-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ମେ ୩ରୁ ୫ ଭୀମଡୁଙ୍ଗୁରିରେ ଅଷ୍ଟମ ଭୀମପାହାଡ ମହୋତ୍ସବ,ଲୋଗୋ ଉନ୍ମୋଚିତ

28-Apr-2022



ବଲାଙ୍ଗୀର,(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲାର ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତର ଭୀମଡୁଙ୍ଗୁôରି ପର୍ଯ୍ୟଟନସ୍ଥଳିରେ ଆସନ୍ତା ମେ ୩ରୁ୫ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଭୀମପାହାଡ ମହୋତ୍ସବ ଅନୁଷ୍ଠିତ ହେବ । ସେଥିପାଇଁ ଆଜି ବଲାଙ୍ଗୀର ସାମ୍ବାଦିକଭବନଠାରେ ଭୀମପାହାଡ ମହୋତ୍ସବ କମିଟି ତରଫରୁ ଏକ ସାମ୍ବାଦିକ ସମ୍ବିଳନୀରେ  ମହୋତ୍ସବର ଲୋଗୋକୁ ଉନ୍ମୋଚନ କରାଯାଇ ଏବିଷୟରେ ସୂଚନା ଦିଆଯାଇଛି । ବଲାଙ୍ଗୀର ଜିଲ୍ଲାପରିଷଦର ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟଅତିଥି ଓ ବରେଣ୍ୟ ଅତିଥି ଭାବରେ ସଂସ୍କୃତିଗବେଷକ ଡ.ଗୁରୁଶ୍ରୀ ଘାସିରାମ ମିଶ୍ର ଓ ଜଗଦାନନ୍ଦ ଛୁରିଆ ଯୋଗଦେଇ ଏହି ଲୋଗୋକୁ ଉନ୍ମୋଚନ କରିଥିଲେ । ମହୋତ୍ସବ କମିଟିର ଉପଦେଷ୍ଟା ଲକ୍ଷ୍ମଣକୁମାର ମେହେରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭୀମପାହାଡ ମହୋତ୍ସବ କମିଟିର ସଭାପତି ପ୍ରମୋଦ ବହିଦାର,ସଂପାଦକ ଗୋବର୍ଦ୍ଧନ ସାହୁ ମଞ୍ଚାସୀନ ଥିଲେ । ଭୀମପାହାଡ ପର୍ଯ୍ୟଟନସ୍ଥଳିର ପ୍ରଚାର ପ୍ରସାର ତଥା ଉନ୍ନୟନ ପାଇଁ କମିଟି ବହୁବର୍ଷ ହେଲା କାମ କରିଆସୁଛି । ସ୍ଥାନୀୟ ଦେଓଗାଁ,ପୁଇଁତଳା ଓ ବଲାଙ୍ଗୀର ବ୍ଲକର ସାଧାରଣଜନତାଙ୍କ ତରଫରୁ ମିଳିତ ଭାବରେ ଏହି ମହୋତ୍ସବ ଆୟୋଜିତ ହେଉଛି । ୨ ତାରିଖରେ ମହୋତ୍ସବ ପାଇଁ ଏକ ମଶାଳଶୋଭାଯାତ୍ରା ଅନୁଷ୍ଠିତ ହେବ । ଉପରଝର ପାଟଖଣ୍ଡା,ଅଠଗାଁର ପୁଡାପାଠ,ମହିମୁଣ୍ଡା କନ୍ଧେନବୁଢି ,କୁମୁରିଆର ସୁଲିଆପୀଠରୁ ମଶାଳ ଶୋଭାଯାତ୍ରାରେ ଆସିବ । ୨ ତାରିଖରେ ଭୀମପାହାଡର ଐତିହାସିକ ପୃଷ୍ଠଭୂମୀ ଉପରେ ଏକ ଆଲୋଚନାଚକ୍ର କରାଯିବ । ଅତିଥି ଭାବରେ ରାଜନେତା ତଥା ପ୍ରଶାସନିକ ଅଧିକାରୀମାନେ ଯୋଗଦେବେ । ଠିକ ସେହିପରି ରାଜ୍ୟ ତଥା ରାଜ୍ୟବାହାରୁ ସାଂସ୍କୃତିକଦଳ ଗୁଡିକ ଯୋଗଦାବନ କରିବାର କାର୍ଯ୍ୟକ୍ରମ ରହିଛି ବୋଲି କମିଟିର ଉପଦେଷ୍ଟା ଲକ୍ଷ୍ମଣକୁମାର ମେହେର ସୂଚନା ଦେଇଥିଲେ । ଗୁରୁଶ୍ରୀ ଡ.ଘାସିରାମ ମିଶ୍ର ଭୀମପାହାଡର ଐତିହାସିକ ପୃଷ୍ଠଭୂମୀ ଉପରେ କହିବା ସହିତ ବଲାଙ୍ଗୀର ଜିଲ୍ଲାର ପୂର୍ବରେ ଭୀମାଶଙ୍କରଙ୍କ ଭୀମପାହାଡପୀଠ ଓ ପଶ୍ଚିମରେ ହରିଶଙ୍କରପୀଠ ଥାଇ ଜିଲ୍ଲାର ଶୋଭାବର୍ଦ୍ଧନ କରୁଛନ୍ତି । ଏହାର ଐତିହ୍ୟ ହିଁ ବଲାଙ୍ଗୀରକୁ ଐତିହ୍ୟପୂର୍ଣ୍ଣ କରିଛି ବୋଲି କହିଥିଲେ । ସେହିପରି ବଲାଙ୍ଗୀର ଜିଲ୍ଲାରେ ସାଂସ୍କୃତିକ ବିଭବ ଭରି ରହିଛି ବୋଲି ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ କହିଥିଲେ । ମୁଖ୍ୟଅତିଥି ଶ୍ରୀମତୀ ଦେବକୀ ସାହୁ ତାଙ୍କ ବକ୍ତବ୍ୟରେ ମହୋତ୍ସବର ଉତ୍ତରୋତ୍ତର ଉନ୍ନତି କାମନା କରି ଜିଲ୍ଲାରେ ଏଭଳି କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଭାଇଚାରା ସୃଷ୍ଟିକରିବ ବୋଲି କହିଥିଲେ । ଶେଷରେ କମିଟିର ସଭାପତି ପ୍ରମୋଦ ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମକୁନ୍ଦପୁର ସରପଞ୍ଚ ଜାନକି ସାହୁ,ସମିତିସଭ୍ୟ ଅଭିମନ୍ୟୁ ମାଝୀ,ଦେଓଗାଁ ବ୍ଲକଯୁବ ବିଜେଡି ସଭାପତି ଶୈଳେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like