-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ମହାନଗର

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କୃଷ୍ଣପ୍ରସାଦ ବ୍ଲକରେ ଶିଳ୍ପ ତାଲିମ ଅନୁଷ୍ଠ‍ାନ ଲୋକାର୍ପିତ, ୫ ଏକର ଜମିରେ ୧୮ କୋଟି ଟଙ୍କା ମୂଲ୍ୟରେ ନିର୍ମିତ, ପ୍ରଥମେ ୪ଟି ଟ୍ରେଡରେ ପାଠପଢା ଆରମ୍ଭ ହେବ

05-Jan-2022



ପୁରୀ(ସମୀର ରଞ୍ଜନ ନାୟକ )ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ କରକମଳରେ କୃଷ୍ଣପ୍ରସାଦ ବ୍ଲକ ଗୋପାଳପୁର ଠାରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ ଅନୁଷ୍ଠାନ ଲୋକାର୍ପଣ ହୋଇଛି । ଦକ୍ଷତା ବିକାଶ କ୍ଷେତ୍ରରେ ରାଜ୍ୟ ସରକାର ଗୁରୁତ୍ବ ଦେଇ ଆସୁଛନ୍ତି । ବର୍ତ୍ତମାନ ସମୟରେ ଶିଳ୍ପାୟନକୁ ଦୃଷ୍ଟିରେ ରଖି ଅ‍ାବଶ୍ୟକୀୟ ତାଲିମର ଆବଶ୍ୟକତା ରହିଛି । ଶିଳ୍ପାୟନ ନିମନ୍ତେ ରାଜ୍ୟ ସରକାର ଲକ୍ଷ ଲକ୍ଷ ଟଙ୍କା ବିନିଯୋଗ କରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏଥିନିମନ୍ତେ ଦକ୍ଷତା ବିକାଶ ମାଧ୍ୟମରେ ଆବଶ୍ୟକୀୟ କୁଶଳୀ କାରିଗର ସୃଷ୍ଟି କରାଯାଉଛି ।  ଦେଶର ୧୨ ହଜାର ଆଇଟିଆଇ ମଧ୍ୟରୁ ପ୍ରଥମ ଶହେଟି ମଧ୍ୟରେ ରାଜ୍ୟର ୧୦ଟି ଆଇଟିଆଇ ରହିବା ଆନନ୍ଦର କଥା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୃଷ୍ଣପ୍ରସାଦସ୍ଥିତ ବିଜୁ ପଟ୍ଟନାୟକ ଆଇଟିଆଇ ନିମନ୍ତେ ପ୍ରାୟ ୧୮ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏଥିରେ ଉନ୍ନତ ମାନ ଶ୍ରେଣୀଗୃହ, ପାଠାଗାର, ୱାର୍କସପ, ଉଭୟ ଛାତ୍ରାବାସ  ଓ  ଛାତ୍ରୀନିବାସ ବ୍ୟବସ୍ଥା ରହିଛି ।  ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ କୃଷ୍ଣପ୍ରସାଦ ବାସୀଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଥିଲେ ।  ଚିଲିକା ଘେରା ବିଚ୍ଛିନ୍ନାଞ୍ଚଳରେ ଥିବା ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଏହି ଅନୁଷ୍ଠାନ ବୈଷୟିକ ଓ ବୃତ୍ତିଗତ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଅଗ୍ରଣୀ ଭୂମିକା ତୁଲାଇବ ବୋଲି ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ ଦାସବର୍ମା କହିଛନ୍ତି । ପ୍ରାଥମିକ ଭାବେ ଇଲେକଟ୍ରିସିଆନ,  ଇଲକୋଟ୍ରୋନିକ୍ସ ମେକାନିକ, ଫିଟର, ଡ୍ରେସ ମେକିଂ ଟ୍ରେଡରେ ଆବାସିକ ପାଠ୍ୟକ୍ରମ ଆରମ୍ଭ କରାଯିବ । ଉକ୍ତ ଅଞ୍ଚଳର ଗରିବ ମେଧାବୀ ପିଲାମାନେ ଉଭୟ ବୈଷୟିକ ଓ ବୃତ୍ତିଗତ ତାଲିମ ପାଇବାର ସୁଯୋଗ ମିଳିବ । ଏଠାରୁ ଉପଯୁକ୍ତ ତାଲିମ ପାଇ ଛାତ୍ରଛାତ୍ରୀ ମାନେ ସ୍ବାବଲମ୍ବୀ ହୋଇପାରିବେ ବୋଲି ଶ୍ରୀ ଦାସବର୍ମା ମତବ୍ୟକ୍ତ କରିଛନ୍ତି ।  ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ପ୍ରାରମ୍ଭରେ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ଏହି ଶିକ୍ଷାନୁଷ୍ଠାନ

ବୈଷୟିକ ଶିକ୍ଷାଦାନ କ୍ଷେତ୍ରରେ ଅଗ୍ରଣୀ ଭୂମିକା ନିଭାଇବ । ସମସ୍ତଙ୍କ ସହଯୋଗ ରହିଲେ ଏହି ଅନୁଷ୍ଠାନ ଉନ୍ନତିର ଶିଖର ଛୁଇଁବ ବୋଲି ଜିଲ୍ଲାପାଳ ଆଶାବ୍ୟକ୍ତ କରିଛନ୍ତି । ୫-ଟି ସଚିବ ଶ୍ରୀ ଭି.କ. ପାଣ୍ତିଆନ କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଉକ୍ତ ଅନୁଷ୍ଠାନର ପରିସରରେ ସବୁଜ ବନାନୀ ସୃଷ୍ଟି କରିବାକୁ ପରାମର୍ଶ ଦେଇଥିଲେ । ବୈଷୟିକ ଶିକ୍ଷା ଓ ତାଲିମ ବିଭାଗ ନିର୍ଦ୍ଦେଶକ ଶ୍ରୀ ରେଘୁ ଜି ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଉକ୍ତ ଆଇଟିଆଇ ଭାରପ୍ରାପ୍ତ ଅଧ୍ୟକ୍ଷା ଶ୍ରୀମତୀ ଶିଳ୍ପିତା ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, କୃଷ୍ଣପ୍ରସାଦ ବିଡିଓ ଶ୍ରୀ ମନୋଜ କୁମାର ନାୟକ, ବୈଷୟିକ ଶିକ୍ଷା ଓ ତାଲିମ ବିଭାଗ ଉପ ନିର୍ଦ୍ଦେଶକ ଶ୍ରୀ ଶିବ ପ୍ରସାଦ ମଲ୍ଲିକ, ଶ୍ରୀ ଅଜୟ ପଣ୍ତା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like