-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଓଡିଶା ଇତିହାସର ସବୁଠାରୁ ବଡ ସଫଳତା: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ସାରା ଓଡିଶା, ସାରା ରାଜ୍ୟର ସାଢେ ତିନି କୋଟି ଲୋକ ପାଇବେ ସ୍ମାର୍ଟ ଚିକିତ୍ସା ସୁବିଧା

15-Dec-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ମାଲକାନଗିରି ରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତା ର ଏ ଅଭିଯାନ ଆଜି ଯାଜପୁର ରେ ଉଦ୍ ଯାପିତ ହୋଇଛି ।ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ । ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି । 

  ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାସହିତ ରାଜ୍ୟର ୩୦ଟି  ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି।  କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି  ସୁବିଧା ପାଇବା ବେଳେ  ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ ।  ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ। ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍‌ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା। ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଥିଲେ। 

  ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। କେନ୍ଦ୍ରାପଡା ସହିତ ବିଜୁ ବାବୁଙ୍କର ସଂପର୍କକୁ ମନେ ପକାଇ ସେ କହିଥିଲେ ଯେ କେନ୍ଦ୍ରାପଡା ଥିଲା ବିଜୁ ବାବୁଙ୍କ କର୍ମ ଭୂମି। କେନ୍ଦ୍ରାପଡାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ କେନ୍ଦ୍ରାପଡାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡିତ ହୋଇ ରହିଛି ।

କେନ୍ଦ୍ରାପଡାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବୀ ଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦ୍ରାପଡାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ବ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆର୍‌ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ବାରା କେନ୍ଦ୍ରାପଡା ଜିଲ୍ଲା ଦେଶର ଶିଳ୍ପ ମାନଚିତ୍ରରେ ଯୋଡି ହେବ ବୋଲି ସେ କହିଥିଲେ । କେନ୍ଦ୍ରାପଡାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ସାରା ଦେଶରେ ଏକ ନମ୍ବର।

ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଯାଜପୁରର ମିଶନ ଶକ୍ତିର ମା ମାନଙ୍କ କାମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେମାନଙ୍କର ବିଜିନେସକୁ ବଢାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି।  ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ବ ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯାଜପୁର ମ୍ୟୁନିସ୍‌ପାଲଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବ୍ୟାସନଗର ସହିତ ଆଉ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ସେହିପରି ବରି ଓ କୋରେଇ ବ୍ଲକ୍‌ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି ବୋଲି ସେ କହିଥିଲେ। ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ଘୋଷଣା କରିଥିଲେ।

 ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ  ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି।  ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ।  ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦  ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା  -  ସମସ୍ତେ  ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ ଏହି smart card  ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣା ଇଥିଲେ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ  ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ,    କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ,  ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ।  ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବ ଯୋଗୁ ଓଡିଶା ଆଜି ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ  ସରକାରୀ  ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁର ର ସମସ୍ତ ବିଧାୟକ ଓ ସାସଦ ଉପସ୍ଥିତ ଥିଲେ ।ଏହି କାର୍ଯ୍ୟକ୍ରମ ରେ ରାଜ୍ୟର ତିରିଶ ଜିଲ୍ଲା ର କଳାକାର ମାନେ ଯୋଗ ଦେଇଥିଲେ ।ଶେଷରେ  ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like