-+91-9937148622 |
prerana_bgr@rediffmail.com |
Wednesday 2nd September 2026 |
R.N.I. Regd No. ODIODI/2010/46693
Breaking News
24-Mar-2022
ଭୁବନେଶ୍ବର ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଚଳିତ ଆର୍ଥିକ ବର୍ଷ ପାଇଁ ବଢ଼ିବନି ବିଜୁଳି ଦର । ଚଳିତ ବର୍ଷ ବିଦ୍ୟୁତ୍ ଦର ନବଢ଼ିବା ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ଓଇଆରସି ସଚିବ । ଓଇଆରସି ସଚିବ ପ୍ରିୟବ୍ରତ ପଟ୍ଟନାୟକ କହିଛନ୍ତି ଚଳିତ ବର୍ଷ ପାଇଁ ବିଦ୍ୟୁତ୍ ଶୁଳ୍କ ଅପରବର୍ତ୍ତିିତ ରଖାଯାଇଛି । ସେହିପରି ଉପଭୋକ୍ତାମାନେ ନିଜ ମାସିକ ବିଜୁଳି ବିଲ୍ ଡିଜିଟାଲ ମୋଡରେ ପେମେଣ୍ଟ କଲେ ୩% ରିହାତି ମିଳିବ ବୋଲି ଆଜି ଓଇଆରସି ସଚିବ ଘୋଷଣା କରିଛନ୍ତି। ପୂର୍ବରୁ ଡିଜିଟାଲ ମୋଡରେ ପେମେଣ୍ଟ କଲେ ୨ ପ୍ରତିଶତ ରିହତି ମିଳୁଥିଲା । କ୍ଷୁଦ୍ର ଶିଳ୍ପ ପାଇଁ ୧୦ ପଇସା ରିହାତି ଘୋଷଣା ମଧ୍ୟ କରାଯାଇଛି।
ସାମ୍ବାଦିକ ସମ୍ମିଳନୀରେ ଓଇଆରସିର ସଚିବ ପ୍ରିୟବ୍ରତ ପଟ୍ଟନାୟକ କହିଛନ୍ତି ଯେ ୫୦ ୟୁନିଟ ପର୍ଯ୍ୟନ୍ତ ବ୍ୟବହାର ପାଇଁ ୟୁନିଟ ପିଛା ୩ ଟଙ୍କା ଲେଖାଏଁ ଆଦାୟ କରାଯିବ । ୫୦ରୁ ୨୦୦ ୟୁନିଟ ପାଇଁ ୟୁନିଟ ପିଛା ୪ ଟଙ୍କା ୮୦ ପଇସା, ୨୦୦ରୁ ୪୦୦ ୟୁନିଟ ପାଇଁ ୟୁନିଟ ପିଛା ୫ ଟଙ୍କା ୮୦ ପଇସା ଓ ୪୦୦ ୟୁନିଟରୁ ଅଧିକ ହେଲେ ୟୁନିଟ ପିଛା ୬ ଟଙ୍କା ୨୦ ପଇସା ଶୁଳକ ଆଦାୟ କରାଯିବ । ଗ୍ରାମାଞ୍ଚଳ ଉପଭୋକ୍ତାଙ୍କୁ ୟୁନିଟ ପିଛା ୧୦ ପଇସା ରିହାତି ମିଳିବ। କୃଷି କ୍ଷେତ୍ର ପାଇଁ ଉଠାଜଳସେଚନ ପଏଣ୍ଟ ନିମନ୍ତେ ୨ ଟଙ୍କା ରିହାତି। ବିଦ୍ୟୁ ଚାଳିତ ଯାନ ନିମନ୍ତେ ୫ ଟଙ୍କା ୫୦ ପଇସା ଟାରିଫ୍ ଧାର୍ଯ୍ୟ କରାଯାଇଛି ବୋଲି ଓଇଆରସି ସଚିବ ପ୍ରିୟବ୍ରତ ପଟ୍ଟନାୟକ କହିଛନ୍ତି।ବଲାଙ୍ଗୀର ଜିଲ୍ଲାରୁ ପଶ୍ଚିମ ଓଡିଶା ବ୍ୟୁରୋ ଚିଫ ଅନ୍ତର୍ୟାମି ସାହୁ ଙ୍କ ରିପୋର୍ଟ।