-+91-9937148622 |
prerana_bgr@rediffmail.com |
Thursday 12th March 2026 |
R.N.I. Regd No. ODIODI/2010/46693
Breaking News
22-Dec-2021
ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଭାରତର ପ୍ରତିରକ୍ଷା ବାହିନୀର ମୁଖ୍ୟ ବିପିନ ରାୱତ ଓ ଅନ୍ୟାନ୍ୟ ସେନା କର୍ମଚାରୀଙ୍କର ଅକାଳ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କର ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯବାନମାନଙ୍କର ଅମର ଆତ୍ମାର ସଦଗତି କାମନା କରି ମହମବତୀ ଜାଳିବା ସହିତ ଦୁଇ ମିନିଟ୍ ନିରବ
ପ୍ରାର୍ଥନା କରାଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ଆଦିତ୍ୟ ରଣା, ସୁଦର୍ଶନ ଦାଶ, ଲିଙ୍ଗରାଜ ନନ୍ଦ, ହିମାଂଶୁ ଶେଖର ବିଶ୍ବାଳ, ଶିକ୍ଷୟତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ, ଯଶୋବନ୍ତି ସୁନା, କାନ୍ତ ଭୋଇ ଓ ସ୍କୁଲର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ବିଶ୍ବନାଥ ମେହେର ପରିଚାଳନା କରିଥିବା ବେଳେ ଜୁନିୟର ରେଡକ୍ରସ କାଉନ୍ସେଲର ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ l
((ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ)