-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ଆଦିବାସୀ କଲ୍ୟାଣ ସଙ୍ଘ ଉପଦେଷ୍ଟା ଙ୍କୁ ମରଣାନ୍ତକ ଆକ୍ରମଣ ମାମଲା ରେ ଫେରାର ଅଭିଯୁକ୍ତ ଗିରଫ

08-Nov-2020



ଟିଟିଲାଗଡ଼, (ପ୍ରେରଣା ଖବର) - ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘର ଉପଦେଷ୍ଟା ଦେବସିଂ ମାଝିଙ୍କୁ ହତ୍ୟା ଉଦ୍ୟମ କରି ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ଦୁଇ ଜଣ ଅପରାଧୀଙ୍କୁ ଗତକାଲି ଟିଟିଲାଗଡ଼ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ପାଞ୍ଚ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଭୀମ ମହାକୁଡ଼ ଏବଂ ସୁରୁ ମହାକୁଡ଼କୁ ପୋଲିସ ଗିରଫ କରିଛି । ସେମାନଙ୍କ ଜାମିନ ନାମଞ୍ଜୁର ହେବାରୁ ଟିଟିଲାଗଡ଼ ଉପକାରାଗାରକୁ ପଠାଇ ଦିଆଯାଇଛି । ସୂଚନାଯୋଗ୍ୟ ଯେ ଗତ ନଭେମ୍ବର ୪ ତାରିଖ ସନ୍ଦ୍ୟାରେ ଟିଟିଲାଗଡ଼ରୁ ମାଲିଝରକୁ ଫେରୁଥିବା ସମୟରେ ଅଭିଯୁକ୍ତ ମାନେ ଶ୍ରୀ ମାଝିଙ୍କୁ ଦଳବଦ୍ଧ ଭାବରେ ମାରଣାସ୍ତ୍ର ଦ୍ୱାରା ଆକ୍ରମଣ କରିଥିଲେ । ଟାଙ୍ଗି, ଲୁହା ରଡ଼, ଟାଙ୍ଗିଆ ଦ୍ୱାରା ଶ୍ରୀ ମାଝିଙ୍କ ମୁଣ୍ଡରେ ଚୋଟ ମାରିଥିଲେ । ଗୋଡ଼, ପେଟ, ପିଠିରେ ହାଣି ଥିଲେ, ହାତ ଭାଙ୍ଗି ଦେଇଥିଲେ ଘଟଣା ସ୍ଥଳରେ । ଖବର ପାଇ ଶ୍ରୀ ମାଝିଙ୍କ ସ୍ତ୍ରୀ ନିର୍ମଳା ମାଝି, ଝିଅ ମିନୁ, ପୁଅ ରାହୁଲ ପହଂଚି ଥିଲେ । ଉକ୍ତ ମହିଳା ମାନଙ୍କୁ ମଧ୍ୟ ଅଭିଯୁକ୍ତ ଭୀଷ୍ମ ମହାକୁଡ଼, ବିନୋଦ ମହାକୁଡ଼, ନିରଞ୍ଜନ ମହାକୁଡ଼, ସୁରୁ ମହାକୁଡ଼, କୁଞ୍ଜ ମହାକୁଡ଼ ମାଡ଼ପିଟ, ଧସ୍ତାଧସ୍ତି, ଟଣାଓଟରା କରିଥିଲେ ବୋଲି ଶ୍ରୀ ମାଝିଙ୍କ ସ୍ତ୍ରୀ ଟିଟିଲାଗଡ଼ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ଟିଟିଲାଗଡ଼ ଥାନା କେଶ ନଂ. ୪୨୭ ତା ୪.୧୧.୨୦୨୦ ଆଇପିସି ର ଦଫା ୩୦୭/୩୪୧/୨୯୪/୩୨୩/୩୨୪/୩୫୪/ ୫୦୬/୩୪ ଏବଂ ଏସଟି,ଏସସି ନିର୍ୟାତନା ନିବାରଣ ଆଇନର ଦଫା ୩.୧ (ଆର) (ଏସ ୩.୨ (ଭି.ଏ.)ରେ ମାମଲା ଦର୍ଜ କରି ଦୁଇଟି ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ । ମୁମୂର୍ଷୁ ଅବସ୍ଥାରେ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ପଠାଇଥିଲେ ।

ଏହାପରେ ଆଦିବାସୀ ସଙ୍ଘ ତରଫରୁ ଟିଟିଲାଗଡ଼ ଠାରେ ସାମ୍ବାଦିକ ସମ୍ମିଳନୀ କରି ଘଟଣାର ତୀବ୍ର ନିନ୍ଦା କରି ଦୋଷୀମାନଙ୍କୁ ଚବିଶ ଘଣ୍ଟା ମଧ୍ୟରେ ଗିରଫ ଦାବୀ କରିଥିଲେ। ମୁଖ୍ୟ ଅଭିଯୁକ୍ତ ତିନିଜଣ ଙ୍କୁ ତୁରନ୍ତ ଗିରଫ କରିବାକୁ ସଙ୍ଘରୁ ଜ଼ିଲ୍ଲା ସଭାପତି ବ୍ରଜକିଶୋର ସିଂଭୋଇ ଦାବୀ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like