-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ଜୀ ସାର୍ଥକର ନୂଆ ସିନେମା ‘ଡିଟେକ୍ଟିଭ୍ କରନ୍‌- ଅର୍ଜୁନ’ର ଅଡିଓ ରିଲିଜ୍

07-May-2022



‌ଭୁବନେଶ୍ବର//  ଜୀ ସାର୍ଥକର ନୂଆ ସିନେମା ‘ଡିଟେକ୍ଟିଭ୍ କରନ୍‌- ଅର୍ଜୁନ’ର ଅଡିଓ ରିଲିଜ୍ ହୋଇ ଯାଇଛି । ଫିଲ୍ମରେ ତିନିଟି ଗୀତ ରହିଥିବା ବେଳେ ଏଥିରେ ଡ. ନିର୍ମଳ ନାୟକ ଓ ଅଭିଜିତ ମଜୁମଦାରଙ୍କ ମ୍ୟୁଜିକାଲ ଯୋଡି ପୁଣିଥରେ ଦେଖିବାକୁ ମିଳିବ । ଯେଉଁଥିରୁ ‘ଭାଉଜ ଗୋ ଭାଉଜ’ ଗୀତଟି ମାର୍କେଟରେ ଚହଳ ସୃଷ୍ଟି କରିବ ବୋଲି ଜୀସାର୍ଥକ ଆଶା ପ୍ରକଟ କରିଛି । ଏହି ଗୀତକୁ ନିଜେ ପପୁ ପମପମ ଗାଇଥିବା ବେଳେ ତାଙ୍କ ସହ ଗାଇଛନ୍ତି ସ୍ମୃତି । ସେହପରି ‘ ଏକ୍ ଦୋ ତିନି ଚାର୍‌, ଚାରିଆଡେ ଦିଶୁଛି ମୋ ପ୍ୟାର’ ଗୀତକୁ ଗାଇଛନ୍ତି ଅଭିଜିତ ମଜୁମଦାର ଓ ସଂଜୁ । ‘ଛାଡରେ ସାଙ୍ଗ ଗନ୍ଧିଆ କଥା’ ଗୀତକୁ ଇଶ୍ୱରୀ ଗାଇଛନ୍ତି । ସମସ୍ତ ଗୀତକୁ ଡ. ନିର୍ମଳ ନାୟକ ଲେଖିଥିବା ବେଳେ ସଂଗୀତରେ ସଜାଇଛନ୍ତି ଅଭିଜିତ ମଜୁମଦାର । ସବୁତକ ଗୀତ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ପୁରା ଟିମ୍ ଆଶାବାଦୀ । 

ଆସନ୍ତା ୧୫ ତାରିଖ ସଂଧ୍ୟା ୬ଟା ୩୦ରେ ଏହି ମୁଭିଟି ଜୀ ସାର୍ଥକରେ ରିଲିଜ ହେବ । କିନ୍ତୁ ତା ପୂର୍ବରୁ ଅଡିଓ ରିଲିଜ କରିବାର ପରମ୍ପରା ଆରମ୍ଭ କରିଛି ଜୀ ସାର୍ଥକ । ‘ଦିଦି ନମସ୍କାର’ରୁ ଏହି ପରମ୍ପରା ଆରମ୍ଭ ହୋଇଥିବା ବେଳେ ସିନେମା ରିଲିଜ୍ ପୂର୍ବରୁ ଅଡିଓ ରିଲିଜ କରି ଜୀ-ସାର୍ଥକ ଓଲିଉଡରେ ନୂଆ ମାଇଲଷ୍ଟୋନ ତିଆରି କରିପାରିଛି । ଜୀ ସାର୍ଥକ ଫିଲ୍ମସ ଓ ଲିପ୍ସା ପ୍ରଡକ୍ସନ ବ୍ୟାନରରେ ନିର୍ମାଣ ହେଉଛି ନୂଆ ସିନେମା ‘ ଡିଟେକ୍ଟିଭ୍ କରନ୍ - ଅର୍ଜୁନ’ । ଏହି ଚଳଚ୍ଚିତ୍ରରେ ନୂଆ ଅବତାରରେ କମେଡି କିଙ୍ଗ ପପୁ ପମପମଙ୍କୁ ଦେଖିବାକୁ ମିଳିବ । ତାଙ୍କ ସହ ପ୍ରଜ୍ଞା ଖଟୁଆଙ୍କ ଦମଦାର ଅଭିନୟର ମଜା ପାଇବେ ଦର୍ଶକ । ଉଭୟ ପପୁ ଓ ପ୍ରଜ୍ଞା ‘କରନ୍‌- ଅର୍ଜୁନ୍‌’ ଭୂମିକାରେ ଅଭିନୟ କରିଛନ୍ତି । ସେହିପରି ନାୟିକା ସାଜିଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ମହାନ୍ତି,ପ୍ରିୟଙ୍କା ମହାପାତ୍ର ଓ ଲିପ୍ସା ମିଶ୍ର । ଅନ୍ୟମାନଙ୍କ ମଧ୍ୟରେ ଟୁକୁନା ଷ୍ଟାଇଲିସ୍‌, ପ୍ରଜ୍ଞା ମହାନ୍ତି, ଜୀବନ ପଣ୍ଡା, କୁନା ତ୍ରିପାଠୀ, ହାଡୁ, ଅରବିନ୍ଦ ଷଢ଼ଙ୍ଗୀ, ରାଜୀବ, କାଳୀ, ମନୋଜ, ସୁଶା ଦିଗବିଜୟ, ସୁମିତ ଓ ସଂଗ୍ରାମ ପ୍ରମୁଖ ଅଭିନୟ କରିଛନ୍ତି । ପପୁ ପମପମ ନିଜେ ସିନେମାର କାହାଣୀ ଲେଖିଥିବା ବେଳେ ଅଶ୍ୱିନୀ ଗଡନାୟକ ନିର୍ଦ୍ଦେଶନା ଦେଇଛନ୍ତି । ଏହାର ସଂଳାପ ଲେଖିଛନ୍ତି ଟୁକୁନା ଷ୍ଟାଇଲିସ୍ । ଚଳଚ୍ଚିତ୍ର ର କାହାଣୀ ସହ ସଙ୍ଗୀତ ମଧ୍ୟ ଲୋକାଦୃତ ହୋଇ ପାରିବ ବୋଲି ଜୀସାର୍ଥକ ପକ୍ଷରୁ ଆଶା ପ୍ରକଟ କରାଯାଇଛି।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like