-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
01-Dec-2021
ସାଲେପୁର: ଆଜି କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ ଶିଶୁଆ ଠାରେ ଅବସ୍ଥିତ ସାବିତ୍ରୀ ଦେବୀ ଘରୋଇ ମହାବିଦ୍ୟାଳୟରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ କାରୋନା କଟକଣା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ଯୁକ୍ତ ତିନି ର ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କୁ ଯୁକ୍ତ ତିନି ର ଦ୍ୱିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀ ମାନେ ମହାବିଦ୍ୟାଳୟକୁ ସ୍ବାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ସଞ୍ଜୟ କୁମାର ଖୁଣ୍ଟିଆ ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ ଶ୍ରୀଯୁକ୍ତ ଦେବେନ୍ଦ୍ର ନାଥ ପତି।
ସଭା ଆରମ୍ଭରେ ମୁଖ୍ୟ ଅତିଥି ପ୍ରଦୀପ ପ୍ରଜ୍ବଳନ କରିବା ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇ ସଭା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା।
ମୁଖ୍ୟ ଅତିଥି ଛାତ୍ର ଛାତ୍ରୀ ମାନଙ୍କୁ ଅନେକ ହିତୋପଦେଶ ଦେଇଥିଲେ ।
ଶେଷରେ ବିଦାୟ ସଙ୍ଗୀତ ଗାନ କରାଯାଇ ସଭା କାର୍ଯ୍ୟକ୍ରମ ଶେଷ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକା ଶ୍ରୀଯୁକ୍ତ ସିଦ୍ଧାର୍ଥ ଆଚାର୍ଯ୍ୟ,ଗିରିଜା ପ୍ରସାଦ ମିଶ୍ର, ଅମିୟ ରଞ୍ଜନ ଦାସ, ପ୍ରକାଶ ଚନ୍ଦ୍ର ସାହୁ, ଜ୍ୟୋତିର୍ମୟୀ ସାହୁ, ରୁଙ୍କୀ ପ୍ରିୟଦର୍ଶିନୀ ସାମଲ,ଗଣେଶ୍ୱର ସାମଲ ଓ ମହାବିଦ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ମାନେ ଯୋଗ ଦେଇଥିଲେ। ଛାତ୍ର ଛାତ୍ରୀ ମାନଙ୍କ ଏହି କାର୍ଯ୍ୟକ୍ରମ କୁ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକା ମାନେ ପ୍ରଶଂସା କରିଥିଲେ।