-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସରକାରଙ୍କ ଏକ ଅଭିନନ୍ଦନୀୟ ପକ୍ଷେପ- ଓଟିଡିସି ତରଫରୁ ବଲାଙ୍ଗିରରୁ ହରିଶଙ୍କର ମଧ୍ୟରେ ୨୫ସିଟ୍ ବିଶିଷ୍ଟ ଶୀତତାପ ନିୟନ୍ତ୍ରିତ ବସ୍ ଚଳାଚଳ ପାଇଁ ନିଷ୍ପତ୍ତି

16-Nov-2020



ବଲାଙ୍ଗିର, (ପ୍ରେରଣା ଖବର) - ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ହରିଶଙ୍କରର ଭିତ୍ତିଭୂମି ବିକାଶ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ କୋଟି ଟଙ୍କା ଯୋଗାଇ ଦେବା ପରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ତରଫରୁ ବଲାଙ୍ଗିରରୁ ହରିଶଙ୍କର ମଧ୍ୟରେ ୨୫ସିଟ୍ ବିଶିଷ୍ଟ ଶୀତତାପ ନିୟନ୍ତ୍ରିତ ବସ୍ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଛି। ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ପର୍ଯ୍ୟଟନସ୍ଥଳୀ ହରିଶଙ୍କରର ବିକାଶ ନିମନ୍ତେ ଆର୍ଥିକ ଅନୁଦାନ ଦେଇଥିବା ଯୋଗୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ ଆଜି ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣାଙ୍କ ଉପସ୍ଥିତିରେ ବଲାଙ୍ଗିରରୁ ହରିଶଙ୍କର ମଧ୍ୟରେ ପର୍ଯ୍ୟଟନ ବସ୍ ସେବାକୁ ପତାକା ହଲାଇ ଶୁଭାରମ୍ଭ କରିଛନ୍ତି। ଏବେ ପ୍ରାରମ୍ଭିକ ଭାବେ ବଲାଙ୍ଗିରସ୍ଥିତ ସରକାରୀ ବସଷ୍ଟାଣ୍ଡରୁ ଏହି ବସ୍  ପ୍ରତି ଶନିବାର ଓ ରବିବାର ଏବଂ ସ୍ୱତନ୍ତ୍ର ଦିନଗୁଡ଼ିକରେ ସକାଳ ୮ଟାରୁ ହରିଶଙ୍କର ଅଭିମୁଖେ ଗସ୍ତ କରିବ। ପର୍ଯ୍ୟଟକମାନଙ୍କର ସୁବିଧା ଓ ଆଗ୍ରହକୁ ଦୃଷ୍ଟିରେ ରଖି ଆଗାମୀ ଦିନରେ ଏହି ବସ ବଲାଙ୍ଗିର ସହରରୁ ଅନ୍ୟାନ୍ୟ ପର୍ଯ୍ୟଟନ ସ୍ଥଳକୁ ମଧ୍ୟ ଚଳାଚଳ କରାଯିବ। ସାଧାରଣ ଲୋକେ ଚାହିଁଲେ ଆବଶ୍ୟକ ଭଡ଼ା ପୈଠ କରି ଏହି ବସ୍ ସେବା ୱେଡିଂ ଡେଷ୍ଟିନେସନ୍ , ପିକନିକ୍ ଓ ଅନ୍ୟ ଜିଲ୍ଲାର ପର୍ଯ୍ୟଟନସ୍ଥଳୀକୁ ବୁଲିବା କାର୍ଯ୍ୟରେ ଉପଯୋଗ କରିପାରିବେ। ଏହି ବସର ପରିଚାଳନା ଦାୟିତ୍ୱ ବଲାଙ୍ଗିର ପର୍ଯ୍ୟଟନ କାର୍ଯ୍ୟାଳୟ ଓ ବଲାଙ୍ଗିରସ୍ଥିତ ଷ୍ଟେଟ୍ ଇନଷ୍ଟିିଚ୍ୟୁଟ୍ ଅଫ ହୋଟେଲ ମ୍ୟାନେଜମେଣ୍ଟ(ଏସଆଇଏଚଏମ) ନ୍ୟସ୍ତ ହୋଇଛି। ଏହି ଲୋକାର୍ପଣ ଉତ୍ସବରେ ବଲାଙ୍ଗିର ଜିଲ୍ଲା ପର୍ଯ୍ୟଟନ ଅଫିସର, ଏସଆଇଏଚଏମ୍ ପ୍ରିନ୍ସିପାଲ ଓ ଓଟିଡିସିର କର୍ମଚାରୀଙ୍କ ସମେତ ସହରର ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।

ସେହିପରି ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ରାଣାଙ୍କ ଉପସ୍ଥିତିରେ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ବଲାଙ୍ଗିରରେ ‘ପର୍ଯ୍ୟଟନ କାର୍ଯ୍ୟାଳୟର ନିଜସ୍ୱ କୋଠା’ ନିର୍ମାଣର ଭିତ୍ତିପ୍ରସ୍ତର କରିଛନ୍ତି। ପର୍ଯ୍ୟଟନ ବିଭାଗର ଏହି କାର୍ଯ୍ୟାଳୟ କୋଠା ନିର୍ମାଣ ସହ ପର୍ଯ୍ୟଟକଙ୍କ ସୁବିଧା ନିମନ୍ତେ ଏହି କାର୍ଯ୍ୟାଳୟ ପରିସରରେ ଅନ୍ୟାନ୍ୟ ବ୍ୟବସ୍ଥା କରିବା ନିମନ୍ତେ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ପରାମର୍ଶ ଦେଇଛନ୍ତି।

ପଶ୍ଚିମଓଡ଼ିଶାରେ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ଉପରେ ରାଜ୍ୟ ସରକାର ସ୍ୱତନ୍ତ୍ର ଦୃଷ୍ଟି ଦେଉଥିବାବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପ୍ରଥମଥର ପାଇଁ ହୀରାକୁଦରେ ଇକୋ-ରିଟ୍ରିଟ୍ କାର୍ଯ୍ୟକ୍ରମ ଡିସେମ୍ବର ୮ରୁ ଆୟୋଜନ ହେବ। ହୀରାକୁଦର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାରେ ପର୍ଯ୍ୟଟକମାନଙ୍କ ନିମନ୍ତେ ଏହା ଏକ ସୁଯୋଗ ସୃଷ୍ଟି କରିବ ବୋଲି ଶ୍ରୀମତୀ ମିଶ୍ର ଆଶାବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like