-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ମୁକାବିଲା ସମୀକ୍ଷା,ସତର୍କ ରହିବା ସହିତ କଡାକଡି ଭାବରେ କୋଭିଡ ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ଅନୁରୋଧ

01-Dec-2021



ପୁରୀ /ଭୁବନେଶ୍ବର(ସମୀର ନାଏକଙ୍କ ରିପୋର୍ଟ)::ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ନୂଆ ଭାରିଏଣ୍ଟର ଭୟଭୟତା ସଂପର୍କରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସବୁ ଦେଶକୁ ସତର୍କ କରାଇ ଦେଇଛନ୍ତି ଏବଂ ଏହା ଗୁରୁତର ପ୍ରଭାବ ପକାଇବାର ମଧ୍ୟ ଅଶଂକା ବ୍ୟକ୍ତ କରିଛନ୍ତି । ଗତ କିଛି ସପ୍ତାହ ହେଲା ଇରୋପରେ ସଂକ୍ରମଣ ବୃଦ୍ଧି ପାଇଛି । ଏହି ନୂଆ ଭାରିଏଣ୍ଟ ଅଧିକ ସଂକ୍ରମଣଶୀଳ ଥିବାରୁ ଜନସାଧାରଣ ଏହାକୁ ଗୁରୁତର ସହ ନେବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରଥମରୁ ହିଁ ଓଡିଶା ଏହି ମହାମୀରୀ ମୁକାବିଲା ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିଆସିଛି । ଆହ୍ବାନମୂଳକ ପରିସ୍ଥିତି ସତ୍ତ୍ବେ ଜନସାଧାରଣଙ୍କ ସହଯୋଗରେ ଓଡିଶା ସଫଳତାର ସହିତ ପ୍ରଥମ ଓ ଦ୍ବିତୀୟ ଲହରୀର ମୁକାବିଲା କରିଥିଲା ଏବଂ ବର୍ତ୍ତମାନ ପରିସ୍ଥିତିର ଆମେ ମଧ୍ୟ ସଫଳ ମୁକାବିଲା କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶାବ୍ୟକ୍ତ କରିଥିଲେ ।ଏହି ପରିପ୍ରେକ୍ଷୀରେ ଆମର କୋଭିଡ ମୁକାବିଲା ପାଇଁ ଆମର ଥିବା ପ୍ରସ୍ତୁତିକୁ ପୁଣି ଥରେ ପୁନଃ ସକ୍ରିୟ କରିବା ସହିତ ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କ ସମତେ ଏଥିରେ ସଂଶ୍ଲିଷ୍ଟ ସବୁ ଅଧିକାରୀ ମାନଙ୍କୁ ଜାଗତିଆର ରଖିବା ପାଇଁ ପରାମର୍ଶ ଦେଇଥିଲେ ।କୋଭିଡ ନିୟମର ଯେପରି କଡାକଡି ପାଳନ କରାଯିବ, ସେଥିପ୍ରତି ସତର୍କ ପଦକ୍ଷେପ ନେବାପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର କହିଲେ ଯେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୁରାପୁରି ସତର୍କ ଅଛନ୍ତି । କୋଭିଡ ଭିତ୍ତିଭୂମିକୁ ସୁଦୃଢ ରହିଛି ଏବଂ ତାକୁ ଆହୁରି ଅଧିକ ଜୋରଦାର କରିବା ପାଇଁ ପଦକ୍ଷେପ ନିଆଯାଉଛି ।
ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ରାଜ କୁମାର ଶର୍ମା କୋଭିଡ ମୁକାବିଲା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଟେଷ୍ଟ ପଜିଟିଭ ହାର ମାତ୍ର ୦.୪୪ ପ୍ରତିଶତ ରହିଛି । ଚାରୋଟି ଜିଲ୍ଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ସମ୍ବଲପୁରର କିଛି ଅଂଚଳରେ ଅପେକ୍ଷାକୃତ ଅଧିକ କେସ୍ ବାହାରିଥିଲେ ମଧ୍ୟ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି । ନୂଆ ରୋଗୀ ମାନଙ୍କର Genome Sequencing ପାଇଁ ମଧ୍ୟ ନମୁନା ପଠାଯାଉଛି ।  ରାଜ୍ୟରେ ପ୍ରଥମ ଡୋଜ ଟୀକାକରଣ ୮୫.୬ ପ୍ରତିଶତ ଥିବାବେଳେ ଦ୍ବିତୀୟ ଡୋଜ ଟୀକାକରଣ ୪୮.୪ ପ୍ରତିଶତ ରହିଛି, ଯାହା କି ଜାତୀୟ ହାର ଠାରୁ ଉନ୍ନତ ରହିଛି । ଘରକୁ ଘର ବୁଲି ଟୀକାକରଣ କାର୍ଯ୍ୟକୁ ତ୍ବରାନ୍ବିତ କରାଯାଉଛି ।ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ  କୋଭିଡରୁ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରିବା, Oxygen Supply chainକୁ ଆହୁରି ମଜବୁତ କରିବା ଏବଂ ଘରୋଇ ହସ୍‌ପିଟଲଗୁଡିକୁ କୋଭିଡ ଚିକିତ୍ସା ପାଇଁ ପ୍ରସ୍ତୁତି ରଖିବା ଉପରେ ଗୁରୁତ୍ବ ଦେଇଥିଲେ ।ବୈଠକରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ, ପୋଲିସ କମିଶନରଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ମହାନଗର ନିଗମ ଗୁଡିକର କମିଶନର ଏବଂ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like