-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । ଜନସାଧାରଣଙ୍କୁ ଭୟଭୀତ ନ ହେବାକୁ ଦେଲେ ପରାମର୍ଶ । ସାମ୍ବାଦିକଙ୍କୁ ବୁଷ୍ଟର ଡୋଜ୍ ପ୍ରଦାନରେ ପ୍ରାଥମିକତା ଦେବାକୁ ଦେଲେ ନିର୍ଦ୍ଦେଶ

18-Jan-2022



ଭୁବନେଶ୍ବର // ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି । ଆଉ କହିଛନ୍ତି, ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି, ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରନ୍ତୁ । ତା ସହିତ ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
: ଖାଲି ସେତିକି ନୁହେଁ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ତୃତୀୟ ଲହରୀରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ଠିକ୍‌ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କୋଭିଡ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ ବଡ ସହରରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିବା ଆରମ୍ଭ ହେଲାଣି । ରୋଗୀମାନଙ୍କ ଲକ୍ଷଣ ସାମାନ୍ୟ ରହୁଛି ଏବଂ ଖୁବ କମ୍‌ ରୋଗୀଙ୍କୁ ହସ୍‌ପିଟାଲ ଯିବାକୁ ପଡୁଛି । ଏସବୁ ସୂଚନା ଉତ୍ସାହପ୍ରଦ ହେଲେ ମଧ୍ୟ ଆମ ସମସ୍ତଙ୍କୁ ସଂପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡିବ । ତେବେ ମୁଖ୍ୟ ଶାସନ ସଚିବ ତାଙ୍କର ପ୍ରେସ୍‌ ସୂଚନା ଜରିଆରେ କୋଭିଡ ରୋଗୀ ସଂଖ୍ୟା ଅଧିକ ରହୁଥିବା ଦୃଷ୍ଟିରୁ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶେଷକରି ମେଡିକାଲ ଷ୍ଟାଫ, ପୋଲିସ, ପ୍ରଶାସନିକ ଅଧିକାରୀ ଏବଂ ରୋଗର ଅଧିକ ଆଶଙ୍କା ଥିବା ନାଗରିକ ମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନ ତ୍ବରାନ୍ବିତ କରିବା ପାଇଁ ସେ କହିଥିଲେ । ସେହିପରି ଗଣମାଧ୍ୟମର କର୍ମକର୍ତ୍ତା ମାନେ ମଧ୍ୟ ସମ୍ମୁଖ ଯୋଦ୍ଧା ଭାବେ ପରିଗଣିତ ହେଉଥିବାରୁ, ସେମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନରେ ପ୍ରାଥମିକତା ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେi: କୋଭିଡ ସଂପର୍କରେ ଆମର ସଚେତନତା ଓ ନିୟମର ଦୃଢ ଅନୁପାଳନ ପଦକ୍ଷେପ ଜାରି ରହିବା ଉଚିତ ବୋଲି ମତବ୍ୟକ୍ତ କରିବା ସହିତ ମାଇକ୍ରୋ କଣ୍ଟେନମେଣ୍ଟ ରଣନୀତି ଏବଂ ଘରେ ରହୁଥିବା କୋଭିଡ ରୋଗୀଙ୍କର ନିୟମିତ ତଦାରଖ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ସବୁ କୋଭିଡ ହସପିଟାଲକୁ କାର୍ଯ୍ୟକ୍ଷମ କରାଯିବା ସହିତ ଔଷଧ ପତ୍ର ଏବଂ ଅନ୍ୟାନ୍ୟ ଜରୁରୀ ସମାଗ୍ରୀର ବ୍ୟବସ୍ଥା କରାଯାଇଛି । ଲୋକଙ୍କ ଜୀବିକା ଯେପରି ପ୍ରଭାବିତ ନ ହୁଏ, ତାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ ।
: ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା ସମଗ୍ର ବିଶ୍ବ, ଦେଶ ଓ ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଏକ ତୁଳନାତ୍ମକ ଚିତ୍ର ରଖି କହିଥିଲେ ଯେ ବର୍ତ୍ତମାନ ତୃତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ପହଞ୍ଚିବାର ସୂଚନା ମିଳୁଛି । ରାଜ୍ୟରେ ଦୈନିକ ୧୦ ରୁ ୧୧ ହଜାର ମଧ୍ୟରେ ନୂଆ ରୋଗୀ ସଂଖ୍ୟା ଦେଖା ଦେଉଥିଲେ ମଧ୍ୟ ହସପିଟାଲରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ବହୁତ କମ୍‌ ଅଛି । ରାଜ୍ୟରେ କୋଭିଡ ରୋଗୀଙ୍କ ପାଇଁ ୧୧,୨୯୧ଟି ବେଡ୍‌ ରହିଛି ଏବଂ ଏଥିରୁ ମାତ୍ର ୧୧ ପ୍ରତିଶତ ବେଡ୍‌ରେ ରୋଗୀ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ଔଷଧ, ଅକ୍ସିଜେନ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛି ବୋଲି ସେ କହିଥିଲେ ।
 ଟିକାକରଣ ଉପରେ ସୂଚନା ଦେଇ ସେ କହିଥିଲେ ଯେ ୯୨.୭ ପ୍ରତିଶତ ପ୍ରଥମ ଡୋଜ ଓ ୭୦.୭ ପ୍ରତିଶତ ଦ୍ବିତୀୟ ଡୋଜ ନେଇସାରିଛନ୍ତି। ୧୫ ରୁ ୧୮ ବୟସ୍କ କିଶୋକ ମାନଙ୍କ କ୍ଷେତ୍ରରେ ୪୫.୮ ପ୍ରତିଶତ ଟିକାକରଣ ହୋଇଛି ଏବଂ ୧୪ ପ୍ରତିଶତ ବୁଷ୍ଟର ଡୋଜ ଟିକାକରଣ ହୋଇଛି ବୋଲି ସେ ସୂଚନା ଦେଇଥିଲେ । ବୈଠକରେ ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ, କଟକ ଓ ମୟୁରଭଞ୍ଜର ଜିଲ୍ଲାପାଳ, ଭୁବନେଶ୍ବର ଓ କଟକର ମ୍ୟୁନିସପାଲ କମିଶନର ପ୍ରମୁଖ ସେମାନଙ୍କ ନିଜ ନିଜ କ୍ଷେତ୍ରର କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like