-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ନୂଆ ଚଳଚ୍ଚିତ୍ର ‘ବିଶ୍ବନାଥ’ର ଟ୍ରେଲର୍ ଲୋକାର୍ପଣ

24-Feb-2022



ଭୁବନେଶ୍ୱର, : ବହୁ ପ୍ରତୀକ୍ଷିତ ବ୍ୟୟବହୁଳ ଓଡ଼ିଆ ଚଳଚ୍ଚିତ୍ର ‘ବିଶ୍ଵନାଥ’ର ପ୍ରଥମ ଟ୍ରେଲର୍ ମୁକ୍ତିଲାଭ କରିଛି। ଭୁବନେଶ୍ବସ୍ଥିତ ଏକ ତାରକା ହେଟେଲ୍‌ ପରିସରରେ ଆୟୋଜିତ, ପ୍ରଯୋଜକ ଶଙ୍କର ଗୌଡ଼, ନିର୍ଦ୍ଦେଶକ ବବଲି କିରଣ, ଅଭିନେତା ରାଇମୋହନ, ସମ୍ବିତ, ଅଭିନେତ୍ରୀ ସମ୍ଭାବନା ଏବଂ ଚଳଚ୍ଚିତ୍ରର କ୍ରିଏଟିଭ୍ ହେଡ୍ ପଣୟ ଜେଠୀଙ୍କ ସହ ଉକ୍ତ ଲୋକାର୍ପଣ ଉତ୍ସବରେ ଅନ୍ୟ କଳାକାର, ଟେକନିସିଆନ୍ ଏବଂ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ। ‘ବିଶ୍ବନାଥ’ର ଟ୍ରେଲର ଦେଖିବା ପରେ ଉପସ୍ଥିତ ଅତିଥି ଦର୍ଶକ ବେଶ୍ ଉତ୍ସାହିତ ହେଇଥିଲେ।

ଏଇ ଚଳଚ୍ଚିତ୍ରରେ ରାଇମୋହନ, ପୃଥ୍ବୀରାଜ, ଚୌଧୁରୀ ବିକାଶ ଦାସଙ୍କ ସହ ସ୍ବର୍ଗତ ମିହିର ଦାସ ଏକାଠି ଦେଖିବାକୁ ମିଳିବେ। ପୁଣି ସ୍ବର୍ଗତ ସଲିଲ୍‌ ମିତ୍ରଙ୍କ ସହ ଅଭିନେତ୍ରୀ ପ୍ରତିଭା ପଣ୍ଡା, ମନୀଷା ମିଶ୍ର, ନୂପୁର ଘୋଷ, ପିଣ୍ଟୁ ନନ୍ଦ, ଭବାନୀ, ବିଶ୍ବ, ପବନ ଏବଂ ଚଳଚ୍ଚିତ୍ରରେ ଥିବା ଆଇଟମ୍ ଗୀତଦୃଶ୍ୟରେ ନାୟିକା ଅଛନ୍ତି ଅନନ୍ୟା ମହୁରତ ଓ ସୁଟିଂଫ୍ଲୋରରେ ଥିବାବେଳେ ଚର୍ଚ୍ଚାରେ ଥିବା ଏଇ ଚଳଚ୍ଚିତ୍ରର ଟ୍ରେଲର୍ ଏବେ ରିଲିଜ୍‌ କରିଛି। ଏଥିରେ ନାୟକ ଭାବେ ସମ୍ବିତ ଓ ତାଙ୍କ ବିପକ୍ଷର ନାୟିକା ସାଜିଛନ୍ତି ସମ୍ଭାବନା। ଏ ଦୁହିଁଙ୍କ ସହ ‘ବିଶ୍ବନାଥ’ ଚଳଚ୍ଚିତ୍ର ମାଧ୍ୟମରେ ପ୍ରଥମ ଥର ପାଇଁ ବଡ଼ ପରଦାକୁ ଆସୁଛନ୍ତି ଅଭିନେତ୍ରୀ ସଙ୍ଗୀତା। ଏଚ୍ଏମ୍ଟି ନିବେଦିତ ଏବଂ ଶଙ୍କର ଗୌଡ଼ଙ୍କ ପ୍ରଯୋଜିତ ଏଇ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ତେଲୁଗୁ ସିନେ ଇଣ୍ଡଷ୍ଟ୍ରିର ପରିଚିତ ନିର୍ଦ୍ଦେଶକ ବବ୍‌ଲି କିରଣ। ଏଥିରେ ସଂଳାପ ରଚନା କରିଛନ୍ତି ରଜନୀ ରଂଜନ ନିକଟରେ ଚଳଚ୍ଚିତ୍ର ସହ ଜଡ଼ିତ ପ୍ରଯୋଜକ, ନିର୍ଦ୍ଦେଶକ ଓ ଅଭିନେତା, ଅଭିନେତ୍ରୀ ଏକାଠି ହେଇ ଏକ ରଙ୍ଗାରଙ୍ଗ ପରିବେଶରେ ଏହାର ଟ୍ରେଲର୍ ଲୋକାର୍ପଣ କରିଛନ୍ତି ଓ ରିପୋର୍ଟ ଦେଇଛନ୍ତି ଅମୃତ ନନ୍ଦ। ଚଳଚ୍ଚିତ୍ରଟି ଖୁବଶୀଘ୍ର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ବୋଲି ଏହାର କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ ସୂଚନା ଦେଇଛନ୍ତି |


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like