-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଶିକ୍ଷାନୁଷ୍ଠାନରେ ବିଜେପି ର ସଭା ସମିତି କରିବା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

07-Dec-2021



ବରଗଡ:-ପବିତ୍ର ଶିକ୍ଷାନୁଷ୍ଠାନ ରେ ଭାରତୀୟ ଜନତା ପାର୍ଟି ର ଦଳୀୟ କର୍ମକର୍ତ୍ତା ମାନେ ସଭା ସମିତି କରିବା ନେଇ  ଅତାବିରା ବିଜୁଜନତା ଦଳ ର ଦଳୀୟ କର୍ମକର୍ତ୍ତା ମାନେ ତୀବ୍ର ନିନ୍ଦା କରି ଏଥିପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ  ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ  କାର୍ତ୍ତିକ ବାଗ,ବରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଓ  ବରଗଡ଼ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ପ୍ରକାଶ ଥାଉକି ଅତାବିରା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ବିଜେପି ର କିଛି କର୍ମକର୍ତ୍ତା ମାନେ ସଭା ସମିତି ମାନ କରୁଛନ୍ତି ।ଯାହା ସରକାରଙ୍କ ଗାଇଡ ଲାଇନ ବାହାରେ ରହୁଛି। ଛାତ୍ର ଛାତ୍ରୀ ମାନଙ୍କ ପାଠପଢl ରେ ବାଧା ସୃଷ୍ଟି ହେଉଥିବା ତଥା ବିଦ୍ୟାଳୟ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ୨୦୧୦/୧୧ ମସିହାରେ ସରକାର  ଏକ ଗାଇଡ ଲାଇନ ପ୍ରସ୍ତୁତ କରିଥିଲେ,ଯେଉଁଥିରେ ଶିକ୍ଷାନୁଷ୍ଠାନ ଗୁଡିକରେ କୌଣସି ରାଜନୈତିକ ସଭା ସମିତି ବା  ଅଣ ଆନୁଷ୍ଠାନିକ କାର୍ଯ୍ୟକ୍ରମ  କରାଯିବା ଆଇନ ବିରୋଧି ବୋଲି ସରକାରଙ୍କ ଉକ୍ତ ଗାଇଡ ଲାଇନରେ  ପ୍ରକାଶ ପାଇଥିଲା।କିନ୍ତୁ ସରକାରଙ୍କ ସେହି ନିୟମକୁ ଉଲ୍ଲଂଘନ କରି ବିଜେପି  ପବିତ୍ର ଶିକ୍ଷାନୁଷ୍ଠାନରେ ତାର  ସଭା ସମିତି କରିଥିବା ନେଇ ବିଜେଡି ଦୃଢ଼ ବିରୋଧ କରି ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ସହ ଉଚ୍ଚ ପଦକ୍ଷେପ ନେବା ପାଇଁ  ଅତାବିରା ବିଜେଡି ଦଳୀୟ କର୍ମୀମାନେ ଦାବି କରିଛନ୍ତି।ଏହି ଦାବି ପତ୍ର ପ୍ରଦାନ ବେଳେ ବିଜେଡି ଏନ. ଏ .ସି ସଭାପତି ଯତୀନ କୁମାର ଦାଶ,ଏନ. ଏ .ସି ଯୁବ ସଭାପତି ସିଦ୍ଧାର୍ଥ ଶଙ୍କର ପଣ୍ଡା, ସମ୍ପାଦକ ସତ୍ୟନାରାୟଣ ମିଶ୍ର, କୃଷ୍ଣଦେବ ମହାକୁର,ବଳରାମ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।ଯଦି ଏହା ଉପରେ କୌଣସି ଦୃଢ଼ ପଦକ୍ଷେପ ନିଆ ନ ଯିବ ତା ହେଲେ   ଆଗାମୀ ଦିନରେ ପରିସ୍ଥିତି ଜଟିଳ ହେବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଥିବା ଜଣାପଡ଼ିଛି । ତେବେ ପବିତ୍ର ଶିକ୍ଷାନୁଷ୍ଠାନ ରେ  ରାଜନୈତିକ ଦଳ କିଭଳି ଭାବରେ ସଭା  ସମିତି କରୁଛି,ତାହା ଅଞ୍ଚଳରେ ବେଶ୍  ଚର୍ଚ୍ଚା ହେଉଥିବା ଜଣାପଡୁଛି।ତେବେ ଦେଖାଯାଉ ଏ ଉପରେ ଜିଲ୍ଲା  ପ୍ରଶାସନ ତଥା ଶିକ୍ଷା ବିଭାଗ କଣ ପଦକ୍ଷେପ ନେଉଛି ?


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like