-+91-9937148622 |

prerana_bgr@rediffmail.com |

  Friday 21st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||      ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   (20-Aug-2026)       ||      ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   (20-Aug-2026)       ||      ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ    (20-Aug-2026)       ||      ଜିଲ୍ଲାସ୍ତରୀୟ ରେଡକ୍ରସ କାଉନସେଲର ତାଲିମ ଶିବିର ଉଦ୍‌ଯାପିତ   (30-Jul-2026)       ||      ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ପବିତ୍ର ଶ୍ରାବଣରେ ଦୁଇ ବେସାହାରା ଭିକ୍ଷୁକଙ୍କ ଶେଷ ସାହାରା ସାଜିଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ   (20-Aug-2026)       ||      *ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||     

HOME   ଜିଲ୍ଲା

ବିଚ୍ କନେକ୍ଟ କାର୍ଯ୍ୟକ୍ରମ ଶୁଭାରମ୍ଭ ,ବେଳାଭୂମି ସଫେଇ ସହ ସମସ୍ତ ବର୍ଗ ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ସାମିଲ

17-Apr-2022



ପୁରୀ (ସମୀର ରଞ୍ଜନ ନାୟକ )ବିଚ କନେକ୍ଟ (ସଂଯୋଗ:ସ୍ବର୍ଣ୍ଣାଭ ବେଳାଭୂମି) କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ପୌର ସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ, ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ଶ୍ରୀ କୈଳାଶ ଚନ୍ଦ୍ର ନାୟକ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ତହସିଲଦାର ଶ୍ରୀ ରବିନ୍ଦ୍ର ପ୍ରଧାନ ପ୍ରମୁଖ ବେଲୁନ ଉଡାଇ ଏହାର ଶୁଭାରମ୍ଭ କରିଥିଲେ ।  ସକାଳ ୬ ଘଟିକା ସମୟରେ ବେଳାଭୂମି ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିସହ ଯୋଗ, ଉଭୟ ମହିଳା ଓ ପୁରୁଷ ବିଭାଗରେ ବିଚ ଭଲିବଲ ମ୍ୟାଚ, ସ୍ବାସ୍ଥ୍ୟ ପରୀକ୍ଷା, କୁଇଜ ପ୍ରତିଯୋଗିତା, ୱାଟର ସ୍ପୋର୍ଟସ, ପିଲାମାନଙ୍କ ପାଇଁ ବାସ୍କେଟବଲ, ଆର୍ଚେରୀ ଭଳି ଫନ ଗେମ୍, ମହିଳା ଓ ପୁରୁଷ ବିଭାଗରେ ଟଗ୍ ଅଫ୍ ୱାର (ଦୌଡି ଭିଡା) ଅନୁଷ୍ଠିତ ହୋଇଥିଲା । ପୁରୀର ଫେଟ ଫାଇଟର୍ସ ପକ୍ଷରୁ ଚିତ୍ତାକର୍ଷକ ମଲଖମ୍ଭ ପ୍ରଦର୍ଶିତ ହୋଇଥିଲା । ଅଭିନ୍ନ ସୁନ୍ଦର ଗୋଟିପୁଅ ନୃତ୍ୟ ସଂସ୍ଥା ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଲାଇଫ ଗାର୍ଡ ମାନଙ୍କ ଦ୍ବାରା ସମୁଦ୍ରରୁ ଉଦ୍ଧାର କାର୍ଯ୍ୟର କଳା କୌଶଳ ପ୍ରଦର୍ଶନ କରାଯାଇଥିଲା । ଉପସ୍ଥିତ ଅଧିକାଂଶ  ସେଲଫି ପଏଣ୍ଟର ମଜ୍ଜା ନେବା ସହ ମତାମତ ଅଭିଯାନରେ ମଧ୍ୟ ସାମିଲ ହୋଇଥିଲେ ।
 ସମୁଦ୍ରକୂଳ ବ୍ୟବସାୟୀ ମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ପାଇଁ  ପୌରସଂସ୍ଥା ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ବେଳାଭୂମି ସଫେଇ ସହ ଏହାର ସୁରକ୍ଷା ନିମନ୍ତେ ସମସ୍ତଙ୍କ ସହଯୋଗ ଲୋଡି ପୌରସଂସ୍ଥା ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମ କରାଯାଇଛି ।  ସରକାରୀ ଅଧିକାରୀ, କର୍ମଚାରୀ, ପର୍ଯ୍ୟଟକ, ହୋଟେଲ ବ୍ୟବସାୟୀ, ବୁଦ୍ଧିଜିବୀ, ପୁରୀବାସୀ, ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା, ସ୍ବେଚ୍ଛାସେବୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ପ୍ରମୁଖ ସାମିଲ ହୋଇ । ପ୍ରତି ରବିବାର ବ୍ୟବଧାନରେ ସକାଳ ସାଢେ ୫ ଘଟିକାରୁ ସାଢେ ୮ ଘଟିକା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଯାରି ରହିବ । ଏହି ଅବସରରେ ଆହ୍ବାନ କରାଯାଇଥିବା ଫଟୋ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ପ୍ରଥମ ହୋଇଥିବା ଶ୍ରୀ ସନ୍ତୋଷ କୁମାର ସ୍ବାଇଁଙ୍କୁ ୫ ହଜାର ଟଙ୍କା, ଦ୍ବିତୀୟ ହୋଇଥିବା ଶାଶ୍ବତ ରଞ୍ଜନ ସାହୁଙ୍କୁ ୩ ହଜାର ଏବଂ ଶ୍ରୀ ସୋମନାଥ ବାରିକଙ୍କୁ ତୃତୀୟ ପୁରସ୍କାର ଭାବେ ୨ ହଜାର ଟଙ୍କା ପ୍ରଦାନ କରାଯାଇଛି । 
ଏହି ଅବସରରେ ଜିଲ୍ଲା କ୍ରୀଡାଧିକାରୀ ଶ୍ରୀ ଚନ୍ଦନ କୁମାର ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା, ପରାମର୍ଶଦାତା ଶ୍ରୀ ଜ୍ୟୋତିପ୍ରକାଶ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026
  ଜିଲ୍ଲା  
ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   21-Aug-2026
  ଜିଲ୍ଲା  
ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   20-Aug-2026
  ଜିଲ୍ଲା  
ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ   20-Aug-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ   20-Aug-2026
  ଜିଲ୍ଲା  
ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   20-Aug-2026
  ଜିଲ୍ଲା  
ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   20-Aug-2026
  ଜିଲ୍ଲା  
ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   20-Aug-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   20-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଶିକ୍ଷା ସେବା ସମ୍ମାନରେ ସମ୍ମାନିତ,ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ   20-Aug-2026
  ଜିଲ୍ଲା  
ଗୌରଗୋଠ ପ୍ୟାକ୍ସ ପରିଦର୍ଶନ କଲେ ନରସିଂହ♦️ ଚାଷୀଙ୍କୁ ପର୍ଯ୍ୟାପ୍ତ ସାର ପ୍ରଦାନ କରୁ ବିଭାଗ - ନରସିଂହ   20-Aug-2026
  ରାଜ୍ୟ  
ସମଲେଶ୍ୱରୀ ମନ୍ଦିର ପାର୍ଶ୍ୱରେ ଥିବା ଦୋକାନ ଗୃହ ଉଛେଦ ପରେ ଏବେ ଦେବୋତ୍ତର ବିଭାଗର ଜମି କୁ ନେଇ ପ୍ରଶ୍ନବାଚୀ ♦️ ମନ୍ଦିରର ନିୟମିତ ଆୟ କେଉଁଠୁ ଆସିବ ଏହାକୁ ନେଇ ଚିନ୍ତାରେ ଭକ୍ତବୃନ୍ଦ   20-Aug-2026

You Might Also Like