-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ରାଜ୍ୟ

ଆଜି ଅବପାତ, ଆସନ୍ତାକାଲି ବାତ୍ୟା ୧୦ରେ ଆନ୍ଧ୍ର-ଓଡ଼ିଶା ଉପକୂଳ ଅତିକ୍ରମ କରିବ, କେଉଁଠି ସ୍ଥଳଭାଗ ଛୁଇଁବ ‌ଏବେ ବି ଅସ୍ପଷ୍ଟ

07-May-2022



ଗତକାଲି ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ସକାଳୁ ଅଧିକ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ରହିଥିବାବେଳେ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ପରିବ୍ୟାପ୍ତ ରହିଛି। ଧୀରେଧୀରେ ଏହା ଉତ୍ତର-ପଶ୍ଚିମ ଆଡ଼କୁ ଗତି କରିବା ସହ ଆସନ୍ତାକାଲି ଆଡ଼କୁ

ଏକ ଅବପାତର ରୂପନେବ। ଏହା ଆହୁରି ଘନୀଭୂତ ହେବ ଓ ୮ ତାରିଖ ସଂଧ୍ୟା ଆଡ଼କୁ ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହେବ। ଏହା ପୁଣି ଉତ୍ତର-ପଶ୍ଚିମ ଆଡ଼କୁ ଗତି ଜାରି ରଖିବ ଏବଂ ୧୦ ତାରିଖ ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳସ୍ଥ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ।ତେବେ ଏହି ସମ୍ଭାବ୍ୟ ବାତ୍ୟା କେବେ ଓ କେଉଁଠି ସ୍ଥଳଭାଗ ସ୍ପର୍ଶ କରିବ, ତାହା ଆକଳନ ହୋଇନି। ଆସନ୍ତାକାଲି ଅବପାତରେ ପରିଣତ ହେବା ପରେ ଏନେଇ ଅଧିକ ସ୍ପଷ୍ଟତା ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କହିଛି। ତେବେ ୧୦ ତାରିଖ ଦିନ, ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର-ଓଡ଼ିଶା ଉପକୂଳଠାରୁ ୨୦୦ରୁ ୩୦୦ କିମି ଦୂରରେ ରହିଥିବ ବୋଲି ପ୍ରାଥମିକ ଭାବେ ଆକଳନ କରାଯାଇଛି। ଏହା ପ୍ରଭାବରେ ରାଜ୍ୟରେ ୧୦ ତାରିଖ ଦିନ ବର୍ଷା ହେବ। କିନ୍ତୁ ବଡ଼ ଧରଣର ବର୍ଷା, ପବନର ସମ୍ଭାବନା କମ୍‌ ବୋଲି ଆଇଏମ୍‌ଡି କହିଛି।
ଦୁର୍ବଳ ରହିବ; ବଡ଼ ବର୍ଷା, ପବନ ହୋଇନପାରେ
 ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୧୦ ତାରିଖ ଆଡ଼କୁ ଓଡ଼ିଶା‌ ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ। ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ଖୋର୍ଧା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ବି ହୋଇପାରେ। ଏଥିସହ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଓ ଉତ୍ତର ଉପକୂଳ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସମ୍ଭାବ୍ୟ ବାତ୍ୟା ପ୍ରଭାବ‌ରେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ। ଏବେ ସମୁଦ୍ର ଭିତରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହୁଛି। ଧୀରେଧୀରେ ସମୁଦ୍ର ମଧ୍ୟରେ ପବନର ଗତି ବଢ଼ିବ। ଏଣୁ ୯ ଓ ୧୦ ତାରିଖରେ କେନ୍ଦ୍ରୀୟ ବ‌ଙ୍ଗୋପସାଗରର ଗଭୀର ସମୁଦ୍ର ମଧ୍ୟକୁ ଓ ୧୦ ତାରିଖ ଦିନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳକୁ ପ୍ରବେଶ ନେଇ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଏଥିସହ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନଙ୍କୁ ଯଥାଶୀଘ୍ର ଉପକୂଳକୁ ଫେରି ଆସିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଆଣ୍ଡାମାନ ନିକଟ ବନ୍ଦରଗୁଡ଼ିକୁ ମଧ୍ୟ ହାଇଆର୍ଲଟ୍‌ କରାଯାଇଛି।

 ଅପରପକ୍ଷେ, ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ବାତ୍ୟା କେଉଁଠାରେ ସ୍ଥଳ ଭାଗ ଛୁଇଁବ, ଏବେ ବି ବିଭିନ୍ନ ମଡେଲ ମଧ୍ୟରେ ସହମତି ନାହିଁ। କିନ୍ତୁ ଏହି ବାତ୍ୟା ବିଶେଷ ଶକ୍ତିଶାଳୀ ହେବ ନାହିଁ। ଏହା ପ୍ରଭାବରେ ୧୦ ଓ ୧୧ ତାରିଖରେ ସାରା ରାଜ୍ୟରେ ବର୍ଷା ହେବ। ଗଞ୍ଜାମ, ପୁରୀ ଓ ଖୋର୍ଧାରେ ୧୦ ତାରିଖରେ ଓ ଉତ୍ତର ଆଭ୍ୟନ୍ତରରେ ୧୧ ତାରିଖରେ ଅପେକ୍ଷାକୃତ ଅଧିକ ବର୍ଷା ହେବ। ଦକ୍ଷିଣ ଉପକୂଳରେ ସମୁଦାୟ ବର୍ଷା ପ୍ରାୟ ୧୦୦ମିମି ହେବ। ବାୟୁମଣ୍ଡଳ‌ର ସ୍ଥିତିରେ ପରିବର୍ତ୍ତନ ହେତୁ ଆସନ୍ତାକାଲି ବାତ୍ୟାର ସ୍ପଷ୍ଟ ଚିତ୍ର ଆସିବ ବୋଲି ସେ କହିଛନ୍ତି। ତେବେ ୧୦ ତାରିଖରେ ଓଡ଼ିଶା ଉପକୂଳ ଆସିବା ପରେ ପୁଣି ଦିଗ ପରିବର୍ତ୍ତନ କରି ସମ୍ଭାବ୍ୟ ବାତ୍ୟା ଅଧିକ ସକ୍ରିୟ ହେବ। ଆହୁରି ଘନୀଭୂତ ହୋଇ ବାଂଲାଦେଶ ଉପକୂଳ ଆଡ଼କୁ ମୁହାଁଇବ ବୋଲି ଡ.ସୁରେନ୍ଦ୍ର ନାଥ ପଶୁପାଳକ କହିଛନ୍ତି।

(ବଲାଙ୍ଗୀର ଜିଲ୍ଲାରୁ  ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like