-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଅଳକା ଜେନାଙ୍କ ଜନ୍ମ ଶତବାର୍ଷିକୀ ପାଳିତ: ଛାତ୍ରୀ ବତ୍ସାଳ ଶିକ୍ଷୟିତ୍ରୀ ଭାବରେ ତାଙ୍କର ବ୍ୟକ୍ତିତ୍ୱ ସମସ୍ତଙ୍କୁ ପ୍ରଭାବିତ କରିଥିଲା 

01-Mar-2022



ବଲାଙ୍ଗୀର,(ପ୍ରେରଣା ଖବର) ଗତକାଲି ସ୍ଥାନୀୟ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ଠାରେ ବଲାଙ୍ଗୀର ଜିଲ୍ଲାର ପ୍ରଥମ ମହିଳା ମେଟ୍ରିକୁଲେଟ ସ୍ୱର୍ଗତ ଅଳକା ଜେନାଙ୍କ ଜନ୍ମ ଶତବାର୍ଷିକୀ ପାଳିତ ହୋଇଯାଇଛି । ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଭାରତୀ ନନ୍ଦ ଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଜୟନ୍ତୀ ସଭାରେ ସ୍କୁଲର ପୂର୍ବତନ ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ପଙ୍କଜିନୀ ବେହେରା, ସୋଭାଗିନୀ ପୂଜାରୀ, ଅବସରପ୍ରାପ୍ତ ଅଧ୍ୟକ୍ଷା ଡ. ଇତିଶ୍ରଦ୍ଧା ତ୍ରିପାଠୀ, ଅଜିତ କୁମାର ଜେନା ଓ ଶ୍ରୀମତୀ କବିତା ଜେନା ପ୍ରମୁଖ ମଂଚାସୀନ ରହି ଶିକ୍ଷା କ୍ଷେତ୍ରରେ ଅବହେଳିତ ବଲାଙ୍ଗୀର ଜିଲ୍ଲାରେ ନାରୀ ଶିକ୍ଷାର ପ୍ରସାର ପାଇଁ ସ୍ୱର୍ଗତ ଅଳକା ଜେନାଙ୍କ ମହନୀୟ ଅବଦାନ ସଂପର୍କରେ ଆଲୋକପାତ କରିଥିଲେ । ଏକଦା କେବଳ ବାଳକ ମାନଙ୍କ  ପାଇଁ ଉଦ୍ଦିଷ୍ଟ ଥିବା ପୃଥ୍ୱୀରାଜ ହାଇସ୍କୁଲରେ ଜଣେ ମାତ୍ର ବାଳିକା ଭାବରେ ଅଳକା ଜେନା ପଢ଼ିବାର ଅନୁମତି ପାଇବା ସହ ମେଟ୍ରିକ ପରୀକ୍ଷାରେ ଉର୍ତ୍ତୀର୍ଣ୍ଣ ହୋଇ ନିଜର ବିଚକ୍ଷଣ ପ୍ରତିଭାର ପରିଚୟ ଦେଇପାରିଥିଲେ ବୋଲି ବକ୍ତା ମାନେ ସ୍ମୃତିଚାରଣ କରିଥିଲେ ।କ୍ଲାସରୁମରେ ବହି ନଦେଖି ପ୍ରାଞ୍ଜଳ ଭାବରେ ପାଠପଢ଼ାଇ ପାରୁୁଥିବା ଅଳକା ଜେନା ଜଣେ ଆଦର୍ଶ ଶିକ୍ଷକ ଭବରେ 

ସବୁଦିନ ମନେ ରହିବେ । ଜଣେ ଆଦର୍ଶ ଶିକ୍ଷୟିତ୍ରୀ ଭାବେ ତାଙ୍କ ବ୍ୟକ୍ତିତ୍ୱ ସମସ୍ତଙ୍କୁ ପ୍ରଭାବିତ କରୁଥିଲା ବୋଲି ବକ୍ତା ମାନେ କହିଥିଲେ । ସ୍ୱର୍ଗତ ଅଳକା ଜେନାଙ୍କ ସାନ ଭାଇ ଅଜିତ କୁମାର ଜେନା ସ୍କୁଲ ଲାଇବ୍ରେରୀକୁ କିଛି ଉପାଦେୟ ବହି ପ୍ରଦାନ କରିବା ସହ ସ୍କୁଲ ଫଣ୍ଡକୁ ୨ଲକ୍ଷ ଟଙ୍କା ୩ଠହଜାର ଟଙ୍କାର ଏକ ଚେକ୍ ହସ୍ତାନ୍ତର କରିଥିଲେ ।  ପ୍ରତି ବର୍ଷ ମେଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଜଣେ ମେଧାବୀ ଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏହି ଜମା ରାଶିର କିଛି ଅଂଶକୁ ପ୍ରୋତ୍ସାହନ ରାଶି ଭାବେ ପ୍ରଦାନ କରାଯିବ  ବୋଲି ନିଷ୍ପତ୍ତି ହୋଇଥିଲା । ସଭା ପ୍ରାରମ୍ଭରେ ଛାତ୍ରୀ ପ୍ରଶଂସା ରଣା ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ । ସଭାକୁ ଶିକ୍ଷୟିତ୍ରୀ ନୂତନ ନାୟକ ଓ ଯାଜ୍ଞସେନୀ ମହାପାତ୍ର ସଂଯୋଜନା କରିଥିଲେ । ଶେଷରେ ଶିକ୍ଷୟିତ୍ରୀ ସୁଷମା ଉଦ୍‌ଗାତା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସଭାରେ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଛାତ୍ରୀ, ପୂରାତନ ଛାତ୍ରୀ ମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like