-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ମହାନଗର

ମନେରହିବେ ସ୍ୱର୍ଗତ ବିନୟ ଦାସ. ନୀଳାଦ୍ରିବିହାର ଠାରେ ସଂସ୍କାର କେନ୍ଦ୍ର ଆନୁକୁଲ୍ୟରେ ସ୍ୱର୍ଗତ ବିନୟ ଦାସଙ୍କ  ସ୍ମୃତି ଚାରଣ ସହ ବିଭିନ୍ନ ପ୍ରତିଯୋଗିତା ଏବଂ ପୁରସ୍କାର ବିତରଣ ଉତ୍ସବ ଆୟୋଜିତ ।

01-May-2022



ଭୁବନେଶ୍ୱର//ସହରାଞ୍ଚଳରେ ଭାଇଚାରା ଓ ବନ୍ଧୁତ୍ୱର ଏକ ଅପୂର୍ବ ନିଦର୍ଶନ ପ୍ରତିଫଳନ ସହ ସ୍ଥାନୀୟ ନୀଳାଦ୍ରିବିହାର ଠାରେ ସଂସ୍କାର କେନ୍ଦ୍ର ତଥା ସ୍ୱର୍ଗତ ବିନୟ ଦାସ ସ୍ମୃତି କମିଟି ଆନୁକୁଲ୍ୟରେ ୨୦୧୭ ମସିହାରେ ଏକ ଆକସ୍ମିକ ଘଟଣା କ୍ରମରେ ଇହଧାମ ତ୍ୟାଗ କରିଥିବା ଜଣେ ଭଦ୍ର, ଅମାୟିକ, ବନ୍ଧୁ ବତ୍ସଳ, ସଂଗଠକ ସ୍ୱର୍ଗତ ବିନୟ ଦାସଙ୍କ ସ୍ମୃତି ଚାରଣ କରାଯିବା ସହ ତାଙ୍କ ଅମର ଆତ୍ମାକୁ ଶ୍ରଦ୍ଧାଞ୍ଜଳି ପୂର୍ବକ ସ୍ଥାନୀୟ ଛାତ୍ରଛାତ୍ରୀମାନଙ୍କ

ମଧ୍ୟରେ ଚିତ୍ରାଙ୍କନ, ରଚନା, ତର୍କ, ଏକକ ତଥା ଗୋଷ୍ଠି ନୃତ୍ୟ, ସଂଗୀତ ଏବଂ ମହିଳାମାନଙ୍କ ମଧ୍ୟରେ ମୁରୁଜ, ହୁଳହୁଳି, ଶଙ୍ଖ ଫୁଙ୍କା ପ୍ରତିଯୋଗିତାମାନ ଆୟୋଜନ କରାଯାଇଥିଲା । ଦୁଇ ଦିନ ଧରି ଆୟୋଜିତ ଏହି ମନୋରମ କାର୍ଯ୍ୟକ୍ରମର ପ୍ରଥମ ସନ୍ଧ୍ୟାରେ ବିଭିନ୍ନ ପ୍ରତିଯୋଗିତା ଗୁଡିକର ଆୟୋଜନ କରାଯିବା ସହ ଦ୍ୱିତୀୟ ସଂନ୍ଧ୍ୟାରେ ସ୍ଥାନୀୟ ବିଧାୟକ ସୁଶାନ୍ତ କୁମାର ରାଉତ, କର୍ପୋରେଟର ମୋନାଲିସା ସାହୁ, ଆକାଶବାଣୀ କେନ୍ଦ୍ରର ପୁର୍ବତନ ନିର୍ଦ୍ଦେଶକ ଡ. କୃତୀବାସ  ନାୟକ, ବରିଷ୍ଠ ଆଇନଜିବୀ ଶ୍ରୀ ମନମୋହନ ପଟ୍ଟନାୟକ, ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘର ସଭାପତି ତଥା ସମାଜସେବୀ ଡଃ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ଯୁବନେତା

କାଳୀଚରଣ ସିଂ, ନିଳାଦ୍ରୀ ବିହାର ଆବସିକ ସଂଘର ସମ୍ପାଦକ ଦେବେନ୍ଦ୍ର ପାତ୍ର ଓ ସଭ୍ୟ ମିହିର ମିଶ୍ର ପ୍ରମୁଖ ଅତିଥି ରୂପେ ଯୋଗଦେଇ ସ୍ୱର୍ଗତ ବିନୟ ଦାସଙ୍କ ସ୍ମୃତି ଚାରଣ କରିବା ସହ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ଏହି ଅବସରରେ ଅଞ୍ଚଳର ଅଧିବାସୀମାନଙ୍କ ଭାଇଚାରାର ଏହି ମନୋବୃତ୍ତିିକୁ ଭୂୟସୀ ପ୍ରଶଂସା କରିବା ସହ ଆଗାମୀ ଦିନରେ ଏହାକୁ ବଜାୟ ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଅଞ୍ଚଳର ପ୍ରତିଭା ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।  ଉତ୍ସବରେ ଅନୁଷ୍ଠାନର ସଭାପତି ହାଡିବନ୍ଧୁ ବେହେରା ସଭାପତିତ୍ୱ କରିଥିବାବେଳେ, ସଂପାଦକ ହର ପ୍ରସାଦ ଦାସ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ପ୍ରତିଯୋଗିତାରେ, ଅନନ୍ତ ମାହାପାତ୍ର, ବନଶ୍ରୀ ପାଣିଗ୍ରାହୀ ଓ ଗୁରୁ ଉପେନ୍ଦ୍ର ବିଚାରକ ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ଚୟନ କରିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ କମିଟିର ଆବାହକ ଅରୁଣ କୁମାର ଦେ ତଥା ସଭ୍ୟ ଲକ୍ଷ୍ମଣ କୁମାର ମାରାଣ୍ଡି, ଅଶୋକ ସାହୁ, ବ୍ରହ୍ମାନନ୍ଦ ପ୍ରଧାନ, ପବିତ୍ର ବାରିକ, ସତ୍ୟନାରାୟଣ ବରାଳ ଓ ଶିଲାଧୋବା ପାତ୍ର ପ୍ରମୁଖ ଉପସ୍ଥିତ ରହି ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like