-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

କୋରୋନା କଟକଣା ଯୋଗୁଁକୋଭିଡ ନିର୍ଦ୍ଦେଶାବଳୀ ଅନୁଯାୟୀ ବଲାଙ୍ଗିରରେ ଜିଲ୍ଲା ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ : ଅଭିବାଦନ ଗ୍ରହଣ କଲେବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା

26-Jan-2022



ବଲାଙ୍ଗିର,  ଆଜି ବଲାଙ୍ଗିର  ଜିଲ୍ଲା ସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । କରୋନା କଟକଣା ଯୋଗୁଁ କୋଭିଡ଼ ନିର୍ଦ୍ଦେଶାବଳୀ ଅନୁସାରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଥିଲା । ୭୩ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରତ୍ୟୁଷରୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସହରରେ ରାମଧୂନ ପ୍ରଚାର କରାଯାଇଥିଲା । ସକାଳ ୭ଟାରୁ ସାଢେ଼ ୭ଟା ମଧ୍ୟରେ ବିଭିନ୍ନ ସରକାରୀ, ବେସରକାରୀ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ସକାଳ ୭ଟା ୧୫ମି.ରୁ ୭ଟା ୪୫ମି. ମଧ୍ୟରେ ଗାନ୍ଧୀନଗରପଡ଼ା ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି, କଚେରୀ ଛକ ସ୍ଥିତ ଡ.ବି.ଆର.ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି, ଗାନ୍ଧୀଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଶିଶୁ ଉଦ୍ୟାନ ନିକଟସ୍ଥ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଚଞ୍ଚଳ ରାଣା, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ଉପଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସକାଳ ୮ଟା ୩୦ମି. ସମୟରେ ସ୍ଥାନୀୟ

ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଚନ୍ଚଲ ରାଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ମୁଖ୍ୟ ଅତିଥି ଜିଲ୍ଲାପାଳ ଶ୍ରୀ ଚନ୍ଚଲ ରାଣା ବଲାଙ୍ଗିର ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ ତାଙ୍କ ଅଭିଭାଷଣରେ ଭାରତ ବର୍ଷର ଯେଉଁ ମହାପୁରୁଷ ମାନେ ସମ୍ବିଧାନ ରଚନା କରିଥିଲେ ଏବଂ ଜାତୀୟ ସ୍ୱାଧିନତା ସଂଗ୍ରାମରେ ଯେଉଁ ମହାମନିଷୀମାନେ ଦେଶ ତଥା ଜାତି ଉଦ୍ଦେଶ୍ୟରେ ନିଜ ଜୀବନକୁ ଉତ୍ସର୍ଗ କରିଯାଇଛନ୍ତି, ସେମାନଙ୍କ ଅବଦାନକୁ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ବିଭିନ୍ନତା ଭିତରେ ଏକତା, ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତଙ୍କ ଭିତରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଆମ ସମ୍ବିଧାନର ଏକ ଗୁରୁତ୍ୱପୂର୍ଣ୍ଣ ଆଦର୍ଶ । ଭାରତର ଏକତା ଓ ଅଖଣ୍ଡତା ଅନ୍ୟ କୌଣସି ବି ରାଷ୍ଟ୍ର ସହ ତୁଳନା କରାଯାଇ ନପାରେ, ସେଥିପାଇଁ ଆମେ ଗର୍ବିତ ବୋଲି ପ୍ରକାଶ କରିବା ସହ ଭାରତ ବର୍ଷର ଏହି ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ସମସ୍ତ ଭାରତୀୟଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ବୋଲି ମତବ୍ୟକ୍ତ କରିଥିଲେ । କରୋନା ମହାମାରୀ ପ୍ରକୋପ ଆଜି ବି ସାରା ଵିଶ୍ଵ ରେ ସଂକଟ ହୁ ହୁ ହୋଇ ଵଢୁଥିଵାରୁ ଓ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ଵଢୁଥିଵା ରୁ ଏହାର ସଫଳ ମୁକାବିଲା କରିବା ପାଇଁ ଆମ ସମସ୍ତଙ୍କ ଉଦ୍ୟମ ଜାରି ରହିଛି । ବଲାଙ୍ଗିର ଜିଲ୍ଲାବାସୀଙ୍କ ସହଯୋଗରେ କରୋନା ମହାମାରୀର ପ୍ରଥମ ଓ ଦ୍ୱିତୀୟ ଲହରକୁ ସଫଳତାର ସହ ମୁକାବିଲା କରାଯାଇଥିଲା ଏବଂ ବର୍ତ୍ତମାନ ଦେଖାଦେଇଥିବା କରୋନା ସଂକ୍ରମଣକୁ ରୋକିବା ଦିଗରେ ଜିଲ୍ଲାବାସୀଙ୍କ ଅନୁରୂପ ସହଯୋଗର ଆବଶ୍ୟକତା ଅଛି ବୋଲି ତାଙ୍କର ଅଭିଭାଷଣ ରେ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଅଙ୍ଗନବାଡ଼ି କର୍ମୀ, ଗଣମାଧ୍ୟମର ପ୍ରତିନିଧି, ନର୍ସ, ପୋଲିସ ଓ ସଫେଇ କର୍ମଚାରୀଙ୍କ ଭଳି କୋଭିଡ଼ ଯୋଦ୍ଧାଙ୍କ ସମର୍ପିତ ସେବା ନିମନ୍ତେ ସମସ୍ତଙ୍କୁ ସାଧୁବାଦ ଜଣାଇଥିଲେ ।

କୋଭିଡ଼ କଟକଣା ଯୋଗୁଁ   କମ କୋଭିଡ ଯୋଦ୍ଧା ଙ୍କୁ ନେଇ ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ଉତ୍ସବରେ କେବଳ ଏପିଆର୍‌ ଓ ହୋମଗାର୍ଡର ଦୁଇଟି ପ୍ଲାଟୁନ ଅଂଶଗ୍ରହଣ କରି ମୁଖ୍ୟ ଅତିଥିଙ୍କୁ ଅଭିବାଦନ ଜଣାଇଥିଲେ । ପୋଲିସ ବ୍ୟାଣ୍ଡ ପାର୍ଟି ଜାତୀୟ ସଙ୍ଗୀତ ବାଦନ କରିଥିଲେ । ଏହି ଉତ୍ସବରେ ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲକର ଡାଗୁଡୁ ଉପସ୍ଥିତ ରହିଥିବା ବେଳେ ସମାରୋହରେ କୋଭିଡ଼ ଯୋଦ୍ଧା, ସରକାରୀ ଅଧିକାରୀ, ଗଣମାଧ୍ୟମର ପ୍ରତିନିଧି ମାନେ ମଧ୍ୟ ଉପସ୍ଥିତ ଥିଲେ । ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।ଏହି73ତମ ସାଧାରଣ ତନ୍ତ୍ର ଦିଵସ ଟି ବଲାଙ୍ଗୀର ଜିଲ୍ଲାରେ ଚର୍ଚ୍ଚା ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like