-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ ରଵି ଧାନ କ୍ରୟ ଆସନ୍ତା ମଇ ମାସ ୧୬ ତାରିଖରୁ ଘୋଷଣା କଲେ ଜିଲ୍ଲାପାଳ, ଜିଲ୍ଲାସ୍ତରୀୟ ରବି ଧାନ କ୍ରୟ କମିଟି ବୈଠକ

27-Apr-2022



ବଲାଙ୍ଗିର,: ବଲାଙ୍ଗିର ଜିଲ୍ଲାରେ ରବିଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ କ୍ରୟ କମିଟି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଗତକାଲି ପୂର୍ବାହ୍ନରେ ସ୍ଥାନୀୟ ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ ୧୬ ତାରିଖ ଠାରୁ ରବି ଧାନ କ୍ରୟ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି । ଏଥି ନିମନ୍ତେ ୧୦୦ ଗୋଟି ପ୍ୟାକ୍ସ ଓ ୬ ଗୋଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମୁଦାୟ ୧୦୬ ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ଧାନ କ୍ରୟ କରାଯିବ । ରବି ଧାନ କ୍ରୟ ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ । ଚଳିତ ବର୍ଷ ଧାନ କ୍ରୟ କେନ୍ଦ୍ର ଗୁଡିକ ସପ୍ତାହରେ ୬ ଦିନ ସକାଳ ୭ଟାରୁ ୧୧ଟା ଓ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ ଧାନ କ୍ରୟ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଚଳିତ ବର୍ଷ ରବିଧାନ ବିକ୍ରୟ ନିମନ୍ତେ ଜିଲ୍ଲାର ୭୧୭୨ ଜଣ ଚାଷୀ ପଞ୍ଜିକରଣ ହୋଇଥିବା ବେଳେ ଗତ ରବିରେ ୪୦୫୩ ଜଣ ଚାଷୀ ପଞ୍ଜିକୃତ ହୋଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଚଳିତ ବର୍ଷ ରବିଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଗ୍ରେଡ-ଏ ଧାନ ନିମନ୍ତେ କ୍ୱିଣ୍ଟାଲ ପ୍ରତି ୧୯୬୦ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ୱିଣ୍ଟାଲ ପ୍ରତି ୧୯୪୦ ଟଙ୍କା ଧାର୍ଯ୍ୟ କରାଯାଇଛି । ଗ୍ରୀଷ୍ମ ପ୍ରବାହ ଓ ପ୍ରାକ୍‌ ମୌସୁମୀକୁ ଦୃଷ୍ଟିରେ ରଖି ସମସ୍ତ ଧାନକ୍ରୟ କେନ୍ଦ୍ର ଗୁଡିକରେ କୌଣସି ପ୍ରକାରର ଅସୁବିଧାକୁ ସମ୍ମୁଖିନ ଓ ପ୍ରତିହତ କରିବା ନିମନ୍ତେ ପାନୀୟ ଜଳ, ବିଜୁଳି, ଟ୍ରପୋଲିନ ଓ ଚାଷୀଙ୍କ ପାଇଁ ଆଶ୍ରୟେ ସ୍ଥଳ ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ରବି ଧାନ ବିକ୍ରୟକୁ ସହଜ, ସୁବିଧା ଓ ସ୍ୱଚ୍ଛତାର ସହ କରିପାରିବ ସେଥିପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରବିଧାନ କ୍ରୟ ପ୍ରକ୍ରିୟାର ସମସ୍ତ ସୂଚନା ଯେପରି ଚାଷୀ ମାନେ ପାଇପାରିବେ ସେ ସମ୍ପର୍କରେ ପର୍ଯ୍ୟାପ୍ତ ପ୍ରଚାର ପ୍ରସାର କରିବା ନିମନ୍ତେ ଜିଲ୍ଲାପାଳ ଆର୍‌ଏମ୍‌ସି ମାନଙ୍କୁ ନିର୍ଦ୍ଦେଶ ଦେବା ସହ ଧାନକ୍ରୟ କେନ୍ଦ୍ର ଗୁଡିକରେ ସିସିଟିଭି ସଂଯୋଗକୁ ସୁନିଶ୍ଚିତ କରିବା, ଧାନକ୍ରୟ କେନ୍ଦ୍ର ଗୁଡିକରେ ଧାନ ପହଞ୍ଚିବା ରେଜିଷ୍ଟାର ଉପଲବ୍ଧ କରବା ଏବଂ ଫ୍ଲାଇଙ୍ଗସ୍କ୍ୱାର୍ଡର୍ ଗଠନ କରି ନିୟମିତ ତଦାରଖ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଉପ ଜିଲ୍ଲାପାଳମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ବିଭାଗୀୟ ସଂପୃକ୍ତ ଅଧିକାରୀ ମାନେ ନିଜ ନିଜ ବିଭାଗ ମଧ୍ୟରେ ଉତ୍ତମ ତଥା ଉପଯୁକ୍ତ ସମନ୍ୱୟ ପୂର୍ବକ କାର୍ଯ୍ୟ କରିବା ସହ ଜିଲ୍ଲାରେ ରବି ଧାନ କ୍ରୟ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ ଓ ସୂଚାରୁ ରୂପେ ପରିଚାଳନା କରିବାକୁ ପରାମର୍ଶ ଦେଇଥିଲେ । ମିଲର୍ସ ଓ ଚାଷୀମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ପୂର୍ବକ ରବିଧାନ କ୍ରୟ ପ୍ରକ୍ରିୟାକୁ ଶୃଙ୍ଖଳିତ କରିବାକୁ ସେ ପରାମର୍ଶ ଦେଇଥିଲେ । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସଂ ଲାଗୁରୀ, ବଲାଙ୍ଗିର ବିଧାୟକଙ୍କ ପ୍ରତିନିଧି ସରୋଜ କୁମାର ରଥ, ଲୋଇସିଂହା ବିଧାୟକଙ୍କ ପ୍ରତିନିଧି ଦେବୀଲାଲ୍‌ ମିଶ୍ର, ବଲାଙ୍ଗିର ଉପଜିଲ୍ଲାପାଳ ଲମ୍ବୋଧର ଧରୁଆ, ପାଟଣାଗଡ ଉପ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠୀ, କୃଷି ବିଭାଗ, ଜଳସେଚନ ବିଭାଗର ଅଧିକାରୀ, ସମବାୟ ବିଭାଗ, ଭାରତୀୟ ଖାଦ୍ୟ ନିଗମର ଅଧିକାରୀ, ନିୟନ୍ତ୍ରିତ ବଜାର କମିଟିର ସଂପାଦକ, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମୀର ରାଜା ଅଲ୍ଲୀ ଜିଲ୍ଲାରେ ରବିଧାନ କ୍ରୟ ପ୍ରକ୍ରିୟା ଓ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ବୈଠକ ଶେଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲାଗୁରି ଧନ୍ୟବାଦ ଅର୍ପଣ କରିଥିଲେ।

(ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like