-+91-9937148622 |
prerana_bgr@rediffmail.com |
Monday 5th October 2026 |
R.N.I. Regd No. ODIODI/2010/46693
Breaking News
11-Feb-2022
ପୁରୀ/ନନ୍ଦଳା:-ମାନସିଂହ ସାହିତ୍ୟ ସଂସଦ, ନନ୍ଦଳା, ପୁରୀର ଚତୁର୍ଦ୍ଦଶ ମାସିକ କବିତା ଆସର ଫେବୃଆରୀ ୧୦ ତାରିଖ ସନ୍ଧ୍ୟା ୭ଟାରେ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁରର ବରିଷ୍ଠ ସୁସାହିତ୍ୟିକ, ତଥା ତ୍ରିଧାରା ସାହିତ୍ୟ ସଂସଦର ସମ୍ପାଦକ ଡ଼ଃ. ଲକ୍ଷ୍ମୀନାରାୟଣ ଦାଶ ମୁଖ୍ୟଅତିଥି ରୂପେ ଯୋଗ ଦେଇ ସାହିତ୍ୟର ବିଭିନ୍ନ ଦିଗ ବିଷୟରେ ବର୍ଣ୍ଣନା କରିଥିଲେ। ଅନୁଷ୍ଠାନର ସଭାପତି ଶ୍ରୀଯୁକ୍ତ ବିଷ୍ଣୁପ୍ରସାଦ ଦଳାଇ ଆସରରେ ସଭାପତିତ୍ୱ କରିବା ସହ ଉପଦେଷ୍ଟା ବନବିହାରୀ ପଟ୍ଟନାୟକ ଆସରକୁ ଆନୁଷ୍ଠାନିକ ଭାବେ ଆରମ୍ଭ କରିଥିଲେ। ଅନୁଷ୍ଠାନର ଉପଦେଷ୍ଟା ଶ୍ରୀଯୁକ୍ତ ପ୍ରେମାନନ୍ଦ ବେହେରା (ବରଗଡ଼) ଆସରର ଆଭିମୁଖ୍ୟ ସ୍ପଷ୍ଟ କରିବା ସହ ସମସ୍ତ ଅଂଶଗ୍ରହଣକାରୀମାନଙ୍କୁ ସ୍ୱାଗତ ଜଣାଇଥିଲେ । ସମ୍ପାଦକ ଶ୍ରୀଯୁକ୍ତ ଲଳିତ କୁମାର ସ୍ୱାଇଁ ସମସ୍ତଙ୍କୁ ସାଧୁବାଦ ଜଣାଇବା ସହ ସାହିତ୍ୟର ମହତ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ।
ବ୍ରହ୍ମପୁରର ସୁସାହିତ୍ୟିକା ସୁଶ୍ରୀ ସୁଚେତା ପାଣିଗ୍ରାହୀଙ୍କ ବଳିଷ୍ଠ ସଂଯୋଜନାରେ ୩୫ରୁ ଉର୍ଦ୍ଧ୍ବ କବି ଓ କବୟିତ୍ରୀ ଯୋଗଦେଇ ସ୍ବରଚିତ କବିତା ପାଠ କରିଥିଲେ । ସୁସାହିତ୍ୟକା କୃଷ୍ଣାଞ୍ଜଳୀ ଦାସ କବିତା ଆସରର ମହତ୍ତ୍ଵ ବିଷୟରେ ଧାରଣା ଦେଇଥିଲେ । ଅନୁଷ୍ଠାନର ସଂଯୋଜକ ଶ୍ରୀଯୁକ୍ତ ବିଦ୍ୟାଧର ଦଳବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।