-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||     

HOME   ଜିଲ୍ଲା

୨୫ତମ ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ କପ* ଅଲ୍ଲାହାବାଦ କୁ ହରେଇ ଫରେଷ୍ଟ କ୍ଲବ ଛତିଶଗଡ ଚାମ୍ପିୟନ

30-Dec-2021



ସୁବର୍ଣ୍ଣପୁର// ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ସ୍ଥିତ ହାଇସ୍କୁଲ ପଡିଆରେ ଚାଲିଥିବା ୨୫ତମ ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ କପ ର ଫାଇନାଲ ମ୍ୟାଚରେ ଆଲ୍ଲାହାବାଦ କୁ ହରେଇ ଫରେଷ୍ଟ କ୍ଲବ ଛତିଶଗଡ ବିଜୟୀ ହୋଇ ଚାମ୍ପିୟନ ହୋଇଛି।ମ୍ୟାଚଟି ଦୁଇଟି ଫର୍ମାଟରେ ହୋଇଥିଲା।ଆଲ୍ଲାହାବାଦ ଟସ ଜିଣି ପ୍ରଥମେ ଫର୍ମାଟରେ  ବ୍ୟାଟିଂ କରି ୧୧ ଓଭର ରେ ସମସ୍ତ ୱିକେଟ ହରେଇ ୪୭ରନ କରିଥିଲାଦଳର ରବି ଚୌଧୁରୀ ସର୍ବାଧିକ ୧୬ ରନ କରିଥିଲେ।ଛତିଶଗଡର ଦେବରାଜ ସାହୁ ୬ଟି ୱିକେଟ ନେଇଥିଲେ।ଜବାବରେ ଛତିଶଗଡ ୪ ଓଭର ରେ ଗୋଟିଏ ୱିକେଟ ହରେଇ ୪୮ରନ କରିଥିଲା।ଦଳର ଶଶାଙ୍କ ଚନ୍ଦ୍ରକର୧୪ ବଲରୁ  ୩୩ରନ କରିଥିଲେ।ଦ୍ବିତୀୟ ଫର୍ମାଟରେ ଆଲ୍ଲାହାବାଦ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭର ରେ ୬ ୱିକେଟ ହରେଇ୯୫ରନ କରିଥିଲା।ଦଳର ସୁଭମ ନିଗମ ସର୍ବଧିକ ୩୫ରନ କରିଥିବା ବେଳେ ବିପକ୍ଷ ଦେବରାଜ ଓ ଶଶାଙ୍କ ପ୍ରତ୍ୟେକ ୨ଟି ଲେଖାଏଁ ୱିକେଟ ନେଇଥିଲେ।ଜବାବରେ ଛତିଶଗଡ ୬.୪ଓଭରରେ ୨ୱିକେଟ ହରେଇ ୧୦୦ରନ କରି ଥିଲା।ଦଳର ଶଶାଙ୍କ ଚନ୍ଦ୍ରକର ୨୫ ବଲରୁ ୮ଟି ଛକା ସହାୟତାରେ ୭୧ରନ କରିଥିଲେ। ଉଭୟ ଫର୍ମାଟରେ ବିଜୟୀ ହୋଇ ଛତିଶଗଡ ଚାମ୍ପିୟନ ହୋଇଥିଲା।ପ୍ରାଣବନ୍ଧୁ ସାହୁ ଙ୍କ ସଂଯୋଜନାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ବାଣିଜ୍ୟ ପରିବହନ ଏବଂ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଏବଂ ଜିଲ୍ଲାପରିଷଦ ଗାୟତ୍ରୀ ପାଣିଗ୍ରାହୀ,ସ୍ଥାନୀୟ ସରପଞ୍ଚ ସୁଜାତା ସାହୁ,ଖଣ୍ଡହତା ସରପଞ୍ଚ ଆଶା ସାହୁ,ଓସିଏ ଯୁଗ୍ମ ସମ୍ପାଦକ ମେହେତାବ ଖାଁ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜିତ ରଥ,ବହଳପଦର ସମିତି ସଭ୍ୟ ପୀତାମ୍ବର ସାହୁ,ବ୍ଲକ ବିଜେଡି ଯୁବ ସଭାପତି ନାରାୟଣ ଲୁହା,ସ୍ବେଚ୍ଛାସେବିନୀ ଅମ୍ବିକା ମହାରଣା,ସଭାପତି ସୁଧିର ପଧାନ,ସମ୍ପାଦକ ଶଶାଙ୍କ ପଧାନ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ।ଛତିଶଗଡ ର ଶଶାଙ୍କ ଚନ୍ଦ୍ରକର ଙ୍କୁ ମ୍ୟାନ ଅଫ ଦି ସିରିଜ,ଶ୍ରେଷ୍ଠ ବେଟସ୍ ମ୍ୟାନ ,ଦେବରାଜ ସାହୁ ମ୍ୟାନ ଅଫ ଦି ମ୍ୟାଚ ଓ ଶ୍ରେଷ୍ଠ ବୋଲର,ଆଲ୍ଲାହାବାଦ ଦଳ କୁ ଶ୍ରେଷ୍ଠ ଶୃଙ୍ଖଳିତ ଦଳ,କ୍ରିଷ୍ଣା ସରୋଜ ଙ୍କୁ ପିପୁଲ ଚଏସ ଏୱାଡ ପ୍ରଦାନ କରାଯାଇଥିଲା।ଚାମ୍ପିୟନ ଛତିଶଗଡ କୁ ନଗଦ ୫୦ହଜାର ଟଙ୍କା ସହିତ ଟ୍ରଫି ଓ ରନର୍ସ ଅଫ ଆଲ୍ଲାହାବାଦ ଦଳକୁ ନଗଦ ୩୦ହଜାର ଟଙ୍କା ସହିତ ଟ୍ରଫି ପ୍ରଦାନ କରାଯାଇ ଥିଲା।ମ୍ୟାଚଟିକୁ ଓସିଏ ମାନ୍ୟତାପ୍ରାପ୍ତ ଅମ୍ପାୟାର ଚୁଡାମଣୀ ପାଢୀ ଓ ଶ୍ୟାମ ସୁନ୍ଦର ପଣ୍ଡା ପରିଚାଳନା କରିଥିବା ବେଳେ ବାଙ୍କାବିହାରୀ ମହାକୁର ସ୍କୋରିଂ ,ଚମାରୁ ମହାକୁର ଅନଲାଇନ ସ୍କୋରିଂ ଏବଂ ଆଲୋକ,ଆଶିସ,ଅଚ୍ୟୁତ ମିଶ୍ର,ତନୁଜ,ପ୍ରାଣବନ୍ଧୁ,ଶ୍ୟାମ ସୁନ୍ଦର ସେଠୀ ଓ ପୀତାମ୍ବର ସାହୁ ଧାରାବିବରଣୀ ପ୍ରଦାନ କରିଥିଲେ। ଏଅବସରରେ ଏକ ସେଚ୍ଛାକୃତ ରକ୍ତ ଦାନ ଶିବିରର ମଧ୍ୟ ଆୟୋଜନ କରାଯାଇଥିଲା ଯେଉଁଥିରେ କି ୪୧ ଜଣ ରକ୍ତ ଦାତା ରକ୍ତ ଦାନ କରିଥିଲେ ।

-


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026

You Might Also Like