-+91-9937148622 |
prerana_bgr@rediffmail.com |
Thursday 15th October 2026 |
R.N.I. Regd No. ODIODI/2010/46693
Breaking News
28-Jan-2022
ସୁବର୍ଣ୍ଣପୁର :ଜିଲ୍ଲାରେ ଫାଇଲେରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାରେ ମାର୍ଚ୍ଚ୍ରୁ ୭ ୧୬ମାର୍ଚ୍ଚ ପର୍ଯ୍ୟନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ କରାଯିବ l ଆଶା ଓ ଅଙ୍ଗନବାଡି କର୍ମୀ ମାନେ ଏହି ଦିନ ମାନଙ୍କରେ ଘରକୁ ଘର ଯାଇ ଫାଇଲେରିଆ ରୋଗ ଉପରେ ସଚେତନତା ସୃଷ୍ଟି କରିବା ସହ ବୟସ ଅନୁସାରେ ଫାଇଲେରିଆ ନିରାକରଣ ନିମନ୍ତେ ଉଦ୍ଧିଷ୍ଟ ଔଷଧ ଆଲବେଣ୍ଡାଜଲ ଓ ଡି.ଇ.ସି ଟ୍ୟାବଲେଟ ଖୁଆଇବେl ଏହି ଔଷଧ ସମ୍ପୂର୍ଣ୍ଣ ନିରାପଦ ଥିବା ଏବଂ ପେଟପୁରା ଖାଦ୍ୟ ଖାଇବା ପରେ ଔଷଧ ସେବନ କରିବା ନିମନ୍ତେ ବୈଠକରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ ପ୍ରଦୀପ କୁମାର ଗୁରୁ ବୈଠକରେ ସୂଚନା ଦେବାସହ ବୈଠକର ତାତ୍ପର୍ଯ୍ୟ ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ l ଏହି ଔଷଧ ୨ବର୍ଷ ରୁ କମ ବୟସର ଶିଶୁ, ଗର୍ଭବତୀ ମହିଳା, କିମ୍ବା ଗୁରୁତର ରୋଗରେ ପୀଡିତ ଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କୁ ସେବନ କରାଯିବ l ଆମ ଜିଲ୍ଲାରେ ଗତ ବର୍ଷ ଫାଇଲେରିଆ ସର୍ବେକ୍ଷଣ ରେ ଜିଲ୍ଲାର ପ୍ରାୟ ଶତକଡା ୩ ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା ମାତ୍ର ଗତବର୍ଷ ସାମୁହିକ ଔଷଧ ସେବନ ପରେଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଯଥେଷ୍ଟ କମ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି l କ୍ୟୁଲେକ୍ସ ମଶା ଏହି ରୋଗର ବାହକ ଥିବା ବେଳେ ସମସ୍ୟା ଏହା କି ଏହି ରୋଗ ସଂକ୍ରମଣ ହେବାର ଅନେକ ବର୍ଷ ପରେ ଯାଇ ହାଇଡ୍ରୋସିଲ ଓ ଗୋଦର ଗୋଡ଼ ଆଦି ଲକ୍ଷଣ ରୂପରେ ପ୍ରକାଶ ପାଇଥାଏ l ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟନାରାୟଣ ଦାଶ ଅଧ୍ୟକ୍ଷତା କରି ଏହି ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ କୁ ସଫଳ ଓ ସୁନିଶ୍ଚିତ କରିବା ନିମନ୍ତେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ର ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେବାସହ କୌଣସି ଯୋଗ୍ୟ ବ୍ୟକ୍ତି ଯେପରି ବାଦ ନ ପଡ଼ନ୍ତି ସେଥିପ୍ରତି ବିଶେଷ ଯତ୍ନବାନ ହେବା ଏବଂ ସାମୁହିକ ଔଷଧ ସେବନର ନିର୍ଦ୍ଧାରିତ ୫ ବର୍ଷ ଅବଧି ମଧ୍ୟରେ ଜିଲ୍ଳା ରୁ ଏହି ରୋଗର ମୁଳୋତ୍ପାଟନ ଉପରେ କାର୍ଯ୍ୟ କରିବାକୁ ଗୁରୁତ୍ୱାରୋପ କରିଛନ୍ତିl ଜିଲ୍ଲାର ସମସ୍ତ ଗ୍ରାମ ଓ ସହରାଞ୍ଚଳ ର ଜନବସତି ସମସ୍ତ ଯୋଗ୍ୟ ଲୋକଙ୍କୁ ଔଷଧ ସେବନ କରାଯିବ l କାର୍ଯ୍ୟକ୍ରମ କୁ ତୃଣମୂଳ ସ୍ତରରେ ଘରକୁ ଘର ଯାଇ ଔଷଧ ସେବନ କରିବା ନିମନ୍ତେ ୧୯୬୮ ଜଣ ଔଷଧ ସେବନ କର୍ମୀ ନିୟୋଜିତ କରାଯାଇଛି ପୁନଶ୍ଚ କାର୍ଯ୍ୟକୁ ସୁନିଶ୍ଚିତ ଓ ତଦାରଖ କରିବା ନିମନ୍ତେ ୧୯୬ ଜଣ ସୁପରଭାଇଜର ଙ୍କୁ ନିୟୋଜିତ କରାଯାଇଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି l ଏଥି ନିମନ୍ତେ ସରକାରଙ୍କ ତରଫରୁ ଆବଶ୍ୟକ ଡି ଇ ସି ଟ୍ୟାବଲେଟ ଓ ଆଲବେଣ୍ଡlଜଳ ଟ୍ୟାବଲେଟ ଜିଲ୍ଲାକୁ ଆସିବାକୁ ଥିବା ବୈଠକରେ ସୂଚନା ଦିଆଯାଇଛି l କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ ଏବଂ ବ୍ୟବସ୍ଥିତ ସହ ସୁ ପରିଚାଳନା କରିବା ନିମନ୍ତେ ସେକ୍ଟର ଲେବେଲ , ବ୍ଲକ ଲେବେଲ ଓ ମୁନିସିପାଲିଟି ଲେବେଲ ରେ ରେପିଡ ରେସପନ୍ସ ଟିମ ଗଠନ କରାଯାଇ ଦାଇତ୍ଵ ଦିଆଯିବା ଉପରେ ସୂଚନା ଦେଇଛନ୍ତି ବିଭାଗୀୟ ଅଧିକାରୀ l କାର୍ଯ୍ୟକ୍ରମକୁ ସୁରୁଖୁରୁରେ ସମାପନ କରିବା ନିମନ୍ତେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ର ସଦସ୍ୟ ଡ଼ଃ ଶ୍ୟାମବନ୍ଧୁ ରଥ, ସଂଗଠନ ସମସ୍ତ ପ୍ରକାର ସହଯୋଗର ହାତ ବଢ଼ାଇ ଥିବା ସୂଚନା ପ୍ରଦାନ କରି ଜିଲ୍ଲାରେ ଫେଲେରିଆର ସ୍ଥିତି, ଅବସ୍ଥିତି ଓ ତାର ନିରାକରଣ ନିମନ୍ତେ ନିଆଯିବାକୁ ଥିବା ବ୍ୟବସ୍ତା ସମ୍ପର୍କରେ ପାୱାର ପ୍ରେଜେଣ୍ଟେସନ ଦ୍ୱାରା ତଥ୍ୟ ଭିତ୍ତିକ ଆଲୋଚନା କରିଥିଲେ l
ଆଜିର ଏହି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଥିବାବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଅଧ୍ୟକ୍ଷତା କରିଥିଲେ, ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ହେମନ୍ତ କୁମାର ପାଢ଼ୀ, ଅତିରିକ୍ତ ଜିଲ୍ଳା ଜନସ୍ୱାସ୍ଥ୍ୟ ଅଧିକାରୀ, ଭି ଭି ଡି ଡ଼ଃମଞ୍ଜୁରାଣୀ ସିଂ, ସ୍ୱାସ୍ଥ୍ୟ ଅଧିକାରୀ, ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ, ଡିପିଏଚଓ, ଜିଲ୍ଲା ଟି ବି ଅଧିକାରୀ ପଦ୍ମହଂସ ଦୋରା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ,ଡି ପି ଏମ ଏନ ଏଚ ଏମ ଶ୍ରୀ ବିଶ୍ୱମ୍ବର ବେହେରା, ଶ୍ରୀ ଚନ୍ଦ୍ର ଶେଖର ମିଶ୍ର, ଭେକଟର ବାହିତ ରୋଗ ପରାମର୍ଶ ଦାତା,ତଥା ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ସୁବର୍ଣ୍ଣପୁର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l