-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ

09-Dec-2021



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତିର ସଭାଗୃହ ପରିସରରେ  ଅନ୍ତରଙ୍ଗ, କନ୍ଧମାଳ ଦ୍ଵାରା ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ଉପଖଣ୍ଡ ପୋଲିସ ଅଧିକାରୀ  ଗୁନ୍ଦାଲାଲ ରେଡି ରାଘବେନ୍ଦ୍ର ଯୋଗ ଦେଇଥିବା ବେଳେ ଜିଲ୍ଲା

ସମାଜ ମଙ୍ଗଳ ଅଧିକାରୀ ମଞ୍ଜୁଳା ପ୍ରଧାନ, ଜିଲ୍ଲା ଶିଶୁ ଅଧିକାରୀ ରଶ୍ମିତା କରଣ, ଚାଇଲ୍ଡ ଲାଇନର ନିର୍ଦ୍ଦେଶକ ରବୀନ୍ଦ୍ର କୁମାର ପଣ୍ଡା, ସି.ଡବ୍ଲ୍ୟୁ. ସି ସଦସ୍ୟା ଜୟନ୍ତୀ ପାଣିଗ୍ରାହୀ, ଏକ୍ସନଏଡର ସଂଯୋଜିକା ସ୍ଵାତୀ ତନ୍ମୟା ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ l   ବନବାସୀ ସେବା ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା, ପ୍ରଦାତ୍ତା ଅନୁଷ୍ଠାନର ସମ୍ପାଦକ ପ୍ରଦୀପ କୁମାର ଦାସ ଅତିଥି ଭାବେ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରଘବେନ୍ଦ୍ର ବାଲ୍ୟ ବିବାହ ରୋକିବାରେ ପୋଲିସ ପ୍ରଶାସନର ଦାୟିତ୍ଵ ଓ ଆଇନ୍ ସମ୍ପର୍କରେ ଆଲୋକପାତ କରିଥିଲେ। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପ୍ରଧାନ କନ୍ଧମାଳ ଜିଲ୍ଲାରେ ବାଲ୍ୟ ବିବାହର ସ୍ଥିତି ଓ ଜିଲ୍ଲା ପ୍ରଶାସନ ଦ୍ଵାରା ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଉପସ୍ଥାପନା କରିଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀମତୀ ରଶ୍ମିତା କରଣ ବାଲ୍ୟ ବିବାହ ଓ ଏହାର ନିରାକରଣ ପାଇଁ ଆଇନର ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ଚାଇଲ୍ଡ ଲାଇନର ନିର୍ଦ୍ଦେଶକ ଶ୍ରୀ ପଣ୍ଡା ବାଲ୍ୟ ବିବାହ ପ୍ରତିରୋଧରେ ଚାଇଲ୍ଡ ଲାଇନର ଭୂମିକା ବିଷୟରେ ଆଲୋକପାତ କରିଥିଲେ। ଅକ୍ସନ୍ ଏଡର ସଂଯୋଜିକା ସ୍ଵାତୀ ତନ୍ମୟା ମିଶ୍ର କନ୍ଧମାଳ ଜିଲ୍ଲାରେ ବାଲ୍ୟ ବିବାହ ମୁକ୍ତ କରିବା ପାଇଁ ୟୁନିସେଫ୍ ଓ ଆକ୍ସନଏଡର ଦାୟିତ୍ଵ ଓ ଭୂମିକା ଉପରେ ଆଲୋକପାତ କରିଥିଲେ। ସିଡବ୍ଲ୍ୟୁସିର ସଦସ୍ୟା ଜୟନ୍ତୀ ପାଣିଗ୍ରାହୀ ବାଲ୍ୟ ବିବାହ ରୋକିବାର ପରବର୍ତ୍ତୀ ଅବସ୍ଥାରେ ଜିଲ୍ଲା ପ୍ରଶାସନର ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ୨୦୧୭ ମସିହାରୁ ବାଲ୍ୟ ବିବାହକୁ ରୋକିବା ପାଇଁ ପ୍ରୟାସ କରି ଆସୁଥିବା ଅନ୍ତରଙ୍ଗର ଏକ ଶାଖା ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର ଚଳିତ ବର୍ଷ ୫ମ ବାର୍ଷିକ ସମ୍ମିଳନୀ ଉତ୍ସବ ପାଳନ କରାଯାଇଛି। କନ୍ଧମାଳ ଜିଲ୍ଲାର ବାରଟି ବ୍ଲକର ତୃଣମୂଳ ସ୍ତରରୁ ଏହାର ସଦସ୍ୟ ସଦସ୍ୟାମାନେ ଶିଶୁ ସୁରକ୍ଷା ସମେତ ବାଲ୍ୟ ବିବାହକୁ ରୋକିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣକରି ବିଭିନ୍ନ ସମୟରେ ଜିଲ୍ଲା ପ୍ରଶାସନ ସହ ମିଳିତ ଭାବେ ବାଲ୍ୟ

ବିବାହ ରୋକିବାରେ ସଫଳ ହେଉଥିବା ଦେଖିବାକୁ ମିଳୁଛି। କାର୍ଯ୍ୟକ୍ରମରେ ବାଲିଗୁଡା, ଦାରିଙ୍ଗବାଡି, କ. ନୂଆଗାଁ, ତୁମୁଡ଼ିବନ୍ଧ, କୋଟଗଡ଼ ଓ ରାଇକିଆ ବ୍ଲକର ଶାଠିଏ ଜଣ ସଦସ୍ୟା ଓ ସଦସ୍ୟମାନେ ଅଂଶ ଗ୍ରହଣ କରିଥିଲେ। ଅନ୍ତରଙ୍ଗ ଯୁବ ମହାସଂଘର ସମ୍ପାଦକ ହୃଷିକେଶ ପ୍ରଧାନ ଅତିଥିମାନଙ୍କୁ ସ୍ଵାଗତ କରିବା ସହିତ ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚ ଗଠନ ବିଷୟରେ ସୂଚନା ଦେଇଥିଲେ। ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚର ସମ୍ପାଦିକା ବିଷ୍ଣୁପ୍ରିୟା ପ୍ରଧାନ ବାଲ୍ୟ ବିବାହ ପ୍ରତିରୋଧ ମଞ୍ଚ ଦ୍ବାରା କରାଯାଇଥିବା କାର୍ଯ୍ୟକ୍ରମ ଏବଂ ବାର୍ଷିକ ବିବରଣୀ ଓ ବାଲ୍ୟ ବିବାହ ରୋକିବାରେ ସମସ୍ୟା ଗୁଡ଼ିକ ଉପସ୍ଥାପନା କରିଥିଲେ। ଅନ୍ତରଙ୍ଗ ଯୁବ ମହାସଂଘର ସଭାପତି ଦିଲ୍ଲୀପ କୁମାର ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ନୀଳମାଧବ ପତ୍ର, ଧନେଶ୍ଵର ସାହୁ, ଅକ୍ଷୟ କୁମାର ନାୟକ, ପାନୁଏଲ୍ ନାୟକ, ସୁନୀତା ଦିଗାଲ, କୌଶଲ୍ୟା ସାହୁ, କୁଞ୍ଜବନ କହଁର, ରଜଦେବ ପ୍ରଧାନ, ହେମାନନ୍ଦ ପ୍ରଧାନ, ପଦ୍ମଚରଣ ଦେଶିନାୟକ ଓ ଇନ୍ଦ୍ର କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ  ରହି ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like