-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସୂଯ୍ୟ ରଥ ଯାତ୍ରା ଆଜି ପଵିତ୍ର ଶାମ୍ଵ ଦଶମୀ

12-Jan-2022



ସୂର୍ଯ୍ୟ ରଥଯାତ୍ରା କୋଣାର୍କରେ ପାଳିତ ହେଉଥିବା ଏକ ବହୁ ପୁରାତନ ନିଆରା ରଥଯାତ୍ରା । ଶାମ୍ବ ଦଶମୀ ତିଥିରେ ସୂର୍ଯ୍ୟଦେବତାଙ୍କର ଚଳନ୍ତି ପ୍ରତିମା ମିତ୍ରାଦିତ୍ୟ, ସୂର୍ଯ୍ୟ ରଥରେ ରଥାରୂଢ଼ ହୋଇ ଚନ୍ଦ୍ରଭାଗା ଅଭିମୁଖେ ଯାତ୍ରା କରି ମାଘ ମାସର ଶୁକ୍ଳ ସପ୍ତମୀ ତିଥିରେ ପ୍ରତ୍ୟାବର୍ତ୍ତନ କରନ୍ତି ।

ଶାମ୍ବ ଦଶମୀ ତିଥିରେ ପ୍ରାତଃ ସ୍ନାନକରି ମିତ୍ରାଦିତ୍ୟଙ୍କୁ ରଥରେ ଦର୍ଶନ କଲେ ରୋଗ, ଶୋକ ଓ ଭୟରୁ ମୁକ୍ତି ମିଳିବା ସହିତ ପୁନର୍ଜନ୍ମ ହୋଇ ନ ଥାଏ ବୋଲି କପିଳ ସଂହିତାରେ ଉଲ୍ଲେଖ ଅଛି ।
କୋଣାର୍କର ଅର୍କତୀର୍ଥ ମୈତ୍ରାୟାଖ୍ୟ ବନ, ପଦ୍ମକ୍ଷେତ୍ର ଓ କାଶ୍ୟପ ମୁନିଙ୍କ ପୁତ୍ର ମିତ୍ରାଦିତ୍ୟଙ୍କ ଜନ୍ମଭୂମି ଦ୍ୱାପର ଯୁଗରେ ମୈତ୍ରେୟ ମୁନିଙ୍କ ଆଶ୍ରମ ଥିଲା । ମୈତ୍ରେୟ ମୁନି କୃଷ୍ଣଙ୍କର ଜଣେ ଶୁଭେଚ୍ଛୁ ଥିବା ଭାଗବତ କୁହେ । କୃଷ୍ଣ ନିଜର ପୁତ୍ର ଶାମ୍ବଙ୍କୁ କୁଷ୍ଠରୋଗରୁ ମୁକ୍ତି କରିବା ପାଇଁ ମୈତ୍ରେୟଙ୍କ ଆଶ୍ରମକୁ ପଠାଇଥିଲେ । ଶାମ୍ବ ସୂର୍ଯ୍ୟଙ୍କୁ ଆରାଧନା କରିବା ପାଇଁ ଚନ୍ଦ୍ରଭାଗା ତୀର୍ଥରେ ସ୍ନାନ ସମୟରେ ମିତ୍ରାଦିତ୍ୟଙ୍କର ଏକ ସୁନ୍ଦର ମୂର୍ତ୍ତି ପାଇଥିଲେ । ଏହି ମୂର୍ତ୍ତିକୁ ବିଶ୍ୱକର୍ମା ତିଆରି କରିଥିଲେ ଏବଂ ଏହାକୁ ଦେବତା, ଦାନବ ମାନବମାନେ ମିତ୍ରତା ସୂତ୍ରରେ ଆବଦ୍ଧ ହୋଇ ପୂଜା କରୁଥିଲେ । ଶାମ୍ବ ଏହି ମୂର୍ତ୍ତିକୁ କୋଣାର୍କରେ ପୂଜା କରିବା ସହିତ ସୂର୍ଯ୍ୟ ରଥଯାତ୍ରା ପ୍ରଚଳିତ କରିଥିବା ଜଣାଯାଏ ।
ଶାମ୍ବ ଏହି ମୂର୍ତ୍ତିକୁ କୋଣାର୍କରେ ପୂଜା କରିବା ସହିତ ସୂର୍ଯ୍ୟ ରଥଯାତ୍ରାରର ପ୍ରଚଳନ କରିଥିଲେ । ସମୟାନୁକ୍ରମେ ଓଡ଼ିଶାର ରାଜା ପୁରନ୍ଦର କେଶରୀ ଓ ଲାଙ୍ଗୁଳା ନରସିଂହ ଦେବ ଏହି ପରମ୍ପରାକୁ ବଜାୟ ରଖିଥିଲେ । ପରବର୍ତ୍ତୀ ଅବସ୍ଥାରେ ସୂର୍ଯ୍ୟ ମନ୍ଦିର ଭାଙ୍ଗି ଯିବାରୁ ପୂଜାର୍ଚ୍ଚନା ବନ୍ଦହେବା ସହିତ ସୂର୍ଯ୍ୟ ରଥଯାତ୍ରା ମଧ୍ୟ ବନ୍ଦ ହୋଇଯାଇଥିବା ମାଦଳା ପାଞ୍ଜିରୁ ସୂଚନା ମିଳେ । ପୁନର୍ବାର ୧୯୯୮ ମସିହାରେ ଅନନ୍ତ ଅବଧୂତ ମଠର ଦିବଂଗତ ମହନ୍ତ ଆର୍ତ୍ତତ୍ରାଣ ଦାସ ଏହି ରଥଯାତ୍ରାକୁ ପ୍ରଚଳନ କରିଥିଲେ । ୧୯୯୮ମସିହାରୁ ପ୍ରତିବର୍ଷ ଶାମ୍ବଦଶମୀରେ ସୌର ବ୍ରାହ୍ମଣ ପରିଷଦ, ଗାୟତ୍ରୀ ପରିବାର ଓ ଅବଧୂତ ମଠ ମହନ୍ତଙ୍କଦ୍ୱାରା ଏହି ସୂର୍ଯ୍ୟ ରଥଯାତ୍ରା ପାଳିତ ହୋଇଆସୁଛି । 
ପରମ୍ପରାନୁଯାୟୀ ମୈତ୍ରେୟ ଋଷିଙ୍କ ଆଶ୍ରମ ତଥା ଶାମ୍ବଙ୍କ ସାଧନା ପୀଠ ଅନନ୍ତ ଅବଧୂତ ମଠରେ ବିଶ୍ୱଶାନ୍ତି ଗ୍ରହଯଜ୍ଞ ଅନୁଷ୍ଠିତ ହୋଇ ଶାମ୍ବ ଦଶମୀ ପୂର୍ବଦିନ ସୂର୍ଯ୍ୟାସ୍ତ ପୂର୍ବରୁ ପୂର୍ଣ୍ଣାହୁତି ଦିଆଯାଇଥାଏ । ସକାଳ ୬ଟାରୁ ଉଦୟକାଳୀନ ସୂର୍ଯ୍ୟଙ୍କୁ କାକରା ଭୋଗ, ଅର୍କବଟ ପୂଜାର୍ଚ୍ଚନା, କୋଣାର୍କ ମନ୍ଦିର ପୂଜାବିଧାନ ଅନୁଯାୟୀ ୧୦୮ ରଥର ପାର୍ଶ୍ୱଦେବୀ ଓ ସପ୍ତାଶ୍ୱଙ୍କୁ ପୂଜା ପରେ ଅନନ୍ତ ଅବଧୂତ ମଠରୁ ସୂର୍ଯ୍ୟଦେବଙ୍କୁ ରଥାରୂଢ଼ କରାଯାଇଥାଏ । ପ୍ରତ୍ୟୁଷରୁ ମଠ ମହନ୍ତ ରଥ ଉପରେ ଛେରାପହଁରା କରିବା ପରେ ଉପସ୍ଥିତ ସାଧୁସନ୍ଥ, ଶ୍ରଦ୍ଧାଳୁମାନେ ଚନ୍ଦ୍ରଭାଗା ଅଭିମୁଖେ ରଥ ଟାଣିନିଅନ୍ତି ।ସୂର୍ଯ୍ୟରଥ ବାହାରି ସେହିଦିନ ଚନ୍ଦ୍ରଭାଗା ତୀର୍ଥ ନିକରେ ପହଞ୍ଚିବା ପରେ ତୀର୍ଥ ପୁଷ୍କରଣୀରେ ସ୍ନାନ କରନ୍ତି । ସ୍ନାନାନ୍ତେ ସେଠାରେ ଥିବା ଛୋଟାରାମ ବାବାଙ୍କ ଆଶ୍ରମରେ ୨୭ ଦିନ ଧରି ୨୭ଟି ନକ୍ଷତ୍ରରେ ସୂର୍ଯ୍ୟଙ୍କର ଚଳନ୍ତି ପ୍ରତିମା ମିତ୍ରାଦିତ୍ୟଙ୍କର ସ୍ୱତନ୍ତ୍ର ପୂଜାର୍ଚ୍ଚନା ମାଘସପ୍ତମୀ ପର୍ଯ୍ୟନ୍ତ ଜାରିରହେ । ମାଘ ସପ୍ତମୀ ତିଥିରେ ଜନ୍ମଭୂମି ଅନନ୍ତ ଅବଧୂତ ମଠକୁ ବାହୁଡ଼ି ଆସିଥାଆନ୍ତି   ( ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like