-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଅସାମାଜିକ ଅଜଣା ବ୍ୟକ୍ତି ନାମରେ ଲିଖିତ ଅଭିଯୋଗ କଲେ କାର୍ଯ୍ୟରତ ଅଙ୍ଗନବାଡ଼ି ଦିଦି ସମୁହ

24-Feb-2022



 ବରଗଡ:- ଅଙ୍ଗନବାଡି କର୍ମୀ ମାନେ ରାଜ୍ୟ ସରକାର ଙ୍କର ଏକ ପ୍ରକାର ର ଦର୍ପଣ କହିଲେ  ଅତ୍ୟୁକ୍ତି ହେବ ନାହିଁ । ସରକାର ଙ୍କର ପ୍ରଣୟନ ଯୋଜନା ଗୁଡିକ ଏହି କର୍ମୀ ମାନଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତୃଣମୂଳ ସ୍ଥରରେ କାର୍ଯକାରୀ ହୋଇଆସୁଛି । ଗ୍ରାମ ମାନଙ୍କର ପ୍ରତ୍ୟେକ ସମସ୍ୟା ଓ ଅସୁବିଧା ପ୍ରଥମେ ଏହି କର୍ମୀ ମାନଙ୍କର ନଜର କୁଆସିଥାଏ । କହିବାକୁ ଗଲେ ତୃଣମୂଳ ସ୍ତରରେ ଏହି କର୍ମୀ ମାନେ ଅନବରତ ଭାବେ ଗ୍ରାମମାନଙ୍କ ସେବା କରି ଆସୁଛନ୍ତି । ହେଲେ ଅନେକ ସମୟରେ ଅନେକ ସ୍ଥାନରେ ଅଙ୍ଗନବାଡି ଦିଦି ମାନଙ୍କୁ ନାନା ପ୍ରକାର ମାନସିକ ନିର୍ଯ୍ୟାତନା ଦେଉଥିବା ଅନେକ ଉଦାହରଣ ମଧ୍ୟ ରହିଛି । ତଥାପି ସେମାନେ ସ୍ୱଳ୍ପ ବେତନରେ  ନିଜର କାର୍ଯ୍ୟ ସମ୍ପାଦନ କରି ଆସୁଛନ୍ତି । ବିଗତ ଦିନରେ ସାମାଜିକ ଗଣମାଧ୍ୟମରେ ଏହି ଦିଦି ମାନଙ୍କର ଚରିତ୍ର

ସଂହାର କରିବା ଭଳି ଏକ ଭିଡିଓ  ସୋସିଆଲ ମିଡ଼ିଆ ରେ ଘୁରି ବୁଲୁଛି । ଜଣେ ଅଜଣା ବ୍ୟକ୍ତି ଗୀତ ମାଧ୍ୟମରେ ଅଙ୍ଗନବାଡି ଦିଦି ମାନଙ୍କ ଚରିତ୍ର ସଂହାର କରି ସେମାନଙ୍କୁ ଅପମାନିତ କରୁଥିବାର ଦେଖିବାକୁ ମିଳିଛି । ଏହି ଭିଡିଓ ଟି ବହୁଳ ମାତ୍ରାରେ ସାମାଜିକ ଗଣମାଧ୍ୟମରେ ବୁଲିବା ଦ୍ୱାରା ନିଜକୁ ଅପମାନିତ ମନେ କରୁଥିବା ଅଙ୍ଗନବାଡି ଦିଦି ମାନେ ଆଜି ବରଗଡ଼ ଜିଲ୍ଲାର ବିଭିନ୍ନ ଥାନା ରେ ଉକ୍ତ ଅଜଣା ବ୍ୟକ୍ତି ବିରୁଦ୍ଧରେ ଅଭିଯୋଗ କରିଛନ୍ତି । ଏହି ପରିପ୍ରେକ୍ଷୀରେ ପାଇକମାଲ ବ୍ଲକ ଅଞ୍ଚଳ ରେ କାର୍ଯ୍ୟରତ ଅଙ୍ଗନବାଡ଼ି କର୍ମୀ ମାନେ ପାଇକମାଲ ଥାନାରେ ଏସ.ଆଇ  ଚୁମକି ପ୍ରଭା ନାଥ ଙ୍କୁ ଲିଖିତ ଅଭିଯୋଗ କରି ତୁରନ୍ତ ଅପରାଧୀ ଙ୍କୁ ଧରିବା ସହିତ ତା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ  ଗ୍ରହଣ କରିବାକୁ ନିବେଦନ କରିଥିଲେ । ଏହା ସହିତ ଜିଲ୍ଲା ଅଙ୍ଗନବାଡି ସଂଘ ତରଫରୁ ଆଜି ଏହି ମାମଲାରେ ବରଗଡ଼ ଆରକ୍ଷୀ ଅଧିକ୍ଷକ ଙ୍କ ନିକଟରେ ମଧ୍ୟ ଅଭିଯୋଗ କରାଯିବ ବୋଲି ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like