-+91-9937148622 |

prerana_bgr@rediffmail.com |

  Tuesday 8th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ    (07-Sep-2026)       ||      ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (07-Sep-2026)       ||      ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   (07-Sep-2026)       ||      ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   (07-Sep-2026)       ||      ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     (07-Sep-2026)       ||      ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   (07-Sep-2026)       ||      ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   (07-Sep-2026)       ||      ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   (07-Sep-2026)       ||      ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   (07-Sep-2026)       ||      ପୀଠ ପରିଷଦ ର ପ୍ରଥମ ବୈଠକ    (07-Sep-2026)       ||      *ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   (07-Sep-2026)       ||      ୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   (07-Sep-2026)       ||      କ୍ରୀଡ଼ା ସଂଗଠନରେ ନୂଆ ପିଢ଼ିକୁ ସୁଯୋଗ:ରାୟଗଡ଼ା ଦେଖାଇଲା ବାଟ,ବଲାଙ୍ଗୀରରେ କେବେ ଖୋଲିବ ଦ୍ୱାର?   (07-Sep-2026)       ||      ଜୀବନରେ ମାତାପିତାଙ୍କ ପରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ    (07-Sep-2026)       ||      ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଲା ଟ୍ରଷ୍ଟର ମେଧା ଅନ୍ବେଷଣ ଓ ପ୍ରତିଭା ସମ୍ବର୍ଦ୍ଧନା ସଭା    (07-Sep-2026)       ||      ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଦକ୍ଷତା ବୃଦ୍ଧି ଓ ତାଲିମ ଶିବିର ଅନୁଷ୍ଠିତ   (06-Sep-2026)       ||      ବାର୍ଷିକ ଉତ୍ସବ ଓ ଗୁରୁଦିବସ ପାଳନ   (06-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜମି:ନେତାଙ୍କ ମତ ପରେ ନାଗରିକ କମିଟି ନିରବ କାହିଁକି? ଜମିର ମାଲିକାନା,ବ୍ୟବହାର ଓ ଐତିହାସିକ ତଥ୍ୟ ନେଇ ଉଠୁଛି ପ୍ରଶ୍ନ   (06-Sep-2026)       ||      ସାମ୍ବାଦିକଙ୍କ ମାତୃ ବିୟୋଗ   (06-Sep-2026)       ||      ବିଏମ୍ ସିର ଜାତୀୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୬ ♦️ପ୍ରତ୍ୟେକ ବ୍ୟକ୍ତି ନିଜ ପାଇଁ ଗୋଟିଏ ଲେଖାଏଁ ବୃକ୍ଷ ରୋପଣ କରନ୍ତୁ-ମେୟର   (06-Sep-2026)       ||     

HOME   ଜିଲ୍ଲା

ଲୋକାର୍ପିତ ହେଲା ଗଳ୍ପ ପୁସ୍ତକ "ଯୌବନ"

06-Mar-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା: )ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପକ୍ଷୀଘର ଆନୁକୁଲ୍ୟରେ ଆଜି ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଦ୍ୱାରା ସମ୍ପାଦିତ ଗଳ୍ପ ପୁସ୍ତକ ‘ଯୌବନ’ ଲୋକାର୍ପିତ ହୋଇଯାଇଛି । ଜୁମ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ପ୍ରମୂଖ କବି ଓ ସାହିତ୍ୟିକମାନେ ଯୋଡ଼ି ହୋଇଥିବା ବେଳେ ନୟାଗଡ଼ ଦଳୀୟ କାର୍ଯ୍ୟାଳୟଠାରୁ ଶତାଧିକ ସାହିତ୍ୟିକ ଏବଂ ପ୍ରଶଂସକଙ୍କ ଗହଣରେ ପୁସ୍ତକ ଉନ୍ମୋଚନ ତଥା ଲୋକର୍ପଣ କାର୍ଯ୍ୟ ସମାପନ ହୋଇଛି । ଓଡ଼ିଆ ଗଳ୍ପ ସାହିତ୍ୟର ଧୂରୀଣ ସ୍ରଷ୍ଟା ଡ. ବିଭୂତି ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ପୁସ୍ତକକୁ ଲୋକର୍ପିତ କରିବା ସହ କର୍ମ ଓ ଧର୍ମରେ ରାଜନେତା ଅରୁଣଙ୍କ ସାହିତ୍ୟ ପ୍ରତି ଥିବା ରୁଚି ଏବଂ ଭଲପାଇବାକୁ ଭୂରି ଭୂରି ପ୍ରଶଂସା କରିଥିଲେ । ଅନ୍ୟତମ ଅତିଥି ଭାବେ ସମ୍ବାଦ ‘କଥା’ର ସମ୍ପାଦକ ଡ. ଗୈାରହରୀ ଦାସ ଯୋଗ ଦେଇ ଲବ୍ଧ ପ୍ରତିଷ୍ଠିତ ସାହିତ୍ୟିକଙ୍କ ଯୁବ ସମୟ ଉପରେ ଆଲୋକପାତ କରିବା ସହ ଯୁବ ବୟସରେ ବହୁ କାର୍ଯ୍ୟ କରାଯାଇପାରେ ବୋଲି ଉଦାହରଣ ଛଳରେ କହିଥିଲେ । ସୁବିଧା, ସୁଯୋଗ, ପ୍ରାଚ୍ୟୁର୍ଯ୍ୟ ସାରସ୍ୱତ ଜୀବନ ଉପରେ ପ୍ରଭାବ ପକାଇ ପାରେ ନାହିଁ ବୋଲି କହିଥିଲେ । ‘ଯୌବନ’ର ସଂକଳକ ତଥା ସମ୍ପାଦକ ଡ. ସାହୁ ଅନେକ କିଛି ହାସଲ କରିବାର ସମସ୍ତ ସମ୍ଭାବନା ଯୌବନରେ ରହିଛି ବୋଲି କହିଥିଲେ । ସକରାତ୍ମକ ଦିଗରେ କାମ କଲେ ନକରାତ୍ମକ ଦିଗ ମଧ୍ୟ ସାଥିରେ ଚାଲିଥାଏ ବୋଲି କହିଥିଲେ । ଜୀବନ ସହ ମୃତ୍ୟୁ ତାଳ ଦେଇ ଚାଲିଛି, ଯୌବନରେ ସୃଜନଶୀଳତା ଭରପୂର ହୋଇରହିଛି । ଜଣେ ଚିନ୍ତାନାୟକଙ୍କ ସୃଜନଶୀଳତା ସମାଜର ଗତିପଥ ବଦଳାଇ

ଦେଇପାରେ ବୋଲି ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଥିଲେ । ଏଥିସହିତ ଲେଖକ, ପାଠକ, ପ୍ରକାଶକ ସାମ୍ମୁଖ୍ୟ ଦ୍ୱାରା ଆଗାମୀ ଦିନରେ ବହୁ କାର୍ଯ୍ୟ କରିବାର ଯୋଜନା ରହିଥିବା ମନ୍ତ୍ରୀ କାର୍ଯ୍ୟକ୍ରମ ଅବସରରେ ସୂଚନା ଦେଇଛନ୍ତି । କାର୍ଯ୍ୟକ୍ରମରେ ଯୋଗ ଦେଇ ବରିଷ୍ଠ କଥାକାର ଡ. ଅରବିନ୍ଦ ରାୟ ଏବଂ ହିରଣ୍ମୟୀ ମିଶ୍ର ପୁସ୍ତକ ସମୀକ୍ଷା କରିବା ସହ ପୁସ୍ତକରେ ସ୍ଥାନ ପାଇଥିବା ୨୨ ଜଣ ତରୁଣ କଥାକାରଙ୍କ ଗଳ୍ପ ବିଷୟରେ ଆଲୋଚନା କରିଥିଲେ । ସମାଜର ବିଭିନ୍ନ କାର୍ଯ୍ୟରେ ରହିଥିବା ଏହି କଥାକାର ମାନଙ୍କ ଭିନ୍ନ ଭିନ୍ନ ଚିନ୍ତାଧାରାକୁ ନେଇ ରଚିତ ଗଳ୍ପକୁ ମନ୍ତ୍ରୀ ଏକାଠି କରି ଓଡ଼ିଆ ସାହିତ୍ୟ ପ୍ରତି ଏକ ବଳିଷ୍ଠ କାର୍ଯ୍ୟ ସମାପନ କରିଛନ୍ତି ବୋଲି ସମୀକ୍ଷା ଅବସରରେ କୁହାଯାଇଛି । ପକ୍ଷୀଘର ପ୍ରକାଶନର ମୁଖ୍ୟ ତଥା ସମ୍ପାଦକ ବନୋଜ ତ୍ରିପାଠୀ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଷଷ୍ଠ ଦିବସ   07-Sep-2026
  ଜିଲ୍ଲା  
ଆର ଏମ ସିରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   07-Sep-2026
  ଜିଲ୍ଲା  
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ   07-Sep-2026
  ଜିଲ୍ଲା  
ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ   07-Sep-2026
  ଜିଲ୍ଲା  
ଜିଲ୍ଲା ସିନିୟର ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ  ସୁପର ନକଆଉଟରେ ସ୍ପୋର୍ଟ୍ସ ହଷ୍ଟେଲ, ରିଜର୍ଭ ପୋଲିସ, ବିକେସି ୟୁନାଇଟେଡ୍‌, ଜରାସିଂହା, ବାଦିବାହାଲ ଓ ଗୁଲମି ଏସ୍‌ସି     07-Sep-2026
  ଜିଲ୍ଲା  
ମଣିଭଦ୍ର ନୋଡାଲ ଉପ୍ରା ବିଦ୍ୟାଳୟ ର ଦୀର୍ଘ ପାଞ୍ଚ ଦିନ ହବ ମଧ୍ୟ୍ୟନଭୋଜନ ମିଲିନି   07-Sep-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   07-Sep-2026
  ଜିଲ୍ଲା  
ବରପାଲି ରେଲୱେ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ରେଲୱେ ପୋଲିସର ତଦନ୍ତ ଜାରି   07-Sep-2026
  ଜିଲ୍ଲା  
ଆଦିବାସୀଙ୍କ ଜମି–ଜଙ୍ଗଲ–ଜୀବିକା ସୁରକ୍ଷା ପାଇଁ ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର ପ୍ରଦାନ   07-Sep-2026
  ଜିଲ୍ଲା  
ପୀଠ ପରିଷଦ ର ପ୍ରଥମ ବୈଠକ   07-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ମନରେଗାର ସାମାଜିକ ସମିକ୍ଷା ଓ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ*   07-Sep-2026
  ରାଜ୍ୟ  
୧୨ ବର୍ଷ ପରେ ସଭାପତି ପଦରେ ବ୍ରେକ୍,ସଚିବ,କୋଷାଧ୍ୟକ୍ଷଙ୍କ ପାଇଁ ୮ ବର୍ଷ ସୀମା,ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା   07-Sep-2026

You Might Also Like