-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଲଳିତ ନାୟକ ସ୍ମୃତି ସପ୍ତାହ ପାଳନ, ମେଗା ରକ୍ତଦାନ ଶିବିରରେ ୫୧ ୟୁନିଟ୍ ରକ୍ତ ସଂଗ୍ରହ

11-Jan-2022



ବଲାଙ୍ଗିର(ପ୍ରେରଣା ଖବର) : ଆଜି ସ୍ଥାନୀୟ ସାମ୍ବାଦିକ ଭବନଠାରେ ସ୍ୱର୍ଗତ ଲଳିତ ନାୟକଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ଆୟୋଜିତ  ଲଳିତ ନାୟକ ସ୍ମୃତି ସପ୍ତାହ ପାଳନର ଶୁଭ ଉଦ୍‌ଘାଟନି ସମାରୋହ ଅନୁଷ୍ଠିତ ହୋଇଯାଇଛି । ଲଳିତ ନାୟକ ସ୍ମୃତି କମିଟି ଓ ଲଳିତ ନାୟକ ଫାଉଣ୍ଡେସନ ଆନୁକୁଲ୍ୟରେ ଆୟୋଜିତ ଏ ସମାରୋହରେ ମାନ୍ୟବାର ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ସୁଭାଷ ସିଂ ମୁଖ୍ୟ ଅତିଥି ରୁପେ ଯୋଗଦାନ କରି ଦୀପ ପ୍ରଜ୍ଜଳନ ପୁର୍ବକ ସ୍ୱର୍ଗତ ଲଳିତଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିଥିଲେ ଓ ସ୍ୱର୍ଗତ ଲଳିତଙ୍କ ସହ ସେବା ମୁଳକ କାର୍ଯ୍ୟରେ ନିଜକୁ ସାମିଲ କରିପାରିଥିବା ଦିନ ଗୁଡିକର ସ୍ମୃତି ଚାରଣ ପୁର୍ବକ ସ୍ୱର୍ଗତ ନାୟକଙ୍କ ଦକ୍ଷତାର ଗୁଣଗାନ କରି ତାଙ୍କ ନାଁ ରେ ନାମିତ ଟ୍ରଷ୍ଟର କାଳଜୟୀ ସ୍ଥାୟୀତ୍ୱ ଉପରେ ନିଜସ୍ୱ ମତ ରଖିଥିଲେ । କମିଟି ସଦସ୍ୟ ବିରେନ୍ଦ୍ର କୁମାର ଝାଙ୍କର ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରି ସ୍ୱର୍ଗତ ନାୟକଙ୍କ ଜୀବନାଦର୍ଶର ଏକ ଗୁରୁତ୍ୱ ପୁର୍ଣ୍ଣ ଘଟଣା ସମ୍ପର୍କରେ ଆଲୋକପାତ କରିଥିଲେ । ସଭାପତି ପ୍ରଭାସ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତା ଓ ସମ୍ପାଦକ ପ୍ରଭାକର ମିଶ୍ର ତଥା ସତ୍ୟ ସୁନ୍ଦର ଭଞ୍ଜ ଓ ଦୀପକ ରଂଜନ ନାୟକଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ସମାରୋହରେ କମିଟିର ପ୍ରମୁଖ ଉପଦେଷ୍ଟା ପଦ୍ମ ଚରଣ ଆଚାର୍ଯ୍ୟ, ଅଧ୍ୟକ୍ଷ ଜ୍ୟେତି ରଂଜନ ନାୟକ, ସମ୍ପାଦକ (ବିତ୍ତ ବ୍ୟବସ୍ଥା) ରତନ କୁମାର ମହାରଣା ପ୍ରମୁଖ ମଂଚାସିନ ଥିଲେ । ପରେ ପରେ ମେଗା ରକ୍ତଦାନ ଶିବିର ମୁଖ୍ୟ ଅତିଥିଙ୍କ ଉପସ୍ଥିତିରେ ଶୁଭାରମ୍ଭ ହେଲାପରେ ଅନେକ ଯୁବକ ରକ୍ତଦାନ କରିଥିଲେ । ଆଜିର ପ୍ରତିକୂଳ ପାଗ ସତ୍ୱେ ୫୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବା କମିଟି ସୁତ୍ରରୁ ପ୍ରକାଶ । ଚଳିତ ମାସ ୧୨ ରୁ ୧୭ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଆୟୋଜନ ହେବ ବୋଲି କମିଟି ଅଧ୍ୟକ୍ଷ ପ୍ରକାଶ କରିଛନ୍ତି । ତା ୧୮.୦୧.୨୨ରେ କେବିକେ ଆଇଟିଆଇ, ସମ୍ବଲପୁର ରୋଡଠାରେ ଉଦ୍‌ଯାପନି ଦିବସ ପାଳନ ଅବସରରେ ସ୍ୱର୍ଗତ ନାୟକଙ୍କ ପ୍ରତିମୁତ୍ତି ଉନ୍ମୋଚିତ ହେବ । ଆଜି ଭୀମ ଭୋଇ ମେଡିକାଲ ହସ୍‌ପିଟାଲରେ ଚିକିତ୍ସିତ ଲୋକଙ୍କୁ ୫ଶହ ପୁଡିଆ ଶୁଖିଲା ଖାଦ୍ୟ ସ୍ମାଇଲ ଫର ଅଲ ଓ ବିଙ୍ଗ ହ୍ୟୁମେନ ଫାଉଣ୍ଡେସନ ପକ୍ଷରୁ ବଣ୍ଟନ କରାଯିବା ସଂଗେ ସଂଗେ ‘ଆଶ୍ରା’ ଆଶ୍ରମର ଅନ୍ତେ ବାସୀଙ୍କୁ ରନ୍ଧାଖାଦ୍ୟ ଓ କମ୍ବଲ ବଣ୍ଟନ କରାଗଲା । ସ୍ୱେଚ୍ଛାସେବୀ ବିବେକା ନନ୍ଦ ପଟେଲ, ସୋମନାଥ ମିଶ୍ର, ପ୍ରତ୍ୟୁଷ ଯୋଷୀ, କଶ୍ୟପ ସେଠ୍‌, ପଂଚା ପଟ୍ଟନାୟକ, ବ୍ରଜଗୋପାଲ ସିଂ, ପ୍ରିତମ ବରାଳ, ଘନଶ୍ୟାମ ପଶାୟତ ଓ ରାମ ଦାସ ବହୁ ଭାବରେ ସହଯୋଗ କରିଥିଲେ । ସହରର ଅନେକ ବୁଦ୍ଧିଜୀବି ଓ ଚିନ୍ତାଶିଳ ବ୍ୟକ୍ତିବିଶେଷ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଶେଷରେ ସମ୍ପାଦକ ପ୍ରଭାକର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like