-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ବାତ୍ୟା ଜୱାଦ ମୁକାବିଲାକୁ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତ, ସ୍ଥାନାନ୍ତରିତ ପ୍ରକ୍ରିୟା ସାମୟିକ ଭାବେ ସ୍ଥଗିତ- ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ

04-Dec-2021



ପୁରୀ(ସମୀର ରଞ୍ଜନ ନାୟକ )ବଙ୍ଗୋପ ସାଗର ଅଞ୍ଚଳରେ ସୃଷ୍ଟ ବାତ୍ୟା ଜୱାଦ ମୁକାବିଲାକୁ ନେଇ ଜିଲ୍ଲା ପ୍ରଶାସନ  ପ୍ରସ୍ତୁତ ହୋଇ ରହିଛି । ଜୱାଦର ପ୍ରକୋପ ହ୍ରାସ ହେବା ଆଶା କରାଯିବା ପରେ ସ୍ଥାନାନ୍ତରିତ ପ୍ରକ୍ରିୟା ସାମୟିକ ଭାବେ ସ୍ଥଗିତ ରହିଛି । ମାତ୍ର ବର୍ଷା ହେବାର ଆଶଙ୍କା ଥିବାରୁ ସମସ୍ତ ୧୭୦ଟି ବାତ୍ୟା ଓ ବନ୍ୟା   ଆଶ୍ରୟସ୍ଥଳୀ ଏବଂ ୪୦୦ଟି ଅସ୍ଥାୟୀ ଆଶ୍ରୟସ୍ଥଳୀକୁ ଜରୁରୀ ନିମନ୍ତେ ପ୍ରସ୍ତୁତ ରଖାଯାଇଛି ।  ଉପକୂଳବର୍ତ୍ତି ୨୦ଟି ପଞ୍ଚାୟତର ୫୨ଟି  ଗ୍ରାମର ଲୋକଙ୍କୁ ଆଶ୍ରୟସ୍ଥଳୀରେ ରଖାଯାଇଛି । ୧୦ଟି ସ୍ଥାନରେ ମାଗଣା ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଛି । ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ପରାମର୍ଶ କ୍ରମେ ବରିଷ୍ଠ ଅଧିକାରୀ ମାନେ ଆଜି ସକାଳେ ବିଭିନ୍ନ ବ୍ଲକ ଗସ୍ତ କରି ସ୍ଥାନାନ୍ତରଣ ପ୍ରକ୍ରିୟା ଓ ପରିସ୍ଥିତିର ଅନୁଧ୍ୟାନ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିନୟ କୁମାର ଦାଶ ଗୋପ ଓ କୋଣାର୍କ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର କାକଟପୁର ଓ ଅସ୍ତରଙ୍ଗ, ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ଶ୍ରୀ କୈଳାଶ ଚନ୍ଦ୍ର ନାୟକ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦର ୭ଟି ପଞ୍ଚାୟତ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା ପିପିଲି ଓ ଡେଲାଙ୍ଗ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ନିମାପଡା ଓ ସତ୍ୟବାଦୀ, ପିକେଡିଏ ସଚିବ ଶ୍ରୀ ଲଲାଟେନ୍ଦୁ ସାହୁ କଣାସ ଏବଂ ଭୂଅର୍ଜନ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ଜେନା ଚିଲିକା ମଧ୍ୟସ୍ଥ କୃଷ୍ଣପ୍ରସାଦର ୧୪ଟି ପଞ୍ଚାୟତ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ଓ ଜିଲ୍ଲା ଆପଦକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର ଜିଲ୍ଲା ମୁଖ୍ୟାଳୟ ଠାରେ ରହି ପରିସ୍ଥିତିର ଅନୁଧ୍ୟାନ କରିଥିଲେ । ସମସ୍ତ ବ୍ଲକରେ ପର୍ଯ୍ୟାପ୍ତ ପରିମାଣର ଚୁଡା, ଗୁଡ, ବିସ୍କୁଟ ଆଦି ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି । ଏନଡିଆରଏଫ୍, ଓଡ୍ରାଫ, ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ  ଡାକ୍ତରୀ ଦଳ ସଜାଗ ହୋଇ ରହିଛନ୍ତି । ଜିଲ୍ଲାର ବିଭିନ୍ନ ବ୍ଲକର ୨୭୫ ଜଣ ଆସନ୍ନା ପ୍ରସବା ମାନଙ୍କ ମଧ୍ୟରୁ ୧୫୪ ଜଣ ବିଭିନ୍ନ ଡାକ୍ତରଖାନାରେ ପ୍ରସବ ଦେଇଥିବା ବେଳେ ୪୧ ଜଣଙ୍କୁ ବିଭିନ୍ନ ଡାକ୍ତରଖାନରେ ଏବଂ ଅନ୍ୟମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯାଇଛି ।   ଜିଲ୍ଲାରେ ୩୦ ହଜାର ହେକ୍ଟର ଜମିରେ ଅମଳ ଶସ୍ୟକୁ କ୍ଷେତରୁ ନେଇ ସୁରକ୍ଷିତ ସ୍ଥାନରେ ରଖାଯାଇଛି । ଆଜି ଜିଲ୍ଲାରେ ହାରାହାରି ବୃଷ୍ଟିପାତ ୪୦ ମିଲି ମିଟର ରହିଥିବାରୁ ବିଶେଷ କ୍ଷତି ହୋଇନଥିବା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ଅନିଲ ଚନ୍ଦ୍ର ଦାସ କହିଛନ୍ତି । ଏଥିନିମନ୍ତେ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ସେ ଜଣେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like