-+91-9937148622 |
prerana_bgr@rediffmail.com |
Friday 9th October 2026 |
R.N.I. Regd No. ODIODI/2010/46693
Breaking News
06-Feb-2022
ଠ ନୀରବିଗଲେ ସ୍ୱର ସାମ୍ରାଜ୍ଞୀ !
ଠ ୨୯ଦିନ ହେଲା ଭେଣ୍ଟିଲେଟରରେ ଥିଲେ ଲତା ମଙ୍ଗେସକର ।
?ମୁମ୍ବାଇ ବ୍ରିଚ୍ କାଣ୍ଡି ହସ୍ପିଟାଲ ସାମ୍ନାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।
ଠ ୯୨ବର୍ଷ ବୟସରେ ମୁମ୍ବାଇ ବ୍ରିଚ୍ କାଣ୍ଡି ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି ।
ଠ ସକାଳ ୮ଟା ୧୨ରେ ଦେହାନ୍ତ ନେଇ ସୂଚନା ମିଳିଛି ।
?ତେବେ ଅପରାହ୍ଣ ସାଢେ ୪ଟାରେ ତାଙ୍କର ଅନ୍ତିମ ସଂସ୍କାର ହେବ ।
ଠ କରୋନାରେ ସଂକ୍ରମିତ ହେବା ପରେ ଗତ ଜାନୁଆରୀ ୮ ତାରିଖରେ ତାଙ୍କୁ ମେଡିକାଲରେ ଭର୍ତି କରାଯାଇଥିଲା ।
ଠ ସେ କୋଭିଡ୍ ୧୯ ଏବଂ ନିମୋନିଆ ରୋଗରୁ ସୁସ୍ଥ ହୋଇଥିଲେ । କିନ୍ତୁ ପରେ ପୁଣି ଥରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡ଼ି ଯାଇଥିଲା।
ଠ ୩୬ଟି ଭାରତୀୟ ଭାଷାରେ ଗୀତ ଗାଇଛନ୍ତି ଲତା
ଠ ଲତା ମଙ୍ଗେସକର ମଧ୍ୟ ପ୍ରଦେଶର ଇନ୍ଦୋରରେ ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ।
ଠ ତାଙ୍କର ପିତା ଦିନାନାଥ ମଙ୍ଗେସକର ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଓ ମଞ୍ଚ କଳାକାର ଥିଲେ ।
ଠ ଲତା ୫ବର୍ଷ ବୟସରୁ ତାଙ୍କ ପିତାଙ୍କ ଠାରୁ ସଙ୍ଗୀତ ଶିକ୍ଷା କରିଥିଲେ । ତାଙ୍କ ସହ ତାଙ୍କ ସାନ ଭଉଣୀ ଆଶା, ଉଷା, ମୀନା ଓ ଭାଇ ହୃଦୟନାଥ ମଧ୍ୟ ସଙ୍ଗୀତ ଶିକ୍ଷା କରୁଥିଲେ ।
ଠ ଲତା ମାତ୍ର ୧୩ ବର୍ଷର ହୋଇଥିବା ବେଳେ ତାଙ୍କ ପିତାଙ୍କର ହୃଦ୍ରେଗରେ ଦେହାନ୍ତ ହୋଇଥିଲା ।
ଠ ପରେ ପରିବାର ଭରଣପୋଷଣ ନିମନ୍ତେ ସେ ୧୯୪୨ରୁ ସଙ୍ଗୀତ ଜୀବନ ଆରମ୍ଭ କଲେ ।
ଠ ଲତା ଆଜୀବନ ଅବିବାହିତ ରହିଛନ୍ତି ।
ଠ ପରିବାରର ଭରଣପୋଷଣ ନିମନ୍ତେ ଲତା ଗୀତ ଗାଇବା ଆରମ୍ଭ କରିଥିଲେ ।
ଠ ସେ ୧୯୪୨ରୁ ୧୯୪୮ ମଧ୍ୟରେ ପାଖାପାଖି ଆଠୋଟି ହିନ୍ଦୀ ଓ ମରାଠୀ ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ ।
ଠ ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର ‘କିଟ୍ଟି ହାସଲ’ରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ ।
ଠ ମୁମ୍ବାଇରେ ଏକ ଲୋକାଲ ଟ୍ରେନରେ ଯାତ୍ରା କରୁଥିବା ସମୟରେ ତାଙ୍କୁ ଆପ୍ କି ସେବା ମେଁରେ ପ୍ରଛଦପଟ ଗାୟିକା ହେବାର ସୁଯୋଗ ମିଳିଥିଲା ।
*୧୯୫୮ – ପ୍ରଥମ ଫିଲ୍ମ ଫେୟାର୍ ଆୱାର୍ଡ*
*୧୯୬୯ – ପଦ୍ମ ଭୂଷଣ*
*୧୯୬୯ – ଶ୍ରେଷ୍ଠ ପ୍ରଛଦପଟ୍ଟ ଗାୟିକା*
*୧୯୮୯ – ଦାଦା ସାହେବ୍ ଫାଲକେ ପୁରସ୍କାର*
*୧୯୯୩ – ଜୀବନ ବ୍ୟାପି ସାଧନା ପୁରସ୍କାର*
*୧୯୯୭ – ମହାରାଷ୍ଟ୍ର ଭୂଷଣ ପୁରସ୍କାର*
*୧୯୯୯ – ପଦ୍ମ ବିଭୂଷଣ*
*୨୦୦୧ – ଭାରତ ରତ୍ନ*
*୨୦୦୯ – ୩ଟି ଜାତୀୟ ଚଳଚ୍ଚିତ୍ର ସମ୍ମାନ*
*୨୦୧୧ – ଗିନିଜ୍ ବୁକ୍ ଅଫ୍ ୱାଲର୍ଡ୍ ରେକର୍ଡରେ