-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ଲୋକାର୍ପିତ ହେଲା ଓଟିଡିସିର ‘ଉତ୍କଳ ଅରୋମା’ ଓ ‘ବେକଡ୍ ବୋନଞ୍ଜା’: ଉଦଘାଟନ କଲେ ଓଟିଡିସି ଅଧ୍ୟକ୍ଷା

24-Dec-2021



ଭୁବନେଶ୍ୱର :  ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଦ୍ୱାରା ଭୁବନେଶ୍ୱରସ୍ଥିତ ପାନ୍ଥନିବାସ ପରିସରରେ ଓଡ଼ିଆ ପାରମ୍ପରିକ ଖାଦ୍ୟର ରେଷ୍ଟୁରାଣ୍ଟ ‘ଉତ୍କଳ ଅରୋମା’ ଏବଂ ନିଜସ୍ୱ କେକ୍ ଓ ବିସ୍କୁଟ ଆଦି ପ୍ରସ୍ତୁତ ନିମନ୍ତେ ‘ବେକଡ୍ ବୋନଞ୍ଜା’ ୟୁନିଟକୁ ଲୋକାର୍ପଣ କରାଯାଇଛି। ଏହାସହିତ ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ସମ୍ପୂର୍ଣ୍ଣ ନବକଳେବର ମଧ୍ୟ କରାଯାଇ ଏଠାରେ ପର୍ଯ୍ୟଟକଙ୍କ ନିମନ୍ତେ ଅତ୍ୟାଧୁନିକ ସୁବିଧାସୁଯୋଗ ଉପଲବ୍ଧ କରିବା ଦିଗରେ ପଦକ୍ଷେପ ନିଆଯାଇଛି। ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଆଜି ଏହି ଉଭୟ ନୂଆ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି।

ଏହି ଅବସରରେ ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର କହିଛନ୍ତି ଯେ, ରାଜ୍ୟରେ ପର୍ଯ୍ୟଟକଙ୍କୁ ଉନ୍ନତମାନର ସେବା ଓ ସୁବିଧା ଯୋଗାଇବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବେ ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଥିବାବେଳେ ତାଙ୍କ ମାର୍ଗଦର୍ଶନରେ ଓଟିଡିସି କ୍ରମାଗତ ଭାବେ ନିଜର ଭିତ୍ତିଭୂମିକୁ ସୁଦୃଢ଼ କରିବାକୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ରାଜଧାନୀ ଭୁବନେଶ୍ୱରରେ ଥିବା ପାନ୍ଥନିବାସର ନବୀକରଣ କାର୍ଯ୍ୟ କରାଯିବା ସହ ଏହାକୁ ବ୍ୟବସାୟିକ ଦୃଷ୍ଟିରୁ ଅଧିକ ପ୍ରତିଯୋଗିତାମୂଳକ କରିବାକୁ ଲକ୍ଷ୍ୟ ରଖାଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ସହଯୋଗରେ ଗତ କିଛିବର୍ଷ ଧରି ଓଟିଡିସି ନିଜର ଭିତ୍ତିଭୂମିକୁ ସୁଦୃଢ଼ ଓ ନବୀକରଣ ଉପରେ ଗୁରୁତ୍ୱ ଦେଇ ଆସୁଛି । ଆଜି ଏଠାରେ ଲୋକାର୍ପିତ ହୋଇଥିବା ‘ଉତ୍କଳ ଅରୋମା’ ରେଷ୍ଟୁରାଣ୍ଟ ଓ ବେକରୀ ୟୁନିଟ ‘ବେକଡ୍ ବୋନଞ୍ଜା’ ଗୁଣାତ୍ମକ ସେବା ଓ ଖାଦ୍ୟସାମଗ୍ରୀ ଯୋଗାଇ ଖୁବଶୀଘ୍ର ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିବେ ବୋଲି ମୋର ଆଶା ।

ସେହିପରି ଓଟିଡିସି ପରିଚାଳନା ନିର୍ଦ୍ଦେଶକ ତଥା ରାଜ୍ୟ ପର୍ଯ୍ୟଟନ ନିର୍ଦ୍ଦେଶକ ଶ୍ରୀ ସଚିନ ଆର ଯାଦବ କହିଛନ୍ତି ଯେ, ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଆଧୁନିକୀକରଣ କାର୍ଯ୍ୟ ହାତକୁ ନିଆଯାଇଛି । ଓଟିଡିସିର ନୂଆ ରେଷ୍ଟୁରାଣ୍ଟ ଓ ନିଜସ୍ୱ ବେକରୀ ୟୁନିଟ୍ ସହ ଆଧୁନିକୀକରଣ କାର୍ଯ୍ୟ ନିମନ୍ତେ ମୋଟ ୧.୮୦କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ମୋଟ ୫୮ଟି ରୁମରୁ ୩୩ଟିର ଆଧୁନିକୀକରଣ କାର୍ଯ୍ୟ ସରିଛି ଓ ବାକି କାର୍ଯ୍ୟ ଖୁବଶୀଘ୍ର ସାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଓଟିଡିସିର ସମସ୍ତ ୟୁନିଟଗୁଡ଼ିକୁ ଲାଭଜନକ ସଂସ୍ଥାରେ ପରିଣତ କରାଇବା ପାଇଁ ଏକ ନିର୍ଦ୍ଦିଷ୍ଟ ରୋଡମ୍ୟାପ୍ ପ୍ରସ୍ତୁତ କରାଯାଇ ସେ ଦିଗରେ କାର୍ଯ୍ୟ ଆରମ୍ଭ ହୋଇଛି । ଓଟିଡିସିର ନିଜସ୍ୱ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଦ୍ୱିତୀୟ ଆଉଟଲେଟ୍ ଗତକାଲି ପୁରୀରେ ଲୋକାର୍ପିତ ହୋଇଛି । ଆଜି ଭୁବନେଶ୍ୱର ପାନ୍ଥନିବାସ ପରିସରରେ ଆଉ ଏକ ଓଡ଼ିଆ ରେଷ୍ଟୁରାଣ୍ଟ ‘ଉତ୍କଳ ଅରୋମା’ର ଲୋକାର୍ପଣ ହୋଇଛି । ନିଜସ୍ୱ ବେକରୀ ୟୁନିଟର ଆବଶ୍ୟକତା ମଧ୍ୟ ଦୀର୍ଘଦିନ ଧରି ରହିଥିଲା । 

ସେହିପରି ଓଟିଡିସି ଜେନେରାଲ ମ୍ୟାନେଜର ଶ୍ରୀ ଶାନ୍ତନୁ ମହାନ୍ତି କହିଥିଲେ ଯେ, ଭୁବନେଶ୍ୱର ପାନ୍ଥନିବାସର ବାକି ଥିବା ସମସ୍ତ ନବୀକରଣ କାର୍ଯ୍ୟକୁ ଖୁବଶୀଘ୍ର ଶେଷ ହେବ । ଏହାସହିତ ଆଜି ଲୋକାର୍ପିତ ହୋଇଥିବା ବେକରୀ ୟୁନିଟ୍ ଓ ରେଷ୍ଟୁରାଣ୍ଟ ଯେଭଳି ବ୍ୟବସାୟିକ ଦୃଷ୍ଟିରୁ ସଫଳ ହେବେ ସେ ଦିଗରେ କାର୍ଯ୍ୟ କରାଯାଉଛି । କୋଭିଡ୍ ଗାଇଡଲାଇନ୍ ପାଳନ କରି ଗ୍ରାହକଙ୍କୁ ସୁଲଭ ମୂଲ୍ୟରେ ସେବା ଓ ଖାଦ୍ୟସାମଗ୍ରୀ ଯୋଗାଇବା ଉପରେ ଆମେ ଗୁରୁତ୍ୱ ଦେଉଛୁ । ଗତ କିଛିଦିନ ମଧ୍ୟରେ ଓଟିଡିସି ଦ୍ୱାରା ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପ କାର୍ଯ୍ୟ ହାତକୁ ନିଆଯାଇଛି । ଯାହାକୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ସାରିବାକୁ ପଦକ୍ଷେପ ନିଆଯାଉଛି ।

ଏହି ଅବସରରେ ଓଡ଼ିଆ ଅଭିନେତା ଶୁଭାଶିଷ ଶର୍ମା (ମଣ୍ଟୁ) ଓ ଅଭିନେତ୍ରୀ ଲିପସା ମିଶ୍ରଙ୍କ ସମେତ ଓଟିଡିସି କମ୍ପାନୀ ସେକ୍ରେଟେରୀ ପ୍ରଶାନ୍ତ ପଣ୍ଡା, ଡିଭିଜିନାଲ ମ୍ୟାନେଜର ପ୍ରଣବ କୁମାର ଚାନ୍ଦ, ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଶଶାଙ୍କ ଶେଖର ଦାଶ, ମାର୍କେଟିଂ ମ୍ୟାନେଜର ରଞ୍ଜନ ମିଶ୍ରଙ୍କ  ଏବଂ ଓଟିଡିସିର ଅନ୍ୟ ପଦାଧିକାରୀ ଓ ଭୁବନେଶ୍ୱର ପାନ୍ଥନିବାସର ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like