-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ସମ୍ଭାବ୍ୟ ବାତ୍ୟା ଜୱାଦକୁ ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା

03-Dec-2021



ପୁରୀ (ସମୀର ରଞ୍ଜନ ନାୟକ )ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସବର୍ମା ସମ୍ଭାବ୍ୟ ବାତ୍ୟା ଜୱାଦ ମୁକାବିଲା ପ୍ରସ୍ତୁତିକୁ ନେଇ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ସହ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି ।  ସମ୍ଭାବ୍ୟ ବାତ୍ୟା ପୁରୀ ଜିଲ୍ଲାରେ ସ୍ଥଳ ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ସମୁଦ୍ର ଓ ଚିଲିକା ନିକଟବର୍ତ୍ତୀ ବ୍ଲକ କୃଷ୍ଣପ୍ରସାଦ, ବ୍ରହ୍ମଗିରି, ପୁରୀ ସଦର, ଗୋପ, କାକଟପୁର, ଅସ୍ତରଙ୍ଗ ଆଦି ଅଞ୍ଚଳର ତଳିଆ ସ୍ଥାନରେ ରହୁଥିବା ବ୍ୟକ୍ତିଙ୍କୁ ସୁରକ୍ଷିତ ସ୍ଥାନରେ ଆଶ୍ରୟ ଦେବା ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି । ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଜାରି ସୂଚନା ଅନୁଯାୟୀ ଉକ୍ତ ୬ଟି ବ୍ଲକର ଲୋକ ମାନଙ୍କ ନିମନ୍ତେ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ କରି ରଖିବା ନିମନ୍ତେ ଶ୍ରୀ ଦାସବର୍ମା ଗୁରୁତ୍ବାରୋପ କରିଛନ୍ତି । କୃଷ୍ଣପ୍ରସାଦର ଚିଲିକା ମଧ୍ୟରେ ଥିବା ୧୪ଟି ଗ୍ରାମପଞ୍ଚାୟତ ବିଶେଷ କରି ମହିଷା ଓ ବ୍ରହ୍ମପୁର ଗ୍ରାମରେ ଶୁଖିଲା ଖାଦ୍ୟ ଓ ପାନୀୟ ଜଳ ବ୍ୟବସ୍ଥା କରାଯାଇ ପାରିବ ଏନେଇ ଶ୍ରୀ ଦାସବର୍ମା ଗୁରୁତ୍ବାରୋପ କରିଛନ୍ତି । ସମଗ୍ର କୃଷ୍ଣପ୍ରସାଦ ଓ ବ୍ରହ୍ମଗିରି ବ୍ଲକର ୪୨ କିଲୋମିଟର ବ୍ୟାପି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ବାତ୍ୟା ପରବର୍ତ୍ତି ରିଲିଫ ଓ ପୁନଃରୁଦ୍ଧାର କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି ନହୁଏ ସେଥିପାଇଁ ବ୍ଲକ ପ୍ରଶାସନ, ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଜଳସେଚନ ଓ ଯୋଗାଣ ବିଭାଗ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଆବଶ୍ୟକ ସ୍ଥଳେ ରିଲିଫ ଓ ପୁନଃରୁଦ୍ଧାର କାର୍ଯ୍ୟରେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷର ସହଯୋଗ ଉପରେ ସେ ଗୁରୁତ୍ବାରୋପ କରିଥିଲେ ।  ବିଭିନ୍ନ ପାନୀୟ ଜଳ ପ୍ରକଳ୍ପ ଯୋଜନା ମାଧ୍ୟମରେ ଯାରି ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଯେପରି ବାଧାପ୍ରାପ୍ତ ନହୁଏ ଏଥିପ୍ରତି ଧ୍ୟାନ ଦେବାକୁ ସେ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ ଓ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଚୁଡା, ଗୁଡ, ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରଖିବା ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ  ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ  ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଶ୍ରୀ ଦାସବର୍ମା  କହିଛନ୍ତି । ଅନ୍ୟପକ୍ଷରେ ମାଛଧରା ଡଙ୍ଗା ଗୁଡିକୁ ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ସମୁଦ୍ର ଓ ଚିଲିକା ଉପରେ ନିର୍ଭରଶୀଳ ଥିବା ମତ୍ସଜିବୀ ମାନଙ୍କ ମଧ୍ୟରେ ସଚେତନ ସୃଷ୍ଟି କରିବା ପାଇଁ ସେ ପରାମର୍ଶ ଦେଇଛିନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like