-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଖେଳ

ବିଜୟ ମୁକୁଟ ପିନ୍ଧିଲା ମୁମ୍ବାଇ, ଦିଲ୍ଲୀକୁ ୫ ଓ୍ଵିକେଟ୍‌ରେ ହରାଇ ପଞ୍ଚମ ଥର ଆଇପିଏଲ ଟ୍ରଫି ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ

11-Nov-2020



ଦୁବାଇ, (ପ୍ରେରଣ ଖବର) - : ଆଇପିଏଲରେ ନିଜର ପ୍ରାଧ୍ୟାନ୍ୟ ଜାରି ରଖିଛି ମୁମ୍ବାଇ ଇଣ୍ଡିଆନ୍ସ। ୟୁଏଇର ଦୁବାଇରେ ଖେଳାଯାଇଥିବା ଫାଇନାଲ ମୁକାବିଲାରେ ପ୍ରଥମେ ବୋଲର ଏବଂ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ମୁମ୍ଵାଇ ଇଣ୍ଡିଆନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ସହଜରେ ୬ ଓ୍ଵିକେଟ୍‌ରେ ପରାସ୍ତ କରି ପଞ୍ଚମ ଥର ଆଇପିଏଲ ଚମ୍ପିଆନ ହୋଇଛି। ୧୩ତମ ସଂସ୍କରଣରେ ପ୍ରଥମ ଥର ଫାଇନାଲରେ ପ୍ରବେଶ କରି ଟ୍ରଫି ଜିତିବାର ଦିଲ୍ଲୀ କ୍ୟାପିଟାଲ୍ସର ସ୍ଵପ୍ନ ଧୂଳିସାତ ହୋଇଛି। ଅନ୍ୟପଟେ ମୁମ୍ବାଇ ପାଞ୍ଚ ଥର ଆଇପିଏଲ ଟ୍ରଫି ଜିତିଛି। ମୁମ୍ଵାଇ ଇଣ୍ଡିଆନ୍ସ କ୍ରମାଗତ ଦ୍ଵିତୀୟ ବର୍ଷ ଟ୍ରଫି ନିଜ ନାମରେ କରିଛି। ଏହା ପୂର୍ବରୁ ଦଳ ୨୦୧୩, ୨୦୧୫, ୨୦୧୭ ଓ ୨୦୧୯ ସଂସ୍କରଣରେ ଚମ୍ପିଆନ ହୋଇଥିଲା। ଶ୍ରେୟସ ଆୟରଙ୍କ ନେତୃତ୍ଵାଧୀନ ଯୁବ ଟିମ୍‌ କ୍ଵାଲିଫାୟର-୨ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ପ୍ରଥମ ଥର ଫାଇନାଲରେ ପ୍ରବେଶ କରିଥିଲା।

ଫାଇନାଲ  ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟସ ଆୟରଙ୍କ ଅପରାଜିତ ୬୫ ରନ ଓ ଋଷଭ ପନ୍ତଙ୍କ ୫୬ ରନର ଉପଯୋଗୀ ଇନିଂସ ବଳରେ ନିର୍ଦ୍ଧାରିତ ଓଭରରେ ୭ ଓ୍ଵିକେଟ୍  ହରାଇ ୧୫୬ ରନ କରିଥିଲା। ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମାଙ୍କ ୬୮ ରନର ଇନିଂସ ବଳରେ ୧୮.୪ ଓଭରରେ ୫ ଓ୍ଵିକେଟ୍ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଛି। ଇଶାନ କିଷନ ୩୩ ରନର ଅପରାଜିତ ଉପଯୋଗୀ ଇନିଂସ ଖେଳିଥିଲେ। ଷଷ୍ଠ ଥର ଫାଇନାଲରେ ପ୍ରବେଶ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଚମ ଥର ଆଇପିଏଲ ଟ୍ରଫି ଜିତିବାରେ ସଫଳ ହୋଇଛି। ୨୦୧୯ରେ ମୁମ୍ବାଇ ଚେନ୍ନାଇ ସୁପରକିଙ୍ଗ୍ସକୁ ମାତ୍ ଦେଇ ଚତୁର୍ଥ ଥର ଚମ୍ପିଆନ ହୋଇଥିଲା।

୧୫୭ ରନର ବିଜୟ ଲକ୍ଷ୍ୟକୁ ପିଛା କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ଆରମ୍ଭରୁ ଦ୍ରୁତ ବ୍ୟାଟିଂ କରିଥିଲା। ଦୁଇ ଓପନର ଅଧିନାୟକ ରୋହିତ ଶର୍ମା ଓ ଡି କକ୍‌ ୪.୧ ଓଭରରେ ୪୫ ରନ ଯୋଡିଥିଲେ। ଡି କକ୍‌ ୧୨ ବଲରୁ ୩ ଚୌକା ଓ ୧ ଛକା ସହ ୨୦ ରନ କରି ଷ୍ଟୋଇନ୍ସଙ୍କ ବଲରେ ଆଉଟ୍ ହୋଇଥିଲେ। ଏହା ପରେ ରୋହିତ ଓ ସୂର୍ଯ୍ୟକୁମାର ଯାଦବ ଓଭର ପିଛା ୯ ରନ ସଂଗ୍ରହ  କରି ସ୍କୋରକୁ ୯୦ ରନରେ ପହଞ୍ଚାଇଥିଲେ। ହେଲେ ଭୁଲ ବୁଝାମଣା କାରଣରୁ ସୂର୍ଯ୍ୟକୁମାର ଯାଦବ ରୋହିତ ଶର୍ମାଙ୍କୁ ବଞ୍ଚାଇବାକୁ ଯାଇ ନିଜେ ଆଉଟ୍ ହୋଇଥିଲେ। ସେ ୧୯ ରନ କରି ବିଦାୟ ନେଇଥିଲେ। ଦୁଇ ବ୍ୟାଟସମ୍ୟାନ ଦ୍ଵିତୀୟ ଓ୍ଵିକେଟ୍‌ରେ ୪୫ ରନ ଯୋଡି ଦଳ ପାଇଁ ବିଜୟର ମୂଳଦୁଆ ପକାଇଥିଲେ।

ରୋହିତ ଶର୍ମା ଅଧିନାୟକତ୍ଵ ଇନିଂସ ଖେଳି ଆଇପିଏଲରେ ୩୯ତମ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୩୬ ବଲରୁ ଅର୍ଦ୍ଧଶତକ ପୂରଣ କରିଥିଲେ। ରୋହିତ ତୃତୀୟ ଓ୍ଵିକେଟ୍‌ରେ ଇଶାନ କିଷନଙ୍କ ସହ ମିଶି ୪୭ ରନ ଯୋଡି ଦଳକୁ ବିଜୟର ଦ୍ଵାର ଦେଶରେ ପହଞ୍ଚାଇଥିଲେ ରୋହିତ ଶର୍ମା ଅଧିନାୟକତ୍ଵ ଇନିଂସ ଖେଳି ୫୧ ବଲରୁ ୫ ଚୌକା ଓ ୪ ଛକା ସହ ୬୮ ରନରେ ପାଭିଲିୟନ ଫେରିଥିଲେ। କିରଣ ପୋଲାର୍ଡ ୯ ରନ କରି କାଗିସୋଙ୍କ ଶିକାର ହୋଇଥିଲେ।  ଇଶାନ କିଷନ ୧୯ ବଲରୁ ୩ ଚୌକା ଓ ୧ ଛକା ସହ ୩୩ ରନର ଅପରାଜିତ ଉପଯୋଗୀ ଇନିଂସ ଖେଳିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ୩ ରନ କରି ପାଭିଲିୟନ ଫେରିଥିଲେ। ମୁମ୍ବାଇ ୧୮.୪ ଓଭରରେ ୫ ଓ୍ଵିକେଟ୍ ହରାଇ ବିଜୟ ଲକ୍ଷ୍ୟ ହାସଲ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like