-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ରେ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ, ଶ୍ରମିକ ମାନେ ନିଜ ଅଧିକାର ସମ୍ପର୍କରେ ସଚେତନ ହେବା ଉପରେ ଗୁରୁତ୍ୱାରୋପ

02-May-2022



ବଲାଙ୍ଗୀର,ବଲାଙ୍ଗୀର ରେ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ସ୍ତାନୀୟ ବିଭାଗୀୟ ଶ୍ରମ ଆୟୁକ୍ତ ଙ୍କ କାର୍ଯ୍ୟାଳୟ ପରିସରରେ, ଓଡିଶା କୋଠାବାଡି ଓ ନିର୍ମାଣ ଶ୍ରମିକ କଲ୍ଯାଣ ବୋର୍ଡ ଜିଲ୍ଲା ପ୍ରଶାସନ ପ୍ରଭାଗୀୟ ଶ୍ରମ ଆୟୁକ୍ତ ଙ୍କ କାର୍ଯ୍ୟାଳୟ ବଲାଙ୍ଗୀର ଙ୍କ ମିଳିତ ଆନୁକୁଲ୍ୟରେ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମ ଦିବସ ପାଳିତ ହୋଇଥିଲା। ଏହି ଦିବସ ପାଳନ ଉପଲକ୍ଷେ ସାଧାରଣ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରମିକ ମାନେ ନିଜ ଅଧିକାର ପ୍ରତି ସଚେତନ ହେବା ସହ ଶ୍ରମିକ ମାନେ ଯେପରି ରାଜ୍ଯ ସରକାର ଙ୍କ ବିଭିନ୍ନ ଶ୍ରମିକ କଲ୍ଯାଣ ଯୋଜନା ର ସୁଫଳ ପାଇପାରିବେ ସେଥିପ୍ରତି ବିଭିନ୍ନ ଶ୍ରମିକ ସଙ୍ଗଠନ ତଥା ଜିଲ୍ଲା ଶ୍ରମବିଭାଗ ବିଶେଷ ଯତ୍ନବାନ୍ ହେବାକୁ ପରାମର୍ଶ ଦେଇଥିଲେ। ଶ୍ରମିକ ମାନେ ହେଉଛନ୍ତି ବିକାଶ ର ମୁଖ୍ୟ ଆଧାର। ରାଜ୍ଯ ସରକାର ସେମାନଙ୍କ କଲ୍ଯାଣ ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ଏବଂ ଏହି ଯୋଜନା ଗୁଡିକ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉପରେ ସେ ଗୁରୁତ୍ଵାରୋପ କରିଥିଲେ। ସଭାରେ ଉପାଧ୍ୟକ୍ଷା ମିଥିଳା ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହ ଶ୍ରମିକମାନେ ସେମାନଙ୍କ କଲ୍ଯାଣ ପାଇଁ କାର୍ଯ୍ଯକାରୀ ହେଉଥିବା ବିଭିନ୍ନ

ଯୋଜନା ଓ ଅଧିକାର ସମ୍ପର୍କରେ ସଚେତନ ହେବା ପାଇଁ ପରାମର୍ଶ ଦେଇଥିଲେ। ସଭାରେ ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଲ ରାଣା ସଭାପତିତ୍ଵ କରି ଶ୍ରମିକ ମାନଙ୍କ ନିମନ୍ତେ କାର୍ଯ୍ଯକାରୀ ହେଉଥିବା ବିଭିନ୍ନ ବିଭିନ୍ନ କଲ୍ଯାଣ ଯୋଜନା ଓ ସାମାଜିକ ନିରାପତ୍ତା ଆଇନ ସମ୍ପର୍କରେ ଆଲୋକପାତ କରିବା ସହ ଏସମ୍ପର୍କରେ ବିଭିନ୍ନ ଶ୍ରମିକ ସଙ୍ଗଠନ ଓ ଶ୍ରମ ବିଭାଗ ବ୍ୟାପକ ସଚେତନତା କରିବା ଉପରେ ଗୁରୁତ୍ଵାରୋପ କରିଥିଲେ। ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ, ଅତି କୁଶଳୀ, ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରି ସମ୍ପର୍କରେ ଆଲୋକପାତ କରିବା ସହ ଶ୍ରମିକମାନେ ନିଜ ଅଧିକାର ପ୍ରତି ସଚେତନ ହେବା କୁ ପରାମର୍ଶ ଦେଇଥିଲେ। ଶ୍ରମିକ ମାନଙ୍କ ହିତ ପାଇଁ ଶ୍ରମବିଭାଗ ଆହୁରି ସକ୍ରିୟ ଭବରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ଶ୍ରମ ଅଧିକାରୀ ସୁକାନ୍ତ ସେଠୀ ସ୍ୱାଗତ୍ କରିବା ସହିତ ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ତତ୍ପର୍ଯ୍ୟ ଓ ବଲାଙ୍ଗିର ଜିଲାରେ ଶ୍ରମିକ ମାନଙ୍କ କଲ୍ଯାଣ ନିମନ୍ତେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଆନ୍ତର୍ଜାତିକ ଶ୍ରମ ଦିବସ ପାଳନର ଅବସରରେ ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ଯାଣ ଯୋଜନା ରେ ୨୦୦ ଜଣ ଙ୍କୁ ଶ୍ରମ କାର୍ଡ,ଅଣ ସଙ୍ଗଠିତ ଶ୍ରମିକ ସାମାଜିକ ନିରାପତ୍ତା ଯୋଜନାରେ ୮୫ ଜଣ ଙ୍କୁ ପରିଚୟ ପତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭଗ ଦ୍ଵାରା ଖବରକାଗଜ ବିତରକ ମାନକୁ ଅତିଥି ଗଣ ପରିଚୟ ପତ୍ର ବିତରଣ କରିଥିଲେ। ଏହି ଉତ୍ସବରେ ଆଇନ ସେବା ପ୍ରାଧୀକରଣ ର ପାରା ସ୍ୱେଚ୍ଛାସେବୀ ବିଦୁ ଲତା ଖମାରି ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ଶ୍ରମ ନିରୀକ୍ଷକ ନିରଞ୍ଜନ ଭୂୟାଁ, ସମେତ ବିଭିନ୍ନ ଶ୍ରମିକ ସଙ୍ଗଠନ କର୍ମକର୍ତ୍ତା ତଥା ଶ୍ରମିକ, ଜିଲ୍ଲା ଶ୍ରମବିଭାଗ କର୍ମଚାରୀ ମାନେ,ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ମାନେ ମଧ୍ୟ ଉପସ୍ଥିତ ଥିଲେ। ଶେଷରେ ସହକାରୀ ଶ୍ରମ ଅଧିକାରୀ ପାନା ମଣି ସୋରେନ ଧନ୍ଯବାଦ ଅର୍ପଣ କରିଥିଲେ। (ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026

You Might Also Like