-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

କଟକରେ ୨୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

13-Dec-2021



 ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ  ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୨୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ । 
ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକ ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର

ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ  ସ୍ମାର୍ଟ ହେଲ୍‌ଥ କାର୍ଡ । ସ୍ୱାସ୍ଥ୍ୟ ହିଁ ସମ୍ପଦ । ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ ବୋଲି ସେ କହିଥିଲେ । କଟକର SCB Medical College କୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ। କଟକବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ। 
ସେହିପରି ବେଗୁନିଆଠାରେ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧା ମାଟି  ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି। ଓଡିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଜାତିକୁ ତାର ହକ୍‌ ଦେବା ପାଇଁ ଆମର ଲଢେଇ ଜାରି ରହିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତିର ମାଆମାନେ ହେଉଛନ୍ତି ନୂଆ ଯୁଗର ସାରଥୀ । ଖୋର୍ଦ୍ଧାର ମିଶନ ଶକ୍ତିର ମାଆମାନେ ଭଲ କାମ କରୁଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧାରେ ୨୬ ହଜାରରୁ ଅଧିକ ମିଶନ ଶକ୍ତିର ମାଆମାନେ ୩୨ କୋଟିରୁ ଅଧିକ ଟଙ୍କା ଋଣ ନେଇ ସାରା ରାଜ୍ୟରେ ରେକର୍ଡ   କରିଛନ୍ତି ।   ସେଥିପାଇଁ ମୁଖ୍ୟମନ୍ତ୍ରୀ  ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । 
ଉଭୟ ଜିଲ୍ଲାରେ ହିତାଧିକାରୀମାନଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିବା ସହିତ ବିକାଶ କ୍ଷେତ୍ରରେ ସମସ୍ତଙ୍କର ଯୋଗଦାନ ବୃଦ୍ଧି ପାଇବ । ଏହାଦ୍ୱାରା ରାଜ୍ୟ ବିକାଶର ଶିଖର ଛୁଇଁବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ ।ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ  ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି।  ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ।  ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦  ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା  -  ସମସ୍ତେ  ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।ଏହି କାର୍ଯ୍ୟକ୍ରମରେ କଟକରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପଞ୍ଚାୟତି ରାଜ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବଡମ୍ବା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇଥିବା ବେଳେ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା,  ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ସେମାନେ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ   ନେତୃତ୍ବର ଉଚ୍ଚ ପ୍ରଶଂସା କରିଥିଲେ ।  ରାଜ୍ୟରେ ବିକାଶର ନୂତନ ଧାରା ସାରା ଦେଶକୁ ରାସ୍ତା ଦେଖାଇଛି ବୋଲି ସେମାନେ କହିଥିଲେ। ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like