-+91-9937148622 |
prerana_bgr@rediffmail.com |
Thursday 24th September 2026 |
R.N.I. Regd No. ODIODI/2010/46693
Breaking News
11-Nov-2020
ଭୁବନେଶ୍ୱର, (ପ୍ରେରଣା ଖବର) : ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସ୍ଥାନ ପାଇଛି । ଗଂଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଶ୍ରେଷ୍ଠ ୧୦ଟି ସ୍କୁଲ ତାଲିକାରେ ୫ମ ସ୍ଥାନ ମିଳିଛି। ସେହିପରି ଆବାସିକ ବର୍ଗରେ ବଲାଙ୍ଗୀର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପଥରଚେପା ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ୫ମ ସ୍ଥାନ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।
*ରାଜ୍ୟର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସୁନିଶ୍ଚିତ କରିବା କ୍ଷେତ୍ରରେ ଅଗ୍ରଣୀ ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସର୍ବଭାରତୀୟ ସ୍କୁଲ ରାଙ୍କିଙ୍ଗ୍ସ ୨୦୨୦ର ଶ୍ରେଷ୍ଠ ବିଦ୍ୟାଳୟମାନଙ୍କ ମଧ୍ୟରେ ସ୍ଥାନ ପାଇଛି। ଅତ୍ୟାଧୁନିକ ଶିକ୍ଷା ଭିତ୍ତିଭୂମି ବିକାଶ ସହ ଶିକ୍ଷାର ମାନ ବୃଦ୍ଧି କରି ଓଡ଼ିଶା ସମଗ୍ର ଦେଶରେ ନୂଆ ଆଦର୍ଶ ସୃଷ୍ଟି କରିଛି।