-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଏସ୍‌ପି ଅଫିସ ସମ୍ମୁଖରେ ଗର୍ଜିଲା ଜିଲ୍ଲାକଂଗ୍ରେସ

15-Dec-2021



ବଲାଙ୍ଗିର,କଂଗ୍ରେସ ଭବନରେ ପଶି ଛାତ୍ର ନେତାଙ୍କୁ ମାଡ ମାରିବା ଘଟଣାକୁ ନେଇ ଆଜି ଏସ୍‌ପି ଅଫିସ ସମ୍ମୁଖରେ ଗର୍ଜିଛି ବଲାଙ୍ଗିର କଂଗ୍ରେସ । ବଲାଙ୍ଗିର କଂଗ୍ରେସ କହିଛି ଯେ, ବଲାଙ୍ଗିର ଜିଲ୍ଲାର ଝିଅ ମମିତା ମେହେର ହତ୍ୟା ଘଟଣାରେ ପୋଲିସର ଅନୁସନ୍ଧାନ ବାଟବଣା ହୋଇଛି । ଏଥିରେ ସଂପୃକ୍ତ ସରକାର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ନିଜେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ସରକାର ଘଣ୍ଟ ଘୋଡାଉଛି । ଏହି ଘଟଣାକୁ ନେଇ ସାରା ରାଜ୍ୟରେ ଆନ୍ଦୋଳନ ଚେଜିଛି । ଗତ ୧୦ ତାରିଖ ଦିନ ଓଡିଶା ପ୍ରଦେଶ ଛାତ୍ର କଂଗ୍ରେସ ତରଫରୁ ବିଧାନସଭା ଘେରାଓ କରାଯାଇଥିଲା । ଏଥିରେ ସରକାର ଏବଂ ତାର ଗୁଣ୍ଡା ସାଜିଥିବା ପୋଲିସ ବାହିନୀ ଛାତ୍ର ନେତାମାନଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି । କେବଳ ଏତିକିରେ ସୀମିତ ନ ରହି ପୋଲିସ ରାଜ୍ୟ କଂଗ୍ରେସର କାର୍ଯ୍ୟାଳୟକୁ ପଶି ସେଠାରେ ଉପସ୍ଥିତ ଥିବା ଛାତ୍ର ନେତା ଓ ନାରୀନେତ୍ରୀମାନଙ୍କ ମରାଣାନ୍ତକ ଆକ୍ରମଣ କରିଛି । ଏହା ଅତି ନିନ୍ଦନୀୟ ଏବଂ ଅଗଣତାନ୍ତ୍ରିକ ଅଟେ । କୌଣସି ବି ଆନ୍ଦୋଳନକୁ ପୋଲିସ ଲାଠି ଓ ବନ୍ଧୁକ ଦ୍ୱାରା ଦମନ କରିପାରିବ ନାହିଁ । ମମତା ନ୍ୟାୟ ପାଇବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଆହୁରି ବ୍ୟାପକ ହେବ ବୋଲି ଆଜି ସ୍ଥାନୀୟ ଏସ୍‌ପି ଅଫିସ ସମ୍ମୁଖରେ ହୋଇଥିବା ପ୍ରତିବାଦ ସଭାରେ ବଲାଙ୍ଗିର ବିଧାୟକ ତଥା ବିଧାନସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ନିଜ ବକ୍ତବ୍ୟ ମାଧ୍ୟମରେ ଚେତାବନୀ ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ସେ ଦିନ ଏପରି କୌଣସି ଘଟଣା ଘଟିନାହିଁ ଯାହା ଯୋଗୁଁ କି କଂଗ୍ରେସ ଦଳର ଛାତ୍ରନେତାମାନଙ୍କ ଉପରେ ଲାଠିଚାର୍ଜ କରାଯିବ । ପୋଲିସର ଏପରି ମାତ୍ରାଧିକ ବଳ ପ୍ରୟୋଗ ଏବଂ ମରଣାନ୍ତକ ଆକ୍ରମଣ ଯୋଗୁଁ ଅନେକ ଛାତ୍ର ନେତା ଲହୁଲୁହାଣ ହୋଇଛନ୍ତି । ତେଣୁ ଏହି ଘଟଣା ଯୋଗୁଁ ଉକ୍ତ ଦିନ ପୋଲିସ ତରଫରୁ ମଗାଯାଇଥିବା କ୍ଷମା ଯଥେଷ୍ଟ ନୁହେଁ । ଏହି ଘଟଣା ପାଇଁ ଉପଯୁକ୍ତ ତଦନ୍ତ କରି ଯେଉଁ ଅଧିକାରୀ ଦାୟୀ ସେମାନଙ୍କୁ ସେମାନଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ବିଧାୟକ ଶ୍ରୀ ମିଶ୍ର ଦାବୀ କରିଥିଲେ । ଜିଲ୍ଲା କଂଗ୍ରେସ ସଭାପତି ଦିଲିପ ବେହେରାଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ପ୍ରତିବାଦ ସଭାରେ ପ୍ରଦେଶ କଂଗ୍ରେସ କମିଟି କାର୍ଯ୍ୟକାରୀ ସଭ୍ୟ ଉମାଶଙ୍କର ପଣ୍ଡା, ଜିଲ୍ଲା ସେବାଦଳ ମୁଖ୍ୟ ଅସୀତ ମିଶ୍ର, ଜିଲ୍ଲା କିଷାନ କଂଗ୍ରେସ ସଭାପତି ସାନନ୍ଦ ମିଶ୍ର, ନଗର କଂଗ୍ରେସ ସଭାପତି ବୁଲୁ ଦାନୀ, ପଂଚାୟତିରାଜ ସଂଗଠନର ଅଜୟ ବାଲି, ଯୁବ କଂଗ୍ରେସ ସଭାପତି ପ୍ରେମ ପ୍ରକାଶ ମିଶ୍ର, ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁ, ଟୁଲୁ ସେନ, ଅଜିତ ମହାନନ୍ଦ, ନିତେଶ ପଧାନ ପ୍ରମୁଖ ସରକାରଙ୍କ ପ୍ରରୋଚନାରେ ପୋଲିସର ଅମାନୁସିକ ଆକ୍ରମଣକୁ କଟୁ ସମାଲୋଚନା କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସର ସମସ୍ତ ଛାମୁଆ ସଂଗଠନ ଓ କାର୍ଯ୍ୟକର୍ତ୍ତା ଓ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like