ମଧ୍ୟରୁ 6ଟି ବ୍ଲକରେ ଗ୍ରାମ୍ୟଞ୍ଚଳ ର ୧୪୫୧୫୭ ଜଣ ଏବଂ ତିନୋଟି ପୌରାଞ୍ଚଳରେ୮୭୪୫ ଜଣ ହିତାଧିକାରୀ ଏହି ଯୋଜନାରେ ଲାଭନ୍ୱିତ ହେବେ l ଏହି କାର୍ଡ ଦ୍ୱାରା ହିତାଧିକାରୀଙ୍କ ପରିବାରର ସବୁ ସଦସ୍ୟ ଙ୍କ ପାଇଁ ବର୍ଷକୁ 5ଲକ୍ଷ ଟଙ୍କା ସହାୟତା ରହିଥିବା ବେଳେ ମହିଳାଙ୍କ ପାଇଁ ବର୍ଷକୁ 10ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ରହିଛି l ଆଜି ମଞ୍ଚରେ ମୁଖ୍ୟ ମନ୍ତ୍ରୀଙ୍କ ତରଫରୁ କିଛି  ହିତାଧିକାରୀଙ୍କୁ ଏହି  ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଥିଲା l ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଜିଲ୍ଲାର ବିଭିନ୍ନ ବିଭାଗରେ ୭୯ କୋଟି ୨୨ଲକ୍ଷ ୧୩ହଜାର ବ୍ୟୟ ଅଟକଳରେ ସମ୍ପୂର୍ଣ୍ଣ ହୋଇଥିବା ୬୭ଗୋଟି ପ୍ରକଳ୍ପର ଶୁଭଉଦଘାଟନ ଏବଂ୧୪୮, ୦୪,୮୨୦୦୦  ବ୍ୟୟ ଅଟକଳ ରେ ୩୫ ଗୋଟି ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଆଭାସୀ ଜରିଆରେ କରିଥିଲେ l  ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇ ଥିବା ଏହିସବୁ ଜନକଲ୍ୟାଣକାରୀ ଯୋଜନା  ମଧ୍ୟରେ, 5 ଟି ଅଙ୍ଗନୱାଡି ଗୃହ, ୫ ଟି ବ୍ରିଜ୍, ୫ଟି  ଗୋଷ୍ଠୀ  କେନ୍ଦ୍ର, ଶିକ୍ଷା ବିଭାଗର ୪ ଟି  କୋଠା, ୩ ଟି ବଜାର ଉନ୍ନୟନ ,ମିଶନ୍ ଶକ୍ତିର୨୮ ଟି କୋଠା , ଗୋଟିଏ  ରାସ୍ତା ,ସହରାଞ୍ଚଳ ବିକାଶ ର ୩ ଟି ପ୍ରକଳ୍ପ ଏବଂ  ପାନୀୟ ଜଳ ଯୋଗାଣ ବିଭାଗର ୭ ଟି ପ୍ରକଳ୍ପ, ଗୋଟିଏ  ଆଦର୍ଶ  ପୋଖରୀ, ଗୋଟିଏ  ସରକାରୀ କ୍ୱାଟର, ଦୁଇଟି କ୍ରୀଡା ପ୍ରକଳ୍ପ ଏବଂ ଦୁଇଟି ପର୍ୟଟନ ବିଭାଗର ପଥପ୍ରାନ୍ତ ସୁବିଧା କେନ୍ଦ୍ର ରହିଛି l ସେହିପରି ୩୫ ଟି ଭିତ୍ତି ପ୍ରସ୍ତର ସ୍ଥାପନ କରିଥିବା ପ୍ରକଳ୍ପ  ମଧ୍ୟରେ ରହିଛି  ୩ ଟି ପୋଲ, ଶିକ୍ଷା ବିଭାଗର 3 ଟି କୋଠା,ସ୍ଵାସ୍ଥ୍ୟ ବିଭାଗର ୨ ଟି  ପ୍ରକଳ୍ପ, ମିଶନ୍ ଶକ୍ତିର ୧୮ ଟି କୋଠା , ୪ ଟି ରାସ୍ତା ,ସହରାଞ୍ଚଳ ବିକାଶ ର 3 ଟି ପ୍ରକଳ୍ପ ଏବଂ  ପାନୀୟ ଜଳ ଯୋଗାଣ ବିଭାଗର ୨ ଟି ପ୍ରକଳ୍ପ  l ସଭାକୁ ସମ୍ବୋଧନ କରି  ଅର୍ଥ ଓ ଅବକାରୀ ମନ୍ତ୍ରୀ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ କହିଲେ ଯେ ସମଗ୍ର ରାଜ୍ୟ ତଥା ସୁବର୍ଣ୍ଣପୁର ଜିଲ୍ଲା ମାନ୍ୟବର ମୁଖ୍ୟମନ୍ତ୍ରୀ=୯ଙ୍କ ସ୍ଵଚ୍ଛ ଶାସନ କାଳରେ ସର୍ବାଙ୍ଗୀନ ଉନ୍ନତି ପଥରେ ଆଗେଇ ଚାଲିଛି l ବର୍ତ୍ତମାନ ଜିଲ୍ଲାରେ ଅନେକ ଗୁଡିଏ ଜନ କଲ୍ୟାଣକାରୀ ଯୋଜନା ଆଗେଇ ଚାଲିଛି  ଏବଂ ଏସବୁ ରୂପାୟନ କରିବାରେ ଅର୍ଥର କୌଣସି ଅଭାବ ରହିବ ନାହିଁ l ମାନ୍ୟବର  ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଯୋଜନା ରୂପାୟନ ବିଭାଗ ଶ୍ରୀଯୁକ୍ତ ପଦ୍ମନାଭ ବେହେରା କହିଲେଯେ ସମଗ୍ର ଦେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସିତ ଓଡିଶା ରାଜ୍ୟ ଅନେକ କ୍ଷେତ୍ରରେ ନୂତନ କିର୍ତ୍ତୀମାନ ସ୍ଥାପନ କରିବା ସହିତ ଜନସାଧାରଣଙ୍କ ଜୀବନ ଧାରଣ ରେ ଅନେକ ଉନ୍ନତି ଆଣି ପାରିଛି I ଭବିଷ୍ୟତରେ ମଧ୍ୟ ଜିଲ୍ଲା ବାସୀଙ୍କ ଉନ୍ନତି କଳ୍ପେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ ସମନ୍ଵୟ ରକ୍ଷା କରି ସୁବର୍ଣ୍ଣପୁର ରେ ଅନେକ ବିକାଶମୂଳକ କାର୍ଯ୍ୟ ହାତକୁ ନିଆଯିବ l ଶେଷରେ ମାନ୍ୟବର ମନ୍ତ୍ରୀ ସୁଶାନ୍ତ ସିଂ, ମୁଖ୍ୟମନ୍ତ୍ରୀ ତଥା ସମସ୍ତ ଅତିଥି , ଉପସ୍ଥିତ ଜନସାଧାରଣ ତଥା ସାମ୍ବାଦିକ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ I 

ଆଜିର ଉଦଘାଟିତ ହୋଇଥିବା ବିଜୁପଟ୍ଟନାୟକ ସୁଇମିଙ୍ଗ ପୁଲ ନିଶ୍ଚିତ ଭାବରେ ଜିଲ୍ଲା ପାଇଁ  ଏକ ବିଶେଷ ଉପହାର l 4.74 କୋଟି ବ୍ୟୟ ଅଟକଳରେ ନିର୍ମିତ ଏହି ସନ୍ତରଣlଗାର ଜିଲ୍ଲାରେ ସନ୍ତରଣ ଏବଂ ଜଳକ୍ରୀଡା ପ୍ରେମୀଙ୍କ ପାଇଁ ଏକ ଅପୂର୍ବ ସୁଯୋଗ ସୃଷ୍ଟି କରିବ l
ଆଜିକାର ଏଇ  ସଭାରେ ମାନ୍ୟବର ମନ୍ତ୍ରୀମାନେ 7 ଜଣ ମହିଳା ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ସ୍ଵାସ୍ଥ୍ୟ କାର୍ଡ  ବଣ୍ଟନ କରିବା  ସହିତ ମିଶନ ଶକ୍ତି  ଯୋଜନାରେ ଜିଲ୍ଲାରେ  ବ୍ଯାଙ୍କ ସୁବିଧା ନଥିବା 19 ଗୋଟି ପଞ୍ଚାୟତ ର ମହିଳା ସ୍ଵୟଂ ସହାୟକ ଦଳ ଙ୍କୁ ବ୍ୟାଙ୍କିଙ୍ଗ ମେଶିନ ପ୍ରଦାନ  କରିଥିଲେ l
ଆଜିକାର ସଭାର ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ,  ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସୀତାରାମ ସତପଥୀ ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ  ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମ୍ପନ୍ନ ହୋଇଥିବା ବେଳେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ଅଧିକାରୀ, ମହିଳା ସ୍ୱୟଂ ସହାୟକ ଦଳ ର ମାଁ ମାନେ, ନେତୃ ସ୍ଥାନୀୟ ବିଶିଷ୍ଟ ବ୍ୟକ୍ତି ବିଶେଷ, ବରିଷ୍ଠ ନାଗରିକ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like