-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ବାତ୍ୟା ଜୱାଦକୁ ନେଇ ଜିଲ୍ଲା ପ୍ରଶାସନର ଜୋରଦାର ପ୍ରସ୍ତୁତି,  ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ଓ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ ଉପରେ ଗୁରୁତ୍ବ- ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ରବିବାର ଛୁଟି ବାତିଲ

03-Dec-2021



ପୁରୀ(ସମୀର ରଞ୍ଜନ ନାୟକ) : ବଙ୍ଗୋପ ସାଗର ଅଞ୍ଚଳରେ ସୃଷ୍ଟ ବାତ୍ୟା ଜୱାଦକୁ ନେଇ ଜିଲ୍ଲା ପ୍ରଶାସନ ଜୋରଦାର ପ୍ରସ୍ତୁତ ଆରମ୍ଭ କରିଛି ।  ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଭର୍ଚ୍ୟୁଆଲ ମାଧ୍ୟମରେ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ଓସୱାନ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାରେ ଥିବା ୧୭୦ଟି ବହୁମୁଖୀ ବାତ୍ୟା ଓ ବନ୍ୟା  ଓ ପ୍ରାୟ ୪୦୦ଟି ସ୍କୁଲ ଓ କମ୍ୟୁନିଟ ହଲରେ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇ ରହିଛି । ସମସ୍ତ ଆଶ୍ରୟସ୍ଥଳୀରେ ସାନିଟାଇଜର, ମାସ୍କ, ପାନୀୟ ଜଳ, ଆଲୋକ ଓ ଜେନେରେଟର ବ୍ୟବସ୍ଥା କରାଯାଇଛି ।  ଚୁଡା, ଗୁଡ, ବିସ୍କୁଟ ଆଦି ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି । ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ  ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ  ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ରବିବାର ଛୁଟି ମଧ୍ୟ ବାତିଲ କରାଯାଇଛି । ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରହିବ । ଜିଲ୍ଲା ନିୟନ୍ତ୍ରଣ କକ୍ଷର ନମ୍ବର ହେଉଛି - ୦୬୭୫୨-୨୨୩୨୩୭ । କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁରୀ ସଦର, ଗୋପ, କାକଟପୁର, ଅସ୍ତରଙ୍ଗ, କଣାସର ୧୫୨ ଜଣ ଆସନ୍ନା ପ୍ରସବା ମାନଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଉଛି । ବୟସ୍କ ବ୍ୟକ୍ତି ଓ ଶିଶୁ ମାନଙ୍କ ସ୍ବାସ୍ଥ୍ଯ ଓ ଯତ୍ନ ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଛି । ଗୃହପାଳିତ ପଶୁ ମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯିବ । ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ କୋଭିଡ ନୀୟମ ପାଳନ କରିବାକୁ ପରାମର୍ଶ ଦିଆଯାଇଛି ।  ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳ, କଚ୍ଚାଘରୁ ଆଜିଠାରୁ ଲୋକ ମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି ।  ଜିଲ୍ଲାର ୨୫ ହଜାର ହେକ୍ଟର ଜମିରୁ ଅମଳ ଶସ୍ୟକୁ କ୍ଷେତରୁ ନେଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି । ଆବଶ୍ୟକ ପଡିଲେ ଧାନ ସଂଗ୍ରହ କେନ୍ଦ୍ରରେ ଅମଳ ଧାନ ରଖାଯିବ । ଏଥିପାଇଁ ଆବଶ୍ୟକୀୟ ପଲିଥିନ ରଖିବା ପାଇଁ ନିୟନ୍ତ୍ରଣ ବଜାର କମିଟିକୁ କୁହାଯାଇଛି । ରଖିବା ନିମନ୍ତେ କୃଷକ ବନ୍ଧୁ ମାନଙ୍କୁ ପରାମର୍ଶ ଦିଆଯାଇଛି । ପ୍ରବଳ ବର୍ଷା ହେବା ଆଶଙ୍କା ଥିବାରୁ ଏହାର ପରବର୍ତ୍ତି ପରିସ୍ଥିତିର ମୁକାବିଲା ଏବଂ କ୍ଷୟକ୍ଷତି ରିପୋର୍ଟ ସଠିକ ଭାବେ ପ୍ରଦାନ କରିବାକୁ  ଅଧିକାରୀ ମାନଙ୍କୁ କୁହାଯାଇଛି ।  ଖୁବ୍ ବେଗରେ ପବନ ବୋହିବା ଆଶଙ୍କା ଥିବାରୁ ମତ୍ସଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ନିମନ୍ତେ ପରାମର୍ଶ ଦିଆଯାଇଛି । ଅନ୍ୟପକ୍ଷରେ ମାଛଧରା ଡଙ୍ଗା ଗୁଡିକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ମତ୍ସଜିବୀ ମାନଙ୍କୁ ସଚେତନ କରିବା ପାଇଁ ବିଡିଓ ମାନଙ୍କୁ ପରାମର୍ଶ ଦିଆଯାଇଛି । 

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ପ୍ରଣବ ଶଙ୍କର ଦାଶ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ମିହିର କୁମାର ପଣ୍ତା,  ଜରୁରୀକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଯୋଗ‍ାଣ ଅଧିକାରୀ ଶ୍ରୀ ସୁବୋଧ ହୋତା, ବିଡିଓ ଓ ତହସିଲଦାର, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like