-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ଗରିବ ପ୍ରସୂତି ମହିଳାଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ମହିଳା ସ୍ୱାସ୍ଥ୍ୟ କର୍ମୀ ବ୍ରଜେଶ୍ବରୀ, ସ୍ୱାସ୍ଥ୍ୟ ବିଭାଗ ର ଗୌରବ ବଢ଼ାଇ ଯୁବ ପିଢୀ ଙ୍କୁ ବି ପ୍ରେରଣା ଦେଲେ

06-Dec-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଉପଖଣ୍ଡ ଡାକ୍ତରଖାନାଠାରେ ଜଣେ ଗରିବ ଅସହାୟ ପ୍ରସୂତି ମହିଳାଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଛନ୍ତି ଓ ମହାନତାର ପରିଚୟ ଦେଇଛନ୍ତି ଡାକ୍ତରଖାନାର ମହିଳା ସ୍ୱାସ୍ଥ୍ୟ କର୍ମୀ ବ୍ରଜେଶ୍ବରୀ ପାତ୍ର l ପ୍ରାପ୍ତ ସୂଚନା ଅନୁସାରେ ବୀରମହାରାଜପୁର ଡାକ୍ତରଖାନାରେ ସୁବଳୟା ଅଂଚଳର ଗର୍ଭବତୀ ମହିଳା ବର୍ତ୍ତମାନ ବିରମହାରାଜପୁର ସଦର ନିକଟ ଟାଙ୍ଗରସାହି ଠାରେ ବସବାସ କରୁଥିବା ଗରିବ ଶ୍ରମିକ ଶ୍ରେଣୀ ର ଅଟନ୍ତି ଓ ଏହି ମହିଳା ଲକ୍ଷ୍ମୀ ନାଏକ (୪୨) ଗତ ମାସ ୨୯ ତାରିଖ ଦିନ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ l ଜନ୍ମ ସମୟରେ ଉଭୟ ମା ଓ ପୁଅଙ୍କ ଅବସ୍ଥା ଠିକ ଥିବା ବେଳେ ଆଜି ଲକ୍ଷ୍ମୀ ଙ୍କ ସ୍ୱାସ୍ଥ୍ୟବସ୍ଥା  ହଠାତ ଖରାପ ହୋଇଥିଲା l ଡାକ୍ତରୀ ପରୀକ୍ଷା ପରେ ଜାଣିବାକୁ ପାଇଲେ ଯେ ଲକ୍ଷ୍ମୀଙ୍କ ରକ୍ତ ସ୍ତର ୫ ପ୍ରତିଶତରୁ କମ ଅଛି l ଏପରି ଅବସ୍ଥାରେ ଲକ୍ଷ୍ମୀଙ୍କ ଜୀବନ ପ୍ରତି ବିପଦ ଥିବାରୁ ଡାକ୍ତର ତାଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ଡାକ୍ତରଖାନାକୁ ରେଫର କରି ରକ୍ତ ନେବାକୁ ପରାମର୍ଶ ଦେଇଥିଲେ l ହେଲେ ଶ୍ରମିକ ଶ୍ରେଣୀର ଲକ୍ଷ୍ମୀ ସୁବର୍ଣ୍ଣପୁର

ଡାକ୍ତରଖାନାକୁ ଯିବାକୁ ଚାହିଁ ନ ଥିଲେ l କାରଣ ତାଙ୍କ ପାଖରେ ଖର୍ଚ୍ଚ କରିବାକୁ ଟଙ୍କା ନ ଥିଲା l ସୁବର୍ଣ୍ଣପୁର ଡାକ୍ତରଖାନା ଗଲେ ଅଧିକ ଖର୍ଚ୍ଚ ହେବ କେଉଁଠୁ ଟଙ୍କା ଆଣିବୁ ଭାବି ସେଠାକୁ ଯିବାକୁ ମନା କରି ଦେଇଥିଲେ ଏବଂ ଡାକ୍ତରଙ୍କୁ ଏଠାରେ ଚିକିତ୍ସା କରିବାକୁ ଅନୁରୋଧ କରିଥିଲେ l ଡାକ୍ତର ରକ୍ତ ନେବା ନିହାତି ଜରୁରୀ ବୋଲି  ଲକ୍ଷ୍ମୀଙ୍କୁ ବୁଝାଇଥିଲେ କିନ୍ତୁ ସେ ନ ବୁଝିବାରୁ ସେ ସମୟରେ ବିରମହାରାଜପୁର ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଆଲୋକ ସେଠ ପହଂଚି ଲକ୍ଷ୍ମୀଙ୍କୁ ବୁଝାସୁଝା କରିବା ସହ କୌଣସି ଖର୍ଚ୍ଚ ପଡିବ ନାହିଁ କି କୌଣସି ପ୍ରକାର ଭୟ କରିବାର ନାହିଁ ବୋଲି ବୁଝାଇବା ପରେ ମଧ୍ୟ ଲକ୍ଷ୍ମୀ ଯିବା ପାଇଁ ରାଜି ହୋଇ ନ ଥିଲେ l କୌଣସି ସୂତ୍ରରୁ ଖବର ପାଇ ସଦର ମହିଳା ସ୍ୱାସ୍ଥ୍ୟ କର୍ମୀ ବ୍ରଜେଶ୍ବରୀ ପାତ୍ର ଲକ୍ଷ୍ମୀଙ୍କ ପାଖରେ ପହଂଚି ବୁଝାଇବା ସହିତ ମୁଁ ନିଜେ ରକ୍ତ ଦେବି କହି ତାଙ୍କୁ ସାହସ ଯୋଗଇ ଥିଲେ ଓ ତାଙ୍କୁ ୧୦୮ ଆମ୍ବୁଲାନସ ଯୋଗେ ସୁବର୍ଣ୍ଣପୁର ଡାକ୍ତରଖାନାକୁ ନେଇ ରକ୍ତ ଦେଇ ମହିଳା ପ୍ରସୂତି ଲକ୍ଷ୍ମୀଙ୍କ ଜୀବନ ବଞ୍ଚାଇଥିଲେ l  ତାଙ୍କର ଏହି ମହତ କାମ   ପାଇଁ ବୀରମହାରାଜପୁର ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଶ୍ରୀ ପଣ୍ଡା, ଓଡିଶା ସାମ୍ବାଦିକ ସଂଘ  ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ନୀଲକମଳ ମିଶ୍ର, ରାଜ୍ୟ ରକ୍ତଦାତା ସଂଘ  ଉଦ୍ୟୋକ୍ତ ମନୋଜ ପଣ୍ଡାଙ୍କ ସମେତ  ସାଧାରଣ ଜନତା  ବି ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like