-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ମୋ ଢେଙ୍କାନାଳ ବୈଠକ ଅନୁଷ୍ଠିତ

25-Nov-2021



ଢେଙ୍କାନାଳ (ପ୍ରେରଣା ଖବର)ଆଜି ଜିଲ୍ଲାପରିଷଦ ସମ୍ମିଳନୀ ସଭାଗୃହଠାରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ " ମୋ ବ୍ଲକ – ମୋ ଢେଙ୍କାନାଳ ” ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟେକ ବ୍ଲକ ଓ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ 5 T ବୋର୍ଡ ଲଗାଇବା ସହିତ ସରକାରଙ୍କ ଜନହିତକର ଯୋଜନାଗୁଡିକୁ ମଧ୍ୟ ପ୍ରଦର୍ଶିତ କରିବାକୁ ଜିଲ୍ଲାପାଳ ସମସ୍ତ ବିଡିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତୃଣମୂଳ ସ୍ତରରେ ଲୋକମାନଙ୍କୁ ସୂଚନା ପ୍ରଦାନ କରି ସଚେତନ କରାଇପାରିଲେ ହିଁ ଯୋଜନାର ସୁଫଳ ମିଳିପାରିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି । ଯୋଗ୍ୟ ହିତାଧିକାରୀମାନଙ୍କୁ ଭତ୍ତା ପ୍ରଦାନ ନିମନ୍ତେ ବିହିତ ବ୍ୟବସ୍ଥା କରିବା ସହିତ ୭୦ ବର୍ଷରୁ ଉର୍ଷ ବୟସ୍କ ବ୍ୟକ୍ତିଙ୍କୁ ତାଙ୍କ ନିକଟରେ ଭତ୍ତା ପହଞ୍ଚାଇବାକୁ କହିଛନ୍ତି । ଅପପୁଷ୍ଟ ଶିଶୁମାନଙ୍କ ବିଶେଷ ଯତ୍ନ ନେବାକୁ ଅଙ୍ଗନବାଡି କେନ୍ଦ୍ର , ପ୍ରାଥମିକ ବିଦ୍ୟାଳୟଗୁଡିକରେ ପାନୀୟ ଜଳ , ଶୌଚାଳୟ ଏବଂ ବିଦ୍ୟୁତ ଯୋଗାଣର ବିହିତ ବ୍ୟବସ୍ଥା କରିବାକୁ କହିଛନ୍ତି । ପ୍ରତ୍ୟେକ ଗ୍ରାମରେ କମିଟି ଗଠନ କରି ଗ୍ରାମର ଆବଶ୍ୟକତା ମୁତାବକ ଯୋଜନା ପ୍ରସ୍ତୁତ କରିବାକୁ କହିଛନ୍ତି । ପ୍ରକଳ୍ପଗୁଡିକ ଆବଶ୍ୟକତା ଓ ସ୍ଥାୟୀତ୍ବ ଦୀର୍ଘକାଳୀନ ହେବା ଆବଶ୍ୟକ । ବିଶୁଦ୍ଧ ପାନୀୟ ଜଳ ଯୋଗାଣ , ରାସ୍ତା କଡ଼ର ଲାଇଟ , ରାସ୍ତା ମରାମତି ଉପରେ ଅଧିକ ଧ୍ୟାନ ଦେବାକୁ ସୁଲଭ ଖାଉଟି ସାମଗ୍ରୀ ବଣ୍ଟନର ସୁପରିଚାଳନା କରିବାକୁ ମନରେଗା କାର୍ଯ୍ୟକ୍ରମରେ ଶ୍ରମିକମାନଙ୍କ ସୁବିଧା ପାଇଁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ କହିଛନ୍ତି । ପଞ୍ଚାୟତ ସ୍ତରରେ ବିଡିଓମାନେ ସଭାକରି ଲୋକମାନଙ୍କୁ ସରକାରଙ୍କ ସମସ୍ତ ଯୋଜନା ସମ୍ପର୍କରେ ଅବଗତ କରାଇବା ସହିତ ଲୋକମାନଙ୍କ ଆବଶ୍ୟକତା ଓ ସମସ୍ୟା ବୁଝି ଯୋଜନା ପ୍ରସ୍ତୁତ କରିବାକୁ କହିଛନ୍ତି । ଜିଲ୍ଲାର ୪୮ ଟି ଦୁର୍ଗମ ଗ୍ରାମକୁ ଜଣେ ଲେଖାଏଁ ଅଧିକାରୀ ଯାଇ , ଲୋକ ମାନଙ୍କ ସମସ୍ୟା ବୁଝି , ସମାଧାନ କରାଯିବା ସହିତ ଗାଁ ଗୁଡିକୁ ମଡେଲ ଗାଁ ଭାବରେ ପରିଣତ କରାଯିବ । ପ୍ରତ୍ୟେକ ପଞ୍ଚାୟତରେ ଗ୍ରାମାଞ୍ଚଳ ପାର୍କ , ସ୍କୁଲ , ଇ - ପାଠାଗାର , ପୋଖରୀ ବ୍ୟବସ୍ଥା କରାଯିବ । ବର୍ଜ୍ୟଜଳର ପରିଚାଳନା ଓ ବିଶୁଦ୍ଧ ପାନୀୟ ଜଳ ଯୋଗାଣ , ପରିଷ୍କାର ପରିଚ୍ଛନତା ପ୍ରତି ଅଧିକ ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀଙ୍କୁ କହି ଏହା ଦ୍ବାରା ସଂକ୍ରମଣକୁ ରୋକା ଯାଇପାରିବ ବୋଲି ସେ ପ୍ରକାଶ କରିଛନ୍ତି । ଗ୍ରାମାଞ୍ଚଳର ଯେଉଁମାନେ କୋଭିଡ ଟୀକା ନେଇନାହାନ୍ତି , ସେମାନଙ୍କୁ ଚିହ୍ନଟ କରି ଟୀକା ପ୍ରଦାନ କରାଯିବ । ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କରାଯିବ । ପ୍ରତ୍ୟେକ ସ୍ତରରେ ସରକାରଙ୍କ ଉନ୍ନୟନ ମୂଳକ ଯୋଜନା ର ସଫଳ ରୂପାୟନ ନିମନ୍ତେ ସମସ୍ତ ଅଧିକାରୀ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଆବାସ ଯୋଜନାରେ ଗୃହ ନିର୍ମାଣକୁ ତ୍ବରାନ୍ବିତ କରି ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବାକୁ , ଅଙ୍ଗନବାଡି ଗୃହ , ମିଶନ ଶକ୍ତି ଗୃହର ନିର୍ମାଣ କାର୍ଯ୍ୟ ଯଥାଶୀଘ୍ର ପୃଷ୍ଠି କରିବାକୁ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ବିଡିଓମାନଙ୍କୁ କହିଥିଲେ । ଅପୂର୍ଣ୍ଣ ଥିବା ପ୍ରକଳ୍ପଗୁଡିକୁ ଶୀଘ୍ର ଶେଷ କରିବାକୁ ସେ ବିଡିଓ ମାନଙ୍କୁ କହିଥିଲେ । ପନିପରିବା ଓ ଧାନ ଚାଷ ନିମନ୍ତେ ଫିଲ୍ମ ଚାନେଲ ନିର୍ମାଣ କରାଯାଇ କିଭଳି ଜଳସେଚନର ସୁବିଧା କରାଯାଇଛି ସେ ସମ୍ପର୍କରେ ପାୱାର ପଏଣ୍ଟ ମାଧ୍ୟମରେ ସେ ଅବଗତ କରାଇଥିଲେ । ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ଦ୍ବାରା ଗ୍ରାମାଞ୍ଚଳର ଲୋକମାନେ କିଭଳି ଉପକୃତ ହେଉଛନ୍ତି ସେ ସମ୍ପର୍କରେ ବିଡିଓ ମାନେ ଜଣାଇଥିଲେ । ମୋ ବ୍ଲକ କାର୍ଯ୍ୟ କ୍ରମକୁ ଲୋକାଭିମୁଖୀ ଓ ଫଳପ୍ରସୂ କରିବା ପାଇଁ ପଦସ୍ଥ ଅଧିକାରୀମାନେ ଜିଲ୍ଲାର ସମସ୍ତ ବ୍ଲକ ପରିଦର୍ଶନ କରି ରିପୋର୍ଟ ପ୍ରଦାନ କରିଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ , ସଦର ଉପଜିଲ୍ଲାପାଳ ଶ୍ରୀମତୀ ସ୍ନିଗ୍ଧା ରାଣୀ ଧଳ , କାମାକ୍ଷାନଗର ଉପଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ସାହୁ , ହିନ୍ଦୋଳ ଉପଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ରଙ୍କ ସମେତ ଜିଲ୍ଲାର ସମସ୍ତ ବିଡିଓ , ସମ୍ପୃକ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like