-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଶିକ୍ଷକ ଦିବସ କୁମାର ସାହୁଙ୍କୁ ପ୍ରଶଂସା କଲେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ

17-Feb-2022



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ଜଣେ ଶିକ୍ଷକ ଦିବସ କୁମାର ସାହୁଙ୍କୁ ଦୁର୍ଘଟଣାରେ ଆହତ ହୋଇଥିବା ଦୁଇଜଣ ବାଇକ ଆରୋହୀଙ୍କୁ ଉଦ୍ଧାର କରିଥିବା ଯୋଗୁଁ ତାଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଉଚ୍ଚ ପ୍ରଶଂସା କରିଛନ୍ତି । ଏନେଇ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ତରଫରୁ ଅଫିସିଆଲ ଫେସବୁକ ଏବଂ ଟ୍ୱିଟର ଆକାଉଣ୍ଟରୁ ପୋଷ୍ଟ କରିଛନ୍ତି ।
 ଏଠାରେ ସୂଚନାଯୋଗ୍ୟ ଯେ ଝାରବନ୍ଧ ବ୍ଲକ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିବା ଦିବସ କୁମାର ସାହୁ  ଡ୍ୟୁଟି ସାରି ପାଇକମାଲ ରୁ ନିଜ  ଘର ବିଜେପୁର ବ୍ଲକ ଯୋଖିପାଲି ଗ୍ରାମକୁ ଆସୁଥିବା ବେଳେ ରାସ୍ତା କଡ଼ରେ ଦୁର୍ଘଟଣାରେ ଆହତ ହୋଇ ମୂମୂର୍ଷୁ ଅବସ୍ଥାରେ ପଡିଥିବା ଦୁଇବ୍ୟକ୍ତିଙ୍କୁ ଉଦ୍ଧାର କରି ଡାକ୍ତରଖାନା ପହଞ୍ଚାଇଛନ୍ତି ।ଘଟଣାଟି ପାଇକମାଲ ବ୍ଲକ ଅନ୍ତର୍ଗତ ଗୋଇବାହାଲି ଛକ ପାଖାପାଖି ଏକ ଦୁର୍ଘଟଣା ଘଟିଥିଲା ଯେଉଁଥିରେ ଜଣେ ମହିଳାଙ୍କ ସମେତ ଦୁଇଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଥିଲେ । ଦୁର୍ଘଟଣାଟି ବାଇକ ଆରୋହୀଙ୍କ ଆଖି ଲାଗିଯିବାରୁ ହୋଇଥିଲା,ଗାଡ଼ି ଚଳାଉଥିବା ବ୍ୟକ୍ତି ଜଣକ ପୂର୍ବଦିନ ରାତିରେ ଅନିଦ୍ରା ଥିବାରୁ ଗାଡ଼ି ଚଳେଇବା ବେଳେ ହଠାତ ଆଖି ଯାଇଥିବା କହିଛନ୍ତି । ଉକ୍ତ ବାଇକ ଆରୋହୀଙ୍କ ପଛପଟେ ଯାଉଥିବା ଶିକ୍ଷକ ଦିବସ କୁମାର ସାହୁ ହଠାତ ସାମ୍ନାରେ ଯାଉଥିବା ଗାଡ଼ି କୁଆଡ଼େ ଗଲା ବୋଲି ଅଟକି ଦେଖିବା ପରେ ଜାଣିବାକୁ ପାଇଥିଲେ ଯେ ଗାଡ଼ିଟି ଦୁର୍ଘଟଣା ଗ୍ରସ୍ତ ହୋଇଛି ଏବଂ ରାସ୍ତାର ବାମ ପାର୍ଶ୍ଵକୁ ପ୍ରାୟ ୨୦ ମିଟର ଦୂରରେ ଗାଡ଼ି ଅଲଗା ଏବଂ ଦୁଇଜଣ ଆରୋହୀ ଅଲଗା ଅଲଗା ପଡ଼ିଥିବା ଦେଖିଲେ । ସେ ତୁରନ୍ତ ଆହତ ମାନଙ୍କ ପାଖକୁ ଯାଇ ତାଙ୍କ ଅବସ୍ଥା ବୁଝିବା ସହ ୧୦୮ ଆମ୍ବୁଲାନ୍ସ କୁ ଯୋଗାଯୋଗ କରିଥିଲେ । ଏହାପରେ ରାସ୍ତାରେ ଯାଉଥିବା ୨ ଜଣ ଯୁବକଙ୍କୁ ଡାକି ଆମ୍ବୁଲାନ୍ସ ସହାୟତାରେ  ପଦ୍ମପୁର ଡାକ୍ତରଖାନାକୁ ନେଇଥିଲେ ।ଇତିମଧ୍ୟରେ ତାଙ୍କ ଘର ଘର ଲୋକଙ୍କୁ ଫୋନ ମାଧ୍ୟମରେ ଯୋଗାଯୋଗ କରି  ପଦ୍ମପୁର ଡାକ୍ତରଖାନାକୁ ଆସିବାକୁ କହିଥିଲେ ।ଡାକ୍ତରଖାନାରେ ଉଭୟ ଆହତଙ୍କୁ ସେବା ଶୁଶ୍ରୁଷା କରିବା ସହ ଆବଶ୍ୟକ ଇଞ୍ଜେକ୍ସନ ମଧ୍ୟ ନିଜେ କିଣି ଦେଇଥିଲେ ।ସୂଚନା ଅନୁଯାୟୀ ଦୁଇ ଆହତଙ୍କ ନାମ ସାବିତ୍ରୀ ମୁନା(୬୦) ଏବଂ ସୁଶାନ୍ତ ମୁନା (୩୮),ତାଙ୍କ ଘର ଝାରବନ୍ଧର ।ଉଭୟ ଆହତଙ୍କ ହାତ ଭାଙ୍ଗିଥିବା ଆଶଙ୍କା କରାଯାଉଛି ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ଦୁର୍ଘଟଣା ପରବର୍ତ୍ତୀ କିଛି ଘଣ୍ଟାକୁ "ସୁନେଲି ସମୟ" କୁହାଯାଏ ଆଉ ଏହି ସମୟ ମଧ୍ୟରେ ଡାକ୍ତରଖାନାରେ ପହଞ୍ଚାଇବା ଦ୍ୱାରା ଜୀବନ ସୁରକ୍ଷିତ ହୋଇଥାଏ ।
 ଶିକ୍ଷକ ଦିବସଙ୍କ ଏହି ପ୍ରୟାସକୁ ବିଭିନ୍ନ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like