-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଚରଦାରେ ନିର୍ବାଚନୀ ହିଂସା,ଫେରାର ୯ଜଣଙ୍କୁ ଗିରଫ କରାନଗଲେ ଆନ୍ଦୋଳନ ଚେତାବନୀ

17-Mar-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଚରଦା ଗ୍ରାମରେ ରାଜନୈତିକ ହିଂସାକାଣ୍ଡ ଯୋଗୁଁ ୩ଜଣଙ୍କୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଏଥିରେ ସଂଶ୍ଳିଷ୍ଟ ଅନ୍ୟ ୯ଜଣଙ୍କୁ ତୁରନ୍ତ ଗିରଫ କରାନଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଆଜି ରାଜ୍ୟ ଭୀମ ସେନା ସଭାପତି ସମ୍ରାଟ ସୁରଜଙ୍କ ନେତୃତ୍ୱରେ ବିନିକା ଥାନାକୁ ଆସିଥିବା ଏକ ପ୍ରତିନିଧି ଦଳ ସୂଚନା ଦେଇଛନ୍ତି | ପ୍ରକାଶ ଥାଉଜି ଗତ ୧୨ତାରିଖରେ ବିନିକା ବ୍ଲକ ଅଧ୍ୟକ୍ଷା ନିର୍ବାଚନ ପରେ ନିର୍ବାଚିତ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦଙ୍କ ସମର୍ଥକ ମାନେ ଚରଦା ଗ୍ରାମରେ ବାଣ ଫଟକା ଫୁଟାଇ ରାତିରେ ଉତ୍ସବ ମନାଇଥିଲେ | ପରେ ଗ୍ରାମର ହରିଜନପଡା ଓ ନୂଆଁପଡାକୁ ଯାଇ ସେଠାକାର ମହିଳା ଏବଂ ଲୋକ ମାନଙ୍କୁ ତମେ ଆମକୁ ଭୋଟ ନଦେଇ ସମର୍ଥନ କଲନାହିଁ ବୋଲି କଦର୍ଯ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଜାତିଆଣ ଆକ୍ଷେପ କରି ଧମକ ଚମକ ଦେଇଥିବା ବିନିକା ଥାନାରେ ଅଭିଯୋଗ ହୋଇଥିଲା | ସେହିପରି ହରିଜନ ପଡାରେ ଲାଗିଥିବା ସୋଲାର ପମ୍ପର ପାଇପ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି | ଏନେଇ ଶୋଭାଗିନୀ କୁମ୍ଭାରଙ୍କ ସମେତ ପ୍ରାୟ ୫୦ଜଣ ମହିଳା ଗ୍ରାମର ଦୀପକ ବାରିକ,ଗୁଲେଖ ଥନାପତି,ପେଟୁ ଥନାପତି,ପ୍ରତାପ ସାଲମା, ଗନସ ବାଘ,ପଞ୍ଚାନନ  ଥନାପତି,ସଦାନନ୍ଦ ନେଗି,ରଞ୍ଜନ ଷାଣ୍ଡ,ସୁରେନ୍ଦ୍ର ସେଠୀ,ଖିର ଥନାପତି, ଟିଙ୍କଲ ଥନାପତି,ପଞ୍ଚା ଥନାପତି ଆଦି ୧୨ ଜଣଙ୍କ ନାମରେ ଲିଖିତ ଅଭିଯୋଗ କରିଥିଲେ |  ପୁଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲା | ଏନେଇ ବିନିକା ଥାନାରେ ଏକ ମାମଲା ରୁଜୁ ହେବା ସହିତ ଏହି ଘଟଣାରେ ସଂପୃକ୍ତ ୧୨ଜଣଙ୍କ ମଧ୍ୟରୁ ଦୀପକ ବାରିକ,ଗୁଲେଖ ଥନାପତି, ପେଟୁ ଥନାପତିକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା | ସେଠାରେ ବେଲ ନାମଞ୍ଜୁର ହେବାରୁ ସେମାନେ ବର୍ତ୍ତମାନ ସୋନପୁର ଜେଲ ହାଜତରେ ଅଛନ୍ତି । ଏହି କେଶର ଦାୟିତ୍ୱ ଏସଡ଼ିପିଓ ପୁଷ୍ପାଞ୍ଜଳି ନିଙ୍ଗୀ ନେଇଛନ୍ତି | ତେବେ ଏହି ଘଟଣାରେ ସଂପୃକ୍ତ ଥିବା ଅନ୍ୟ ୯ଜଣ ବ୍ୟକ୍ତିଙ୍କୁ ତୁରନ୍ତ ଗିରଫ କରି ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭୀମସେନା ରାଜ୍ୟ ସଭାପତି ସମ୍ରାଟ ସୁରଜ,ରାଜ୍ୟ ସାଧାରଣ ସମ୍ପାଦକ ରାଧେଶ୍ୟାମ ବାଦି,ସୁବର୍ଣ୍ଣପୁର ଜିଲ୍ଲା ସଭାପତି ବଳଦେବ ଆଜାଦ ରାବଣ,ଉପ ସଭାପତି ପ୍ରଶାନ୍ତ ନାଗ,ଡୁଙ୍ଗୁରିପାଲି ବ୍ଲକ ସଭାପତି କାର୍ତ୍ତିକ ମହାନନ୍ଦ ପ୍ରମୁଖଙ୍କ ନେତୃତ୍ୱରେ ଚରଦା ଗ୍ରାମର ଉଭୟ ପଡ଼ାବାସି ବିନିକା ଥାନାକୁ ଆସି ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like