-+91-9937148622 |
prerana_bgr@rediffmail.com |
Saturday 19th September 2026 |
R.N.I. Regd No. ODIODI/2010/46693
Breaking News
13-Jan-2022
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ୧୩ ତାରିଖ ସକାଳ ସୁଦ୍ଧା ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ଢେଙ୍କାନାଳ, ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ତେବେ ପରବର୍ତୀ ୨୪ ଘଣ୍ଟା ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ । କାରଣ ଏହି ସମୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୟାଗଡ଼, କଟକ ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ୧୪ ତାରିଖ ସକାଳଠାରୁ ୧୫ ତାରିଖ ସକାଳ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ନୟାଗଡ଼, ଖୋର୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।