-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ଲୋକ ଯୋଜନା ଅଭିଯାନ-୨୦୨୧ ନିମନ୍ତେ ୨ୟ ସ୍ୱତନ୍ତ୍ର ଜିଲ୍ଲା ପରିଷଦ ବୈଠକ

26-Nov-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) :ଲୋକ ଯୋଜନା ଅଭିଯାନ ୨୦୨୧ ନିମନ୍ତେ ୨ୟ ସ୍ୱତନ୍ତ୍ର ଜିଲ୍ଲା ପରିଷଦ ବୈଠକ, ଜିଲ୍ଲା   ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଉଷା କୁମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାକିଲିଟାରି ସଭାକକ୍ଷ ରେ ଅନୁଷ୍ଠିତ ବୈଠକରେ ଡ଼ିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଡୋଳାମଣି ପଟେଲ,ଜିଲ୍ଲା ପରିଷଦ ସଦସ୍ୟ /ସଦସ୍ୟା,ବିଭିନ୍ନ ବ୍ଲକ୍‌ର ଅଧ୍ୟକ୍ଷ/ଅଧ୍ୟକ୍ଷା, ଜିଲାସ୍ତରୀୟ ଅଧିକାରୀ,ପ୍ରମୁଖ  ଉପସ୍ଥିତ ରହି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ । ବୈଠକ ପ୍ରାରମ୍ଭରେ ଆଜି ସମ୍ବିଧାନ ଦିବସ ପରିପ୍ରେକ୍ଷୀରେ  ଭାରତରତ୍ନ ଡ଼ଃ ଭୀମ ରାଓ ଆମ୍ବେଦକରଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ଉପସ୍ଥିତ ଅଧ୍ୟକ୍ଷl ତଥା ସମସ୍ତ ସଦସ୍ୟ ସଦସ୍ୟା ଓ ଜିଲ୍ଲାସ୍ତରୀୟ ଅଧିକାରୀ l ପରେ ପରେ ପ୍ରକଳ୍ପ ନିର୍ଦେଶକ,  ଡ଼ିଆରଡ଼ିଏ  ସ୍ବାଗତ ବକ୍ତବ୍ୟ ପ୍ରଦାନ କରିବା ସହ ଏହି ସ୍ୱତନ୍ତ୍ର ବୈଠକର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ l ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା ଶ୍ରୀମତୀ ଉଷା କୁମାରୀ  ନିଜର ବକ୍ତବ୍ୟ ରେ ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପଞ୍ଚଦଶ ଅର୍ଥ କମିଶନ ଓ ପଞ୍ଚମ ରାଜ୍ୟ ଅର୍ଥ କମିଶନରୁ ଆବଣ୍ଟିତ ଅର୍ଥ ଖସଡ଼ାର ଉପଯୁକ୍ତ କାର୍ଯ୍ୟକାରିତା ଦ୍ୱାରା ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ସମ୍ଭବ ବୋଲି କହିବା ସହ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ  ସମସ୍ତ ବିଭାଗ ଓ ଅଧିକାରୀଙ୍କ ମଧ୍ୟରେ ଉପଯୁକ୍ତ ସମନ୍ଵୟ ରଖି ଲୋକ ଯୋଜନା  କାର୍ଯ୍ୟକାରୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି l ଅଦ୍ୟ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପଞ୍ଚଦଶ ଅର୍ଥ କମିଶନ ର ଆବଦ୍ଧ ପାଣ୍ଠିରୁ 1,98,11460 ଟଙ୍କା ସେହିପରି ଅନାଵଦ୍ଧ ପାଣ୍ଠିରୁ 1,32,07632 ଟଙ୍କା ଓ ପଞ୍ଚମ ରାଜ୍ୟ ଅର୍ଥ କମିଶନ ପାଣ୍ଠିରୁ 1,74,85986 ଟଙ୍କାର  ପ୍ରସ୍ତାବିତ କାର୍ଯ୍ୟ ପ୍ରକଳ୍ପ ଗୁଡିକୁ  ଗୃହରେ ସର୍ବସମ୍ମତି କ୍ରମେ ପାରିତ କରାଯାଇଛି l ଏହି ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ ନିଜ ନିଜର ବିଭାଗ ର ଲୋକ ଯୋଜନା କାର୍ଯ୍ୟକ୍ରମ ଗୁଡିକୁ  ଅନ୍ୟ ବିଭାଗ ସହଯୋଗରେ ଯୋଜନା ର କାର୍ଯ୍ୟକାରିତାକୁ ପ୍ରଭାବୀ ଓ 
ଏକାଭିମୁଖୀ କରାଯାଇପାରିବ ତାହା  ଉପରେ ବିସ୍ତୃତ ଭାବେ ବୈଠକରେ ଉପସ୍ଥାପନ କରିଥିଲେ l ଜିଲ୍ଲାର ଗ୍ରାମ୍ୟଞ୍ଚଳରେ ନିଆଯାଉଥିବା ପ୍ରତ୍ୟେକ ଲୋକ ଯୋଜନା କାର୍ଯ୍ୟକ୍ରମକୁ ସମସ୍ତଙ୍କୁ ଉପଲବ୍ଧ ସହ ସୁସମନ୍ୱୟ ରକ୍ଷା ପୂର୍ବକ  ସୁବ୍ୟବସ୍ଥିତ ଓ ସୁନିଶ୍ଚିତ କରିବାକୁ ସରକାରଙ୍କ ନିର୍ଦେଶ ମୁତାବକ କାର୍ଯ୍ୟକାରୀ କରିବାକୁ  ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହେବାକୁ ସଦସ୍ୟ ସଦସ୍ୟା ଗୁରୁତ୍ୱାରୋପ କରିଛନ୍ତି l ଶେଷରେ କାର୍ଯ୍ୟ ନିର୍ବାହୀଯନ୍ତ୍ରୀ -ଆର ଡବ୍ଲୁ ଏସ ଏସ, ଶ୍ରୀଯୁକ୍ତ ବିଭୂପ୍ରସାଦ ପଣ୍ଡା  ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like