-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ମହାନଗର

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

20-Jan-2022



ସମ୍ବଲପୁର(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ସମ୍ବଲପୁର ଜିଲ୍ଲା ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ  ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏସଏସଏ କନ୍ଫରେନ୍ସ ହଲ ଠାରେ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି I ସାମ୍ପ୍ରତିକ ପରିସ୍ଥିତିରେ କରୋନା ମହାମାରୀ ଦ୍ରୁତ ଗତିରେ ବଢୁଥିବାରୁ ସରକାରଙ୍କର ନିର୍ଦ୍ଧେଶ ମୁତାବକ କରୋନା କଟକଣା  ମଧ୍ୟରେ ସୀମିତ ସରକାରୀ, କରୋନା ଯୋଦ୍ଧା, ପୋଲିସ ପ୍ରଶାସନ ପ୍ରେସ ମିଡ଼ିଆଙ୍କୁ ନେଇ ସାଧାରଣତନ୍ତ ଦିବସ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସ୍ଥିର କରାଯାଇଛି I ଜାନୁଆରୀ ୨୬ ତାରିଖ ଦିନ ପ୍ରାତଃ ୪.୩୦ମି. ସମୟରେ ସହରରେ ଡାକବାଜି ଯନ୍ତ୍ର ଦ୍ୱାରା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ରାମଧୁନ ପରିବେଷଣ କରାଯିବ I ଜାତୀୟ ଦିବସ ପାଳନ ଅବସରରେ ସହରସ୍ଥିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯିବ I ପୂର୍ବାହ୍ନ ୮. ୩୦ ମିନିଟ ସମୟରେ ଦିବସର ମୁଖ୍ୟ ଅତିଥିଙ୍କ ଦ୍ୱାରା ସ୍ଥାନୀୟ ନେଲସନ ମଣ୍ଡେଲା ଛକ ପାଖ ରାଜରାସ୍ତା ଠାରେ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ ଓ ଅଭିବାଦନ ଗ୍ରହଣ କରିବେ I କେବଳ ପୋଲିସ ବାହିନୀ ପ୍ୟାରେଡରେ ଉପସ୍ଥିତ ରହି ମୁଖ୍ୟ ଅତିଥିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରିବେ I ପ୍ୟାରେଡ କୌଣସି ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ଅଂଶ ଗ୍ରହଣ ନ କରିବା ପାଇଁ ସ୍ଥିର କରାଯାଇଛି I କରୋନା କଟକଣା ପାଇଁ କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ନାହିଁ I କୋଭିଡ ଯୋଦ୍ଧା ମାନଙ୍କୁ ସମ୍ମାନୀତ କରିବା ନିମନ୍ତେ ନିଷ୍ପତି ନିଆଯାଇଛି I ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଉମାକାନ୍ତ ରାଜ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ଅଜମ୍ବର ମହାନ୍ତି, ସମ୍ବଲପୁର ମୁନିସିପାଲିଟି କିମିଶନର ପ୍ରଦୀପ କୁମାର ସାହୁ, ସଦର ଉପଜିଲ୍ଲାପାଳ ମୟୁର ସୂର୍ଯ୍ୟାଵଂସୀ ବିକାଶ, ରିଜବ ଇନିସପେକ୍ଟର ରାଜୀବ ଲୋଚନ ସେଠ, ଇ. ଇ  ଡିଆରଡିଏ ସୂର୍ଯ୍ୟକାନ୍ତ ବିଶ୍ୱାଳ, ଏଡିଇଓ ଜୟଶ୍ରୀ ଦୋରା, ଇ. ଇ ଏସଇଇଡି ଟିପିଡ଼ବ୍ଲୁଓଡିଏଲ ମାନସର ଟୀଗା ସମେତ ଡିଏସପି ଟ୍ରାଫିକ ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like