-+91-9937148622 |
prerana_bgr@rediffmail.com |
Thursday 3rd September 2026 |
R.N.I. Regd No. ODIODI/2010/46693
Breaking News
23-Mar-2022
କୋରାପୁଟ, : ସ୍ୱାମୀ ବିବେକାନନ୍ଦ ଲୋକସଂସଦ କୋରାପୁଟ ଜିଲ୍ଲା ବିଚାରଧାର ଶାଖା ଦ୍ୱାରା ପଞ୍ଚଦଶ ଇ-ପାଠଚକ୍ର ଅନୁଷ୍ଠିତ ହେଇଯାଇଅଛି। ରବିବାର ସଂଧ୍ୟା ୭.୦୦-୮.୦୦ ମଧ୍ୟରେ ଗୁଗଲ୍ ମିଟ୍ ଆପ୍ ମାଧ୍ୟମରେ ଏହି ସଭାଟି ଅନୁଷ୍ଠିତ ହେଇଥିଲା । ଏଥିରେ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ ବିଶିଷ୍ଟ ଲେଖକ ତଥା ଗବେଷକ ଡ. ରାଜେନ୍ଦ୍ର ପାଢି । ସେ ନିଜ ଅଭିଭାଷଣ ରେ କୋରାପୁଟର ଆଦିବାସି ସଂସ୍କୃତିରେ ଲୋକ ଗୀତ ତଥା ଲୋକକଥା ମାନ ସହ ବିଭିନ୍ନ ସମ୍ଭାବନା ସମୂହ ଆଲୋଚନା କରିଥିଲେ ।ସଭାଧ୍ୟକ୍ଷା ଋପେ ଯୋଗଦେଇଥିଲେ ସେମିଳିଗୁଡା ମହାବିଦ୍ୟାଳର ରାଜନୀତି ବିଭାଗର ମୁଖ୍ୟା ତଥା ସ୍ୱାମୀ ବିବେକାନନ୍ଦ ଲୋକସଂସଦ କୋରାପୁଟର ସମ୍ପାଦିକା ଡ. ଝାନସୀ ସିଂହ ।ଓଡିଶା ତଥା ରାଜ୍ୟବାହାରୁ ଜ୍ଞାନପିପାସୁ ଗଣ ଏହି ଅନ୍ ଲାଇନ୍ ପାଠଚକ୍ରରେ ଯୋଗଦେଇ ଜ୍ଞାନଯଜ୍ଞଟିକୁ ସଫଳ କରେଇଥିଲେ।ପ୍ରାରମ୍ଭରେ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ ସୁଶ୍ରୀ ଦିବ୍ୟାଶ୍ରୀ କର ଏବଂ ବିବେକବାଣୀ ପାଠ କରିଥିଲେ ସୁଶ୍ରୀ ରୋଜାଲିନ୍ ମହାପାତ୍ର ।
ସଭାକୁ ଯୁବ ସଂସଦ ସଦସ୍ୟ ମନୋରଞ୍ଜନ ପଣ୍ତା ସଂଯୋଜନା କରିଥିବା ସ୍ଥଳେ ଧନ୍ୟବାଦ ଅର୍ପଣ କରିଥିଲେ ସଦସ୍ୟ ସୁଶ୍ରୀ ସୁନିତା ବେହେରା ।ପ୍ରତିମାସ ୨୦ ତାରିଖରେ କୋରାପୁଟର ବିକାଶ କୁ ନେଇ ଏଭଳି ଆଲୋଚନା ଚକ୍ର ଜାରି ରହିବ ବୋଲି ଅନୁଷ୍ଠାନ ତରଫରୁ ସୂଚନା ମିଳିଛି ।