-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଆନନ୍ଦପୁରରେ ୨୪ ମେଗାୱାଟର କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପ ଲୋକାର୍ପିତ-ଜିଲ୍ଲା ଖଣିଜ ପାଣ୍ଠିର ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ - ମୁଖ୍ୟମନ୍ତ୍ରୀ

07-Nov-2020



ଭୁବନେଶ୍ବର, (ପ୍ରେରଣା ଖବର) - ଜିଲ୍ଲା ଖଣିଜ ପାଣ୍ଠିର ଟଙ୍କା ହେଉଛି ଲୋକଙ୍କ ଟଙ୍କା। ଏହାର ସବୁ ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।  ଆଜି ଭିଡିଓ କନ୍‌ଫରେନସିଂ ଜରିଆରେ ଆନନ୍ଦପୁରର ସିଂହନାଳୀରେ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦୁଝର ଜିଲ୍ଲାର ଉଭୟ ଦେଶ ଓ ରାଜ୍ୟ ଅର୍ଥନୀତିରେ ବିଶେଷ ଅବଦାନ ରହିଛି।   କେନ୍ଦୁଝରରେ ଏକ ମେଡିକାଲ କଲେଜ ଓ ହସ୍‌ପିଟାଲ କାର୍ଯ୍ୟ ଆଗେଇ ଚାଲିଥିବାବେଳେ ଜିଲ୍ଲାର ସବୁ ରାସ୍ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ସେହିପରି ମେଗା ପିଇବା ପାଣି ପ୍ରକଳ୍ପରେ ଜିଲ୍ଲାର ସବୁ ଘର ଗାଁ ଓ ସହର ସବୁ ଅଞ୍ଚଳରେ  ପାଇପ ପାଣି ଯୋଗାଇ ଦେବା ପାଇଁ କାମ ଚାଲିଛି ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଲୋଅର ବୈତରଣୀ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ହେଉଛି ସବୁଜ ଓ ପୁନଃ ବ୍ୟବହାରକ୍ଷମ ଶକ୍ତି କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ । ଏହା ପରିବେଶ ଅନୁକୂଳ ଏବଂ ଏହି ପ୍ରକଳ୍ପରେ କେହି ଜଣେ ବି ବିସ୍ଥାପିତ ହୋଇନଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ ଏବଂ ଏହିଭଳି ଅନେକ ଛୋଟ ଛୋଟ ଶକ୍ତି ପ୍ରକଳ୍ପ ଦ୍ବାରା ଓଡିଶା ପରିବେଶ ପରିବର୍ତ୍ତନ ଆହ୍ବାନକୁ ଠିକ୍‌ ଭାବରେ ମୁକାବିଲା କରିପାରିବ।

ବୈତରଣୀ ନଦୀ ଉପରେ ନିର୍ମିତ ଏହି ପ୍ରକଳ୍ପ ହାଇଦ୍ରାବାଦସ୍ଥିt   ବୈତରଣୀ ପାୱାର ପ୍ରୋଜେକ୍ଟ ପ୍ରାଇଭେଟ ଲିମିଟେଡ ଦ୍ବାରା ସ୍ଥାପନ କରାଯାଇଛି। ଏଥିରୁ ରାଜ୍ୟ ଗ୍ରୀଡ ବର୍ଷକୁ ୧୦୦ ମିଲିଅନ ୟୁନିଟ ବିଜୁଳି ପାଇପାରିବ। ଏହାଦ୍ବାରା ଆନନ୍ଦପୁର ଅଞ୍ଚଳର ଲୋକମାନେ ଉନ୍ନତମାନର ବିଜୁଳି ସୁବିଧା ପାଇପାରିବେ।

ଏହି ଅବସରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ କହିଲେ ଯେ ଏହି ପ୍ରକଳ୍ପ ଦ୍ବାରା ଅକ୍ଷୟ ଶକ୍ତି କ୍ଷେତ୍ରରେ ରାଜ୍ୟର କ୍ଷମତା ବଢିଛି। ଏହାଦ୍ବାରା କେନ୍ଦୁଝର ଓ ସାରା ଓଡିଶାବାସୀ ଉପକୃତ ହେବେ । ଭବାନୀପାଟଣାରେ ଉପସ୍ଥିତ ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଲେ ଯେ    Peak ସମୟରେ ଗ୍ରୀଡକୁ ଶକ୍ତି ଯୋଗାଇବାରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହି ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ବଳିଷ୍ଠ ନେତୃତ୍ବକୁ ପ୍ରଶଂସା କରିଥିଲେ।

  ଏହି ଅବସରରେ କେନ୍ଦୁଝରରେ ଉପସ୍ଥିତ କେନ୍ଦୁଝର ସାଂସଦ, ଘାସିପୁରା ବିଧାୟକ ଏବଂ ଆନନ୍ଦପୁର ବିଧାୟକ ପ୍ରମୁଖ ସେମାନଙ୍କର ବକ୍ତବ୍ୟ ରଖିଥିଲେ। ଲୋଅର ବୈତରଣୀ ପାୱାର ପ୍ରକଳ୍ପର ପରିଚାଳନା ନିର୍ଦ୍ଦେଶକ ପ୍ରକଳ୍ପ ସମ୍ବନ୍ଧରେ ଆଲୋକପାତ କରିଥିଲେ।

ଏହି ଅବସରରେ କାର୍ଯ୍ୟକ୍ରମ ସଂପର୍କରେ ଏକ ଭିଡିଓ ପ୍ରଦର୍ଶିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଶକ୍ତି ବିଭାଗର ପ୍ରମୁଖ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦୁଝର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।  ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like