-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||     

HOME   ରାଜ୍ୟ

*ହାଇକୋର୍ଟରେ ଭୁବନେଶ୍ବର ନାବାଳିକା ଗଣଦୁଷ୍କର୍ମ ମାମଲା: ହାଜର ହେଲେ ପୁଲିସ ଡିଜି, ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୬ରେ!!*

18-Nov-2020



 ଭୁବନେଶ୍ବର (ପ୍ରେରଣା ଖବର) - ଭୁବନେଶ୍ବର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ପୋଲିସ ଡିଜି ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହୋଇଛନ୍ତି। ଡିଜିପିଙ୍କ ପକ୍ଷରୁ ସତ୍ୟପାଠ ସହିତ ତଦନ୍ତର ଷ୍ଟାଟସ୍ ରିପୋର୍ଟ ବନ୍ଦ ଲଫାପାରେ ହାଇକୋର୍ଟରେ ଦାଖଲ କରାଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଡିସେମ୍ବର ୧୬ ତାରିଖକୁ ଧାର୍ଯ୍ୟ କରାଯାଇଛି।  ଏଠାରେ ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବର ୧୪ରେ ହାଇକୋର୍ଟ ମାମଲାର ଶୁଣାଣି କରି ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ପ୍ରଦାନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଡକ୍ଟର ଜଷ୍ଟିସ ବି.ଆର୍.ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସମ୍ପର୍କୀୟ ଜନସ୍ବାର୍ଥ ମାମଲାର ଶୁଣାଣି କରୁଛନ୍ତି!!*ଏଠାରେ ଉଲ୍ଲେଖଯୋଗ୍ୟ ଯେ ଏହି ମାମଲାରେ ପୂର୍ବରୁ କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଥିଲା ଯେ ଅକ୍ଟୋବର ୬ରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଦାୟିତ୍ବ ନେଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କ୍ରାଇମବ୍ରାଞ୍ଚ ଏସପିଙ୍କୁ ତଦନ୍ତକାରୀ ଅଧିକାରୀ ନିଯୁକ୍ତି ଦିଆଯାଇଥିବା ବେଳେ ଜଣେ ଅତିରିକ୍ତ ଏସପି, ତିନି ଜଣ ମହିଳା ଇନ୍ସପେକ୍ଟର ଓ ସାଇବର ସେଲର ଜଣେ ଇନ୍ସପେକ୍ଟର ତଦନ୍ତରେ ସହଯୋଗ କରୁଛନ୍ତି। ଏହି ଘଟଣା ୨୦୨୦, ଏପ୍ରିଲ ମାସରେ ହୋଇଥିବା ବେଳେ ଚାରି ମାସର ବ୍ୟବଧାନରେ ଅଗଷ୍ଟ ୩୦ରେ ଏ ନେଇ ଏତଲା ରୁଜୁ ହୋଇଥିଲା। ଫଳରେ ବାୟୋଲୋଜିକାଲ୍ ଏଭିଡେନ୍ସ ପାଇବାରେ ତଦନ୍ତକାରୀ ସଂସ୍ଥା ପାଇଁ ସମସ୍ୟା ସୃଷ୍ଟି ହୋଇଛି!!*ଅଭିଯୁକ୍ତଙ୍କୁ ଜେରା କରାଯାଇ ରେକର୍ଡ କରାଯାଇଥିବା ବୟାନର ସତ୍ୟସତ୍ୟ ପରୀକ୍ଷା କରିବା ପାଇଁ ଭୁବନେଶ୍ବର ଏସଏଫଏସଏଲରେ ସେମାନଙ୍କ ପଲିଗ୍ରାଫ ଟେଷ୍ଟ କରାଯାଇଛି। ଏ ସଂପର୍କିତ ଟେଷ୍ଟ ‌ରିପୋର୍ଟକୁ ଅପେକ୍ଷା କରାଯାଇଛି ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଥିଲା। ଆଇନଜୀବୀ ଗୌତମ ସିଦ୍ଦିକି ଓ ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀଙ୍କ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାରେ ଦର୍ଶାଯାଇଛି ଯେ ଘଟଣାର ସିବିଆଇ କିମ୍ବା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ତଦନ୍ତ କରାଯାଉ। ଆବେଦନରେ ଉଲ୍ଲେଖ କରାଯାଇଛି ଯେ ଏହି ଘଟଣାରେ ପୁଲିସ ବିଭାଗ କର୍ମଚାରୀଙ୍କ ସହିତ ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀ ସଂପୃକ୍ତ ବୋଲି ଅଭିଯୋଗ ହୋଇଛି। ଅଭିଯୁକ୍ତମାନେ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବା!!*ଅଭିଯୁକ୍ତମାନେ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବା ବେଳେ କମିସନରେଟ୍ ପୁଲିସ ତଦନ୍ତ ସନ୍ତୋଷଜନକ ନୁହେଁ। ଏହା ଏକ ସମ୍ବେଦନଶୀଳ ପ୍ରସଂଗ। ରାଜନୈତିକ ରଙ୍ଗ ମଧ୍ୟ ଏହାକୁ ଦିଆଯାଉଥିବା ଅଭିଯୋଗ ହେଉଛି। ତଦନ୍ତକୁ ପ୍ରଭାବିତ କରିବାକୁ ଓ ବାଟବଣା କରିବାକୁ ଉଦ୍ୟମ ହେଉଛି। ଏଭଳି ସ୍ଥିତିରେ ଘଟଣାର ତଦନ୍ତ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳକୁ ପ୍ରଦାନ କରାଯାଉ। ନଚେତ ସବିଆଇ ଭଳି ସ୍ବାଧୀନ ଏଜେନ୍ସକୁ ତଦନ୍ତ ଦାୟିତ୍ବ ପ୍ରଦାନ କରାଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ହାଇକୋର୍ଟ ତଦନ୍ତର ଅଗ୍ରଗତି ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହିତ ପୋଲିସ ଡିଜିଙ୍କୁ ବ୍ୟକ୍ତିଗତ ଭାବେ ହଜାର ହେବାକୁ ଗତ ୯ ତାରିଖରେ ନିର୍ଦ୍ଦେଶ ଦେଇଥିଲେ!!


News Comment




Photo in News

Advertisment
Lastest News
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026

You Might Also Like