-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ପଛୁଆ ବର୍ଗଙ୍କୁ ରାଜନୀତି ସଂରକ୍ଷଣରୁ ବଂଚିତ କରିବା ପ୍ରତିବାଦରେ ସଦର ବ୍ଲକ କଂଗ୍ରେସ ତରଫରୁ ବ୍ଲକ ଘେରାଓ

29-Dec-2021



ବଲାଙ୍ଗୀର, (ପ୍ରେରଣା ଖବର)- ପଛୁଆ ବର୍ଗଙ୍କୁ ରାଜନିତି ସଂରକ୍ଷଣରୁ ବଂଚିତ ରଖିବା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ନାରୀ ନିର୍ଯ୍ୟାତନା ଏବଂ ଅତ୍ୟାବଶ୍ୟକ ସମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ଆଜି ବଲାଙ୍ଗିର ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ସଦର ବ୍ଲକ ଘେରାଓ କରାଯାଇଛି । ବ୍ଲକ ସଭାପତି ରାମ ପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିବା ଏହି ପ୍ରତିବାଦ ଏବଂ ବ୍ଲକ ଘେରାଓ କାର୍ଯ୍ୟକ୍ରମରେ ରାଜ୍ୟର ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ବ୍ଲକ ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲା ।

ଏଥିରେ ଦାବି କରାଯାଇଥିଲା ଯେ ରାଜ୍ୟରେ ପଛୁଆ ବର୍ଗଙ୍କ ସଂଖ୍ୟା ହେଉଛି ୫୨% ରୁ ଅଧିକ । କିନ୍ତୁ ସେମାନଙ୍କୁ ନିର୍ବାଚନି ସଂରକ୍ଷଣରୁ ବଂଚିତ କରାଯାଉଛି । ପଛୁଆ ବର୍ଗଙ୍କ ପାଇଁ କୁମ୍ଭିର କାନ୍ଦଣା କାନ୍ଦୁଥିବା ଓଡିଶା ସରକାର ନିଜେ ହିଁ ପଛୁଆ ବର୍ଗଙ୍କୁ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି । ଆଉ ମଧ୍ୟ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ନାରୀ ନିର୍ଯ୍ୟାତନା, ଭ୍ରଷ୍ଟାଚାର, ଦୁଷ୍କର୍ମରେ ରାଜ୍ୟର ଅନେକ ମନ୍ତ୍ରୀ ସଂପୃକ୍ତ ଥିବା ସତ୍ତ୍ୱେ ତାଙ୍କ ବିରୁଦ୍ଧରେ ସରକାର କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରୁନାହାନ୍ତି । ରାଜ୍ୟରେ ଦରଦାମ ବୃଦ୍ଧିରେ ସାଧାରଣ ଜନତା ହନ୍ତସନ୍ତ ହେଇଯାଉଛନ୍ତି । ଚାଷୀକୂଳ ମରୁଡି ଏବଂ ଅଭାବି ଧାନ ବିକ୍ରି ଯୋଗୁଁ ଆତ୍ମହତ୍ୟାର ପନ୍ଥା ଅବଳମ୍ବନ କରୁଛନ୍ତି । ଏଣୁ ସରକାର ଯଦି ଏ ସବୁ ସମସ୍ୟା ତୁରନ୍ତ ସମାଧାନ ନ କରନ୍ତି ତେବେ ସାଧାରଣ ଜନତା ଆନ୍ଦୋଳନ ପନ୍ଥା ଅପଣେଇବେ ଯାହା ଦ୍ୱାରା କି ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଆହୁରି ଦୟନିୟ ହେବ । ଏଣୁ ମହାମହିମ ରାଜ୍ୟପାଳ ଏ ସବୁ ସମାଧାନ ପାଇଁ ତୁରନ୍ତ ସରକାରଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି । ଏହି କାର୍ଯ୍ୟକ୍ରମରେ ସରୋଜ ରଥ, ଜଗନ୍ନାଥ ପଧାନ, ଯଶୋବନ୍ତି ବଘାର, ଲକ୍ଷ୍ମୀ ନାଏକ, ସଂକିର୍ତ୍ତନ ମେହେର, ରମ୍ଭା ରଣା, ଶ୍ରୀଧର ବାରିକ, ସରୋଜ ଭୋଇ, କମଲ ନନ୍ଦ, ତ୍ରିନାଥ ରାଉତ, ତରଣି ଚନ୍ଦନ, ପ୍ରକାଶ ବରେଇ, ଲିଙ୍ଗ ପୁଟେଲ, ଟୁନା ମିଶ୍ର, ଭରତ କୁମାର ସାହୁ, ଶୁଶିଲ ବେହେରା, ଦିଲିପ ସିଂହ, ଆନନ୍ଦ ସିଂହ, ଦେବ ନାଏକ, ବିପିନ ବାଗ, ଅନିରୁଦ୍ଧ କାନେର, ଉଗ୍ରେ ବରାଡ, ବିହାରି ପାଣ୍ଡେ, କିଶୋର ସିଂ ନିନା, ସତ୍ୟବାନ ସାହୁ, ଅରୁଣ ଦଲାଇ, ନିରଞ୍ଜନ ନାଏକ, ଶ୍ରୀପତି ପଧାନ, ଗୋବିନ୍ଦ ନାଏକ, ଶିଶିର ବାଗ, ଲକ୍ଷା ନାଏକ, ପିଙ୍କୁ ପଟେଲ, ମଛିନ ମହାକୁର, ରାଧେଶ୍ୟାମ ନାଏକ, ମିଣ୍ଟୁ ସା, ତପନ ପାଣିଗ୍ରାହି, ଅଜୟ ବାଲି ଏବଂ ପ୍ରେମ ମିଶ୍ର ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like