-+91-9937148622 |
prerana_bgr@rediffmail.com |
Sunday 16th August 2026 |
R.N.I. Regd No. ODIODI/2010/46693
Breaking News
25-Apr-2022
ଭୁବନେଶ୍ୱର(ପ୍ରେରଣା ଖବର) : ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେଇ ନିଷ୍ଠାର ସହ କାମ କର l ଲୋକଙ୍କ ସାଥିରେ ରୁହ ସେମାନଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କର l ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷ ମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ପରାମର୍ଶ ଦେଇଛନ୍ତି l
ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜାଗା ମିଶନ ବିକାଶମୁଖି ଦେଶ ମାନଙ୍କ ପାଇଁ ଏକ ମଡେଲ ହୋଇଛି l ସେହିପରି ଟ୍ୟାପ ରୁ ବିଶୁଦ୍ଧ ପିଇବା ପାଣି ଯୋଗାଣ ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ l
ଜାଗା ମିଶନ, ସୁଜଳ,ପରିମଳ ଓ ବର୍ଜ୍ୟବସ୍ତୁ ପରିଚାଳନା ମୁକ୍ତା ଯୋଜନା, ଆହାର ଏବଂ ସ୍ମାର୍ଟ LED Light ଆଦି ସରକାରଙ୍କ flagship ପ୍ରୋଗ୍ରାମ ଉପରେ ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଫୋକସ କରିଥିଲେ l
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି l ଏ ପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ ଭୂମି ଅଧିକାର ଦିଆଯାଇଥିବାବେଳ ୫୮୫ ବସ୍ତିକୁ ଆଦର୍ଶ ବସ୍ତି ରେ ପରିଣତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇ ଥିଲେ l ସେହିପରି
ସୁଜଳ କାର୍ଯ୍ୟକ୍ରମରେ ପୁରୀରେ ଟ୍ୟାପରୁ ବିଶୁଦ୍ଧ ପିଇବା ପାଣି ମିଳୁଥିବା ବେଳ ରାଜ୍ୟର କୋଡିଏ ଟି ସହରରେ ଏଥିପାଇଁ କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ l
ସେହିପରି କୋଭିଡ ସମୟରେ ସହରର ଗରିବ ଲୋକ ଓ migrant labourer ମାନଙ୍କ ପାଇଁ ଆରମ୍ଭ ହୋଇ ଥିବା ମୁକ୍ତା ଯୋଜନା ଜାରି ରହିବ ଓ ଏଥିପାଇଁ ବଜେଟରେ ୫୦୦କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ . ମିଶନ ଶକ୍ତି ଓ slum development association ଜରିଆରେ ଚାଲିଥିବା ଏହି କାର୍ଯ୍ୟକ୍ରମ ବେଶ ଲୋକପ୍ରିୟ ବୋଲି ମୁଖ୍ୟମନ୍ତ୍ରୀ
କହି ଥିଲେ l ପରିମଳ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇ ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ l ଚଳିତ ପୌର ନିର୍ବାଚନ ରେ ମା ମାନେ bahu ସଂଖ୍ୟା ରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିବା ସହ ସେମାନଙ୍କୁ ବିଶେଷଅଭିନନ୍ଦନ ଜଣାଇଥିଲେ ଓ ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଥିଲେ lସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତର ରେ 5T principle ର ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିବାରୁ ପ୍ରତ୍ୟେକ ସ୍ତରରେ 5T principle କୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ l
ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ l
କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତି ରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ l
ଏହି କାର୍ଯ୍ୟକ୍ରମରେ ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର , ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବଜି ମାଥି ଭାତ ନାନ ଓ ପୌର ନିର୍ଦେଶକ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ